କାହିଁକି ଆକାଉଣ୍ଟକୁ ଆସିନି ସୁଭଦ୍ରା ଟଙ୍କା, କ’ଣ କଲେ ଆସିବ ଉପମୁଖ୍ୟମନ୍ତ୍ରୀ ଦେଲେ ପୂରା ସୂଚନା…

ଭୁବନେଶ୍ୱର,୯ା୧୧: ପୂର୍ବଥର ଯେଉଁ ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ଆସିନାହିଁ, କାହିଁକି ଆସିନାହିଁ କ’ଣ କଲେ ଆକାଉଣ୍ଟକୁ ଟଙ୍କା ଆସିବ ସେ ସମ୍ପର୍କରେ ସବିଶେଷ କଥା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଏଯାବତ୍‌ ୨ ଲକ୍ଷ ୬୭ ହଜାର ‘ସୁଭଦ୍ରା’ ଆବେଦନ ରିଜେକ୍ଟ ହୋଇଛି। ବିଭିନ୍ନ ତ୍ରୁଟି କାରଣରୁ ଆବେଦନପତ୍ର ରିଜେକ୍ଟ ହୋଇଛି। ତେବେ ରିଜେକ୍ଟ ତାଲିକା ଜିଲାପାଳଙ୍କ ଜରିଆରେ ବ୍ଲକକୁ ପଠାଯାଇଛି। ଆଧାର କାର୍ଡ, ବ୍ୟାଙ୍କ ତ୍ରୁଟି ସଂଶୋଧନ କଲେ ୩ୟ ପର୍ଯ୍ୟାୟ ଟଙ୍କା ମିଳିବ। ଯଦି ସଂଶୋଧନ କରିବାରେ ବିଳମ୍ବ ହୁଏ ତେବେ ୪ର୍ଥ ପର୍ଯ୍ୟାୟରେ ମଧ୍ୟ ଆକାଉଣ୍ଟକୁ ଟଙ୍କା ଦିଆଯିବ। ଜଣେ ବି ଯୋଗ୍ୟ ହିତାଧିକାରୀ ଏହି ସୁବିଧାରୁ ବଞ୍ଚିତ ହେବେ ନାହିଁ ।

ଆସନ୍ତା ୨୪ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଆସିବ। ଏନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦ ଲକ୍ଷରୁ ଅଧିକ ହିତାଧିକାରୀ ଏହାଦ୍ୱାରା ଉପକୃତ ହେବେ।  ସୁନ୍ଦରଗଡ଼ରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ୩ୟ ପର୍ଯ୍ୟାୟ ଟଙ୍କା ଦିଆଯିବ।

ଏ ପର୍ଯ୍ୟନ୍ତ ଏହି ଯୋଜନାରେ ସାମିଲ ହେବାକୁ ୧ କୋଟି ୨୦ ହଜାରରୁ ଅଧିକ ମହିଳା ହିତାଧିକାରୀ ପଞ୍ଜୀକରଣ କରିସାରିଲେଣି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ସୁଭଦ୍ରା ଯୋଜନାରେ କୋଟିଏରୁ ଅଧିକ ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ଼ ଉପଲବ୍ଧି ହେବ ବୋଲି ପ୍ରଭାତୀ କହିଛନ୍ତି। ସୁଭଦ୍ରା ଯୋଜନା ସମ୍ବନ୍ଧୀୟ ସମସ୍ତ ଖବର ପାଇଁ ପ୍ରସ୍ତୁତ ଅଫିସିଆଲ ୱେବସାଇଟ କିମ୍ବା ଅଫିସିଆଲ ସୋସିଆଲ ମିଡିଆକୁ ଅନୁସରଣ କରନ୍ତୁ କିମ୍ବା ଟୋଲ ଫ୍ରି ନମ୍ବର(୧୪୬୭୮)କୁ କଲ କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri