Posted inଜାତୀୟ

କୁସ୍ତି ଯୋଦ୍ଧାଙ୍କ ଧାରଣା ନେଇ ଚୁପ୍‌ କାହିଁକି ପ୍ରଧାନମନ୍ତ୍ରୀ: ସିବଲ…

ନୂଆଦିଲ୍ଲୀ,୬।୫ : ରାଜ୍ୟସଭା ଏମପି କପିଲ ସିବଲ ଶନିବାର ପ୍ରଶ୍ନ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଜାତୀୟ ରେଡକ୍ରସ ମୁଖ୍ୟ ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ କୁସ୍ତିଯୋଦ୍ଧାଙ୍କ ଦ୍ୱାରା ଅଣାଯାଇଥିବା ଯୌନ ନିର୍ଯାତନା ଅଭିଯୋଗ ଏବଂ ସେମାନଙ୍କ ଧାରଣା ନେଇ କାହିଁକି ଚୁପ୍‌ ରହିଛନ୍ତି। ପ୍ରଧାନମନ୍ତ୍ରୀ ଏପର୍ଯ୍ୟନ୍ତ କୌଣସି ମନ୍ତବ୍ୟ ଦେଇନାହାଁନ୍ତି। ବ୍ରିଜ ଭୂଷଣ ଭାରତୀୟ ଜନତା ପାର୍ଟିର ଜଣେ ଏମପି। ଦିଲ୍ଲୀ ପୋଲିସ ସୁପ୍ରିମକୋର୍ଟଙ୍କର ଶୁଣାଣି ପରେ ତାଙ୍କ ବିରୋଧରେ ଦୁଇଟି ଏଫଆଇଆର ଦାଏର କରିବା ସତ୍ତ୍ୱେ ସେ ରେସଲିଂ ଫେଡେରେଶନ ଅଫ ଇଣ୍ଡିଆର ମୁଖ୍ୟ ପଦରେ ଅବସ୍ଥାପିତ ରହିଛନ୍ତି। ଏହା ଅତ୍ୟନ୍ତ ଲଜ୍ଜାଜନକ ଘଟଣା।

ବିରୋଧୀ କୁସ୍ତିଯୋଦ୍ଧା ତଥା ବିଭିନ୍ନ ବିରୋଧୀଦଳ ନେତାଙ୍କ ସମେତ ସେମାନଙ୍କୁ ସମର୍ଥନ କରୁଥିବା ବ୍ୟକ୍ତି ଅନୁସନ୍ଧାନ ଶେଷ ନହେବା ପର୍ଯ୍ୟନ୍ତ ବ୍ରିଜ ଭୂଷଣଙ୍କୁ ତାଙ୍କ ପଦରୁ ହଟାଇବାକୁ କହିଛନ୍ତି। ତେବେ ଏ ଦିଗରେ କେନ୍ଦ୍ର ସରକାର କାହିଁକି ପଛୁଆ ରହିଛନ୍ତି ।

ସିବଲ ଟୁଇଟ କରି କହିଛନ୍ତିି ଅଭିଯୁକ୍ତ କୁସ୍ତି ଯୋଦ୍ଧାଙ୍କ ଶରୀରର ବିଭିନ୍ନ ଅଙ୍ଗରେ ହସ୍ତଚାଳନା କରିଥିବାର ଅଭିଯୋଗ ହୋଇଛି।

ତାଙ୍କ ଦ୍ୱାରା କୁସ୍ତି ଯୋଦ୍ଧାଙ୍କୁ ଯୌନ ଉତ୍ପୀଡ଼ନ ଏବଂ ଅସଦାଚରଣର ଏକାଧିକ ଘଟଣାରେ ଗ୍ରପିଂ, ଅନୁପଯୁକ୍ତ ସ୍ପର୍ଶ ଏବଂ ଶାରୀରିକ ସମ୍ପର୍କ ନେଇ ବୟାନ ରେକର୍ଡ କରାଯାଇଛି।

ଅଭିଯୋଗ ଗୁଡିକର ଅନୁସନ୍ଧାନ ପାଇଁ ଗଠିତ ଏକ କମିଟି ରିପୋର୍ଟ ଦାଖଲ କରିଛି ଯାହା ସାର୍ବଜନୀନ କରାଯାଇ ନାହିଁ। କେନ୍ଦ୍ର ସରକାର ଏଭଳି କାହିଁକି କରୁଛନ୍ତି ବୋଲି ସିବଲ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri