କାହିଁକି ଅଧିକ ୭ ଦିନ କ୍ୱାରାଣ୍ଟାଇନରେ ରହିବେ ରୋହିତ୍‌ ଶର୍ମା

ଦୁବାଇ, ୨୭।୮: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୯ରୁ ୟୁଏଇରୁ ଆରମ୍ଭ ହେବ। ଚଳିତ ବର୍ଷ କରୋନା ମହାମାରୀ ଲାଗି ଆଇପିଏଲ୍‌କୁ ୟୁଏଇରେ ଆୟୋଜନ କରିବାକୁ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିଷ୍ପତ୍ତି ନେଇଛି। ଏହି ଅବସରେରେ ସମସ୍ତ ୮ଟି ଫ୍ରାଞ୍ଚାଇଜ ୟୁଏଇରେ ପହଞ୍ଚି ସାରିଛନ୍ତି। ଏପରିକି ରାଜସ୍ଥାନ ରୟାଲ୍ସ ଓ କିଙ୍ଗ୍ସ ଇଲେଭେନ ପଞ୍ଜାବ ସେମାନଙ୍କ କ୍ୱାରାଣ୍ଟାଇନ ଅବଧି ୭ ଦିନ ପୂରଣ କରି ଅଭ୍ୟାସ ଆରମ୍ଭ କରିସାରିଛନ୍ତି। ସେହିଭଳି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର୍‌ କିଙ୍ଗ୍ସର କ୍ୱାରାଣ୍ଟାଇନ ଅବଧି ମଧ୍ୟ ପୂରଣ ହୋଇଛି। ଉଭୟ ଦଳ ଖୁବ୍‌ ଶୀଘ୍ର ସେମାନଙ୍କ ଅଭ୍ୟାସ ଆରମ୍ଭ କରିପାରନ୍ତି। କିନ୍ତୁ ରୋହିତ୍‌ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ଓ କୋଲକାତା ନାଇଟ୍‌ ରାଇଡର୍ସ ଦଳ ଆହୁରି ୭ ଦିନ ଅଧିକା କ୍ୱାରାଣ୍ଟାଇନରେ ରହିବେ ବୋଲି ଜଣାପଡ଼ିଛି। ରିପୋର୍ଟ ମୁତାବକ ଉଭୟ ମୁମ୍ବାଇ ଓ କୋଲକାତା ଆବୁଧାବିରେ ରହୁଛନ୍ତି। ଆବୁଧାବିର ସ୍ଥାନୀୟ ନିୟମ ଅନୁଯାୟୀ ଜଣେ ବିଦେଶୀ ବାହାରକୁ ଯିବା ପୂର୍ବରୁ ୧୪ ଦିନ କ୍ୱାରାଣ୍ଟାଇନରେ ରହିବା ବାଧ୍ୟତାମୂଳକ। ଅପରପକ୍ଷରେ ଆଇପିଏଲ୍‌ ଅବଶିଷ୍ଟ ୬ଟି ଦଳ ଦୁବାଇରେ ରହୁଛନ୍ତି। ଯେଉଁଠାରେ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ ସମୟ ୭ ଦିନ ରହିଛି। ଏଠାରେ ଉଲ୍ଲେଖଯୋଗ୍ୟ, କୋଲକାତା ଅଗଷ୍ଟ ୨୦ରେ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ଅଗଷ୍ଟ ୨୧ରେ ୟୁଏଇରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri