ରୋଗ ନୁହେଁ, ଏହି କାରଣ ପାଇଁ ରାକେଶ ରୋଶନଙ୍କ ମୁଣ୍ଡରେ ନାହିଁ କେଶ

ମୁମ୍ବାଇ: ବଲିଉଡ୍ ନିର୍ଦ୍ଦେଶକ ରାକେଶ ରୋଶନ ୭୨ ବର୍ଷରେ ପଦାର୍ପଣ କରିଛନ୍ତି । ବଲିଉଡ୍‌ର ଏହି ନାଁ କରା ନିର୍ଦ୍ଦେଶକ ପ୍ରଥମରୁ ସଫଳତା ପାଇବା ପରେ ଆଉ କେବେ ପଛକୁ ଫେରି ଚାହିଁ ନାହାନ୍ତି । ପ୍ରଥମେ ସେ ଅଭିନେତା ଭାବେ ବଡ ପରଦାରେ ଦେଖା ଦେଇଥିଲେ ବି ନିର୍ଦ୍ଦେଶକ ହେବା ପରେ ସେ ଆଉ ଅଭିନୟ ଆଡେ ମନ ବଳାଇ ନାହାନ୍ତି ବୋଲି କୁହାଯାଏ । ମୁଭି ‘ଖୁଦଗର୍ଜ’ ମାଧ୍ୟମରେ ରାକେଶ ତାଙ୍କ ନିର୍ଦ୍ଦେଶନା କ୍ୟାରିୟର ଆରମ୍ଭ କରିଥିଲେ । ଆଉ ଏହି ସମୟରେ ସେ ତିରୁପତି ବାଲାଜୀଙ୍କ ନିକଟରେ ମନାସିଥିଲେ ଯଦି ତାଙ୍କ ମୁଭି ସୁପରହିଟ୍ ହେବ ତେବେ ସେ ତିରୁପତି ବାଲାଜିଙ୍କ ନିକଟରେ ତାଙ୍କର କେଶ ଦାନ କରିବେ । ତାହାହିଁ ହେଲା ମୁଭି ହେଲା ସୁପର ହିଟ୍ । ହେଲେ କେଶ ଦାନ କରିବା କଥା ଏକବାରେ ଭୁଲିଯାଇଥିଲେ ରାକେଶ । କିନ୍ତୁ ରାକେଶଙ୍କ ପତ୍ନୀ ପିଙ୍କି ତାଙ୍କୁ ଏକଥା ମନେ ପକାଇ ଦେବା ପରେ ସେ ସେଠାରେ ଯାଇ ଲଣ୍ଡା ହେବା ସହ ଆଉ ମୁଣ୍ଡରେ କେବେ ବାଳ ରଖିବେ ନାହିଁ ବୋଲି ପଣ କରିଥିଲେ । ଆଉ ଆଜି ପର୍ଯ୍ୟନ୍ତ ତାଙ୍କୁ ସମସ୍ତେ ଲଣ୍ଡା ବା ଚନ୍ଦା ଭାବେ ଦେଖି ଆସୁଛନ୍ତି । ତେବେ ତିରୁପତି ବାଲାଜିଙ୍କ ଆଶୀର୍ବାଦରୁ ବୋଧହୁଏ ସେ ବଲିଉଡ୍‌ର ଜଣେ ଆଗଧାଡିର ନିର୍ଦ୍ଦେଶକ ତାଲିକାରେ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri