Posted inଜାତୀୟ

ଭାଜପା କର୍ମୀଙ୍କୁ କାହିଁକି ଚାକିରି ଦେବି ? ଅଗ୍ନିପଥ ଯୋଜନା ନେଇ ମମତାଙ୍କ ଉତ୍ତର…

କୋଲକାତା, ୨୯।୬ : ଅଗ୍ନିପଥ ଯୋଜନାକୁ ନେଇ ଦେଶରେ ବିରୋଧ ଜାରି ରହିଛି। ଏହି ଯୋଜନା ବିରୋଧରେ ବିରୋଧୀ ଦଳ ନିରନ୍ତର ସରକାରଙ୍କ ବିରୋଧରେ ସ୍ବର ଉତ୍ତୋଳନ କରୁଛନ୍ତି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କୁ ଏନେଇ ଘେରିବା ଆରମ୍ଭ କରିଛନ୍ତି। ସେ ଅଗ୍ନିବୀରଙ୍କୁ ଭାଜପା କର୍ମୀ ବୋଲି ଉଲ୍ଲେଖ କରିଛନ୍ତି।

ସେ କହିଛନ୍ତି ଯେ ମୁଁ କାହିଁକି ଭାଜପାକର୍ମୀଙ୍କୁ ଚାକିରି ଦେବି? ଏହାପୂର୍ବରୁ ମମତା ବାନାର୍ଜୀ ଅଗ୍ନିପଥ ଯୋଜନା ମାଧ୍ୟମରେ ଭାଜପା ଏକ ସଶସ୍ତ୍ର କ୍ୟାଡର ଗଠନ କରୁଥିବା ଅଭିଯୋଗ କରିଛନ୍ତି।

ସେନାବାହିନୀରେ ଚାରି ବର୍ଷ ପରେ ଅବସର ନେଉଥିବା ଅଗ୍ନିବୀରଙ୍କୁ ଅନେକ ରାଜ୍ୟରେ ଚାକିରି ଦେବା ପାଇଁ ଘୋଷଣା କରାଯାଇଛି।ଏଭଳି ପରିସ୍ଥିତିରେ, ଅଗ୍ନିବୀରକୁ ପ୍ରାଥମିକତା ଦେବା ପାଇଁ କେନ୍ଦ୍ର କ୍ରମାଗତ ଭାବରେ ରାଜ୍ୟଗୁଡିକୁ ନିବେଦନ କରୁଛି। ଏ ସମ୍ପର୍କରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ ଏକ ଚିଠି ଲେଖିଛନ୍ତି। କେନ୍ଦ୍ରର ଏହି ଚିଠିକୁ ଉପରେ ମମତା ବାନାର୍ଜୀ ବିରୋଧ କରିଛନ୍ତି। ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମମତା ବାନାର୍ଜୀ କହିଛନ୍ତି ଯେ ମୁଁ କେନ୍ଦ୍ରରୁ ଏକ ଚିଠି ପାଇଛି।

ଏଥିରେ ଚାରି ବର୍ଷ ପରେ ଅଗ୍ନିବୀରଙ୍କୁ ଚାକିରି ଦେବା ପାଇଁ କେନ୍ଦ୍ର ପକ୍ଷରୁ ରାଜ୍ୟ ସରକାରଙ୍କୁ ନିବେଦନ କରିଛନ୍ତି। କେନ୍ଦ୍ର ସରକାର ଚାହୁଁଛନ୍ତି ଯେ ମୁଁ ଭାଜପାକର୍ମୀଙ୍କୁ ଚାକିରୀ ଦେବି। ଆମେ କାହିଁକି ଏପରି କରିବୁ। ମୋର ପ୍ରଥମ ପ୍ରାଥମିକତା ହେଉଛି ରାଜ୍ୟର ଯୁବକମାନଙ୍କୁ ଚାକିରି କିପରି ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭିଡ଼ିଓ କରି ଏମିତି କହିଲେ ପ୍ରଧାନମନ୍ତ୍ରୀ: ଦେଶରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିଳମ୍ବିତ ରାତିରେ ଏକ ଭିଡିଓ ସନ୍ଦେଶ ଜାରି କରି ଦେଶର ଯୁବପିଢ଼ି ଏବଂ ସାଧାରଣ ଜନତାଙ୍କୁ ଭରସା ଦେଇଛନ୍ତି ଯେ…

ଆଜି ଦେଶବ୍ୟାପୀ ବିକ୍ଷୋଭ ଡାକରା: ଜାଣନ୍ତୁ କ’ଣ ଖୋଲା, କ’ଣ ବନ୍ଦ

ନୂଆଦିଲ୍ଲୀ,୨୪ା୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ଗତ ୨୦ ତାରିଖ ଚଲୋ ସଂସଦ ଅଭିଯାନ ବେଳେ ଛାତ୍ରୀଛାତ୍ରଙ୍କ ଉପରେ ଲାଠିମାଡ଼ କରାଯିବାରୁ ଅନେକେ ଆହତ ହୋଇଥିଲେ। ପୋଲିସ…

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri