କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ ସମୀର ଦାଶ ନିଜ ସମର୍ଥକଙ୍କୁ ଧରି ଟିକେଟ ଉପରେ ପୁନଃବିଚାର କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିବେଦନ କରିଛନ୍ତି।

ତେବେ ସମୀରଙ୍କୁ କାହିଁକି ଟିକେଟ୍‌ ମିଳିଲାନି ଏନେଇ ଆଜି ବଡ଼ ଖୁଲାସା କରିଛନ୍ତି ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁ (ରାଜା ସ୍ବାଇଁ)। ଗତ ୨୦ ତାରିଖରେ ନିମାପଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସବୁ ନିର୍ବାଚିତ ପ୍ରତିନିଧିଙ୍କୁ ଶଙ୍ଖ ଭବନ ଡକାଯାଇଥିଲା । ସେଠାରେ ଏସମ୍ପର୍କରେ ରାଜା ସ୍ବାଇଁ ସ୍ପଷ୍ଟ କରିଛନ୍ତି।

ଭର୍ଚୁଆଲ ବାର୍ତ୍ତାରେ ରାଜା କହିଛନ୍ତି, ସମୀରଙ୍କୁ ଦଳ ଟିକେଟ ଦେଇ ଥା’ନ୍ତା । କିନ୍ତୁ ପରିବର୍ତ୍ତିତ ପରିସ୍ଥିତିରେ ମିଳିଲା ନାହିଁ । ତାଙ୍କ ନାଁରେ ଆସିଥିବା ଅଭିଯୋଗ ଟିକେଟ ମିଳିବା ପରେ ସାମନାକୁ ଆସିଥିଲେ ଦଳର ସମ୍ମାନହାନୀ ହୋଇ ଥାଆନ୍ତା । ଏବେ ଦିଲ୍ଲୀପଙ୍କୁ ସହଯୋଗ କରିବାକୁ ବିଜେଡି ସୁପ୍ରିମୋଙ୍କ ନିର୍ଦ୍ଦେଶ ରହିଛି ।

ତେବେ ତାଙ୍କ ଭିଡିଓବାର୍ତ୍ତା ଉପରେ ସମୀରଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ । ସେଦିନ ଶଙ୍ଖ ଭବନ ବୈଠକରେ ସମୀରଙ୍କ ସମର୍ଥକ ତିନି ଜଣ ଜିଲା ପରିଷଦ ସଭ୍ୟ, କିଛି ସରପଞ୍ଚ ଓ ସମିତିସଭ୍ୟ ଉପସ୍ଥିତ ଥିଲେ । ସେହିପରି ଟିକେଟ କଟିବା ପରେ ନିମାପଡାରେ ଶକ୍ତି ପ୍ରଦର୍ଶନ କରିଥିଲେ ସମୀର ।

ସୂଚନାଯୋଗ୍ୟ, ବିଜେଡିର ପଞ୍ଚମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକାରେ ସମୀର ଦାଶଙ୍କ ଟିକେଟ କଟିଥିଲା । ସମୀରଙ୍କ ବଦଳରେ ଦଳ ନିକଟରେ ଭାଜପା ଛାଡି ବିଜେଡିରେ ଯୋଗ ଦେଇଥିବା ଦିଲ୍ଲୀପ ନାୟକଙ୍କୁ ପ୍ରାର୍ଥୀ କରିଥିଲା ।

 


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri