Posted inଜାତୀୟ

ହିନ୍ଦୁ-ହିନ୍ଦୀ ଭାଷାଭାଷୀଙ୍କ ଅପମାନ ପରେ ବି କାହିଁକି ନୀରବ ରାହୁଲ, କବିତାଙ୍କ ପ୍ରଶ୍ନ…

ହାଇଦ୍ରାବାଦ,୨୫।୧୨ : ତାମିଲନାଡୁର ଶାସକ ଡିଏମକେ ଏମପି ଦୟାନିଧି ମାରାନଙ୍କ ହିନ୍ଦୀ ଭାଷାଭାଷୀ ଲୋକଙ୍କ ଉପରେ ବିବାଦୀୟ ମନ୍ତବ୍ୟ’ ନେଇ ଭାରତ ରାଷ୍ଟ୍ରିୟ ସମିତି (ବିଆରଏସ) ନେତା ତଥା ପୂର୍ବତନ ସିଏମ କେ ଚନ୍ଦ୍ରଶେଖର ରାଓ (କେସିଆର)ଙ୍କ ଝିଅ କେ. କବିତା କଂଗ୍ରେସକୁ କଡା ସମାଲୋଚନା କରିଛନ୍ତି। ରାହୁଲ ଗାନ୍ଧୀଙ୍କ ଦ୍ୱାରା ହୋଇଥିବା ଭାରତ ଯୋଡୋ ଯାତ୍ରା ଏକ ପିଆର ଷ୍ଟଣ୍ଟ ବୋଲି ସେ ଅଭିଯୋଗ କରିଛନ୍ତି।

ଏହି ପ୍ରସଙ୍ଗରେ ଗଣମାଧ୍ୟମ ସହ କଥାବାର୍ତ୍ତା କରି କବିତା ପୂର୍ବତନ କଂଗ୍ରେସର ରାହୁଲ ଗାନ୍ଧୀଙ୍କୁ ସନାତନ ଧର୍ମ ଉପରେ ଡିଏମକେ ନେତା ଉଦୟାନିଧି ଷ୍ଟାଲିନଙ୍କ ମନ୍ତବ୍ୟକୁ ନେଇ ବିବାଦ ସମ୍ପର୍କରେ କହିବା ପାଇଁ ଦାବି କରିଛନ୍ତି। ବିରୋଧୀ ଇଣ୍ଡିଆରେ କଂଗ୍ରେସ ଏବଂ ଡିଏମକେ ସହଯୋଗୀ ଅଟନ୍ତି। କବିତା କହିଛନ୍ତି, ଏହା କୌଣସି ନିର୍ଦ୍ଦିଷ୍ଟ ଦଳର ମତ ବିଷୟରେ ନୁହେଁ। ଏହା କିପରି ଆମ ଦେଶର ଭାବମୂର୍ତ୍ତିକୁ ନଷ୍ଟ କରିବାକୁ ଯାଉଛି ଏବଂ ଏହି ନିର୍ଦ୍ଦିଷ୍ଟ ଦଳ (ଡିଏମକେ) ଇଣ୍ଡିଆର ଅଂଶ। ଯାହା ରାହୁଲ ଗାନ୍ଧୀଙ୍କ କଂଗ୍ରେସ ଦ୍ୱାରା ପରିଚାଳିତ, ତେଣୁ ରାହୁଲ ଏହି ପ୍ରସଙ୍ଗର ନୀରବ ନ ରହି ଉତ୍ତର ଦେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିବା ଉଚିତ।

ରାହୁଲ ଭାରତ ଯୋଡୋ ଯାତ୍ରା ବିଷୟରେ ବାରମ୍ବାର ଅନେକ ବିବୃତ୍ତି ଜାରି ରଖିଛନ୍ତି, ଯେଉଁଠାରେ ସେ ଦେଶକୁ ଏକଜୁଟ କରିବାକୁ ଚେଷ୍ଟା କରିଆସୁଛନ୍ତି। ସନାତନ ଧର୍ମ ଉପରେ ମନ୍ତବ୍ୟ ଦିଆଯାଇଥିଲା, ଏହା ହିନ୍ଦୁ ଭାବନାକୁ ଆଘାତ ଦେଇଥିଲା। ଏବେ ହିନ୍ଦୀ ଭାଷାଭାଷୀଙ୍କ ଉପରେ ମନ୍ତବ୍ୟ ଦିଆଯାଇଛି। ରାହୁଲ ଚୁପ ନ ରହି ଜବାବ ଦିଅନ୍ତୁ।

 


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri