Posted inଖେଳ

ରୋହିତଙ୍କ ସ୍ଥାନରେ ଗିଲ୍ କାହିଁକି ଅଧିନାୟକ ହେଲେ? ଦୁଇ ମାସ ପୂର୍ବରୁ ନିଆଯାଇଥିଲା ନିଷ୍ପତ୍ତି ନିଆଯାଇଥିଲା

ମୁମ୍ବାଇ,୬।୧୦: ଭାରତୀୟ କ୍ରିକେଟ ପ୍ରେମୀଙ୍କ ମନରେ ପ୍ରଶ୍ନ ଉଠୁଛି ଯେ ରୋହିତ ଶର୍ମାଙ୍କୁ କାହିଁକି ଦିନିକିଆ ଫର୍ମାଟରୁ ଅଧିନାୟକ ପଦରୁ ହଟାଯାଇ ଶୁଭମନ ଗିଲଙ୍କୁ ଏତେ ଶୀଘ୍ର ଦାୟିତ୍ୱ ଦିଆଗଲା। ଟେଲିଗ୍ରାଫର ଏକ ରିପୋର୍ଟ ଅନୁଯାୟୀ, ରୋହିତଙ୍କୁ ଏହି ନିଷ୍ପତ୍ତି ବିଷୟରେ ଆଗରୁ ସୂଚନା ଦିଆଯାଇଥିଲା। ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଏବଂ ମୁଖ୍ୟ କୋଚ ଗୌତମ ଗମ୍ଭୀର ଦୁଇ ମାସ ପୂର୍ବେ ଗିଲଙ୍କୁ ଦିନିକିଆ ଅଧିନାୟକ କରିବା ପାଇଁ ନିଷ୍ପତ୍ତି ନେଇଥିଲେ ଏବଂ ଏହାକୁ ଗୋପନୀୟ ରଖାଯାଇ ବିସିସିଆଇର ଶୀର୍ଷ ଅଧିକାରୀଙ୍କ ଅନୁମୋଦନ ମଧ୍ୟ ନିଆଯାଇଥିଲା।

ରିପୋର୍ଟ ଅନୁଯାୟୀ, ଶୁଭମନ ଗିଲ ଇଂଲଣ୍ଡରେ ଟେଷ୍ଟ ଅଧିନାୟକ ଭାବେ କଠିନ ପରିସ୍ଥିତିରେ ନିଜକୁ ପ୍ରମାଣିତ କରିଥିଲେ। ସେ ନୂଆ ଟିମ୍‌ରେ ପାଞ୍ଚ ମ୍ୟାଚ୍‌ର ଟେଷ୍ଟ ସିରିଜ୍‌ ୨-୨ ରେ ବରାବର କରିଥିଲେ, ଯାହା ଚୟନକର୍ତ୍ତା ଓ କୋଚଙ୍କ ଆସ୍ଥା ବଢ଼ାଇଥିଲା। ଏହାପରେ ରୋହିତଙ୍କୁ ଦିନିକିଆରୁ ହଟାଇବା ପାଇଁ ଏକ ଯୋଜନା ପ୍ରସ୍ତୁତ ହୋଇଥିଲା।

ଚୟନକର୍ତ୍ତାମାନେ ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ରୋଡମ୍ୟାପ ପ୍ରସ୍ତୁତ କରୁଛନ୍ତି। ରୋହିତ ଶର୍ମା ଏହି ବିଶ୍ୱକପ ସମୟରେ ୪୦ ବର୍ଷର ହେବେ, ଯାହା ତାଙ୍କୁ ଚୟନକର୍ତ୍ତାଙ୍କ ତାଲିକାରୁ ବାଦ ଦେଇଛି। ଭାରତ ନଭେମ୍ବର-ଡିସେମ୍ବରରେ ଦକ୍ଷିଣ ଆଫ୍ରିକା ଓ ଜାନୁଆରୀରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ତିନୋଟି ଦିନିକିଆ ମ୍ୟାଚ୍‌ ଖେଳିବ। ରିପୋର୍ଟ ଅନୁଯାୟୀ, ସାତ ମାସରୁ ଅଧିକ ବିରତି ପରେ ରୋହିତଙ୍କ ପାଇଁ ଶ୍ରେଷ୍ଠ ପ୍ରଦର୍ଶନ କରିବା କଠିନ ହେବ।

 

Dharitri — Odisha’s No.1 Trusted Odia Newspaper

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri