କାହିଁକି ସୁଜାତାଙ୍କୁ କରାଗଲା ବଦଳି: ଚାଲିଛି ଜୋରଦାର ଚର୍ଚ୍ଚା

ଭୁବନେଶ୍ୱର,୩।୫(ସୁନିତ୍‌ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କ ବିରୋଧରେ ଭାଜପାର ଏକ ପ୍ରତିନିଧିମଣ୍ଡଳୀ ଗୁରୁବାର ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କ ନିକଟରେ ଫେରାଦ ହେବା ପରେ ତାଙ୍କ ବଦଳି ହୋଇଥିବା ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ସେ କେଉଁଠିକୁ ବଦଳିହେଲେ ସେ ସମ୍ପର୍କରେ ସବିଶେଷ ତଥ୍ୟ ମିଳିପାରିନାହିଁ। କ୍ଷମତାର ଦୁରୁପଯୋଗ କରି ସ୍ବୟଂ ସହାୟକ ଗୋଷ୍ଠୀର ମହିଳାଙ୍କୁ ଧମକଚମକ ଦେଇ ବିଜେଡି ସପକ୍ଷରେ ଭୋଟ କରାଇବା ନିମନ୍ତେ ସୁଜାତା ପ୍ରୟାସ କରୁଛନ୍ତି ବୋଲି ଭାଜପା ଅଭିଯୋଗ କରିଥିଲା। ତାଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇ ତାଙ୍କୁ ନିର୍ବାଚନ ସରିବା ପର୍ଯ୍ୟନ୍ତ ସମସ୍ତ ସରକାରୀ କାର୍ଯ୍ୟରୁ ନିବୃତ୍ତ ରଖିବାକୁ ଭାଜପାର ସେଣ୍ଟ୍ରାଲ ଟିମ୍‌ ଦାବି କରିଥିଲା।
ସୂଚନା ଅନୁସାରେ, ଭାଜପାର ବରିଷ୍ଠ ନେତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ଦଳର ବରିଷ୍ଠ ନେତା ରାଜୀବ ଚନ୍ଦ୍ରଶେଖର, ସୁଧାଂଶୁ ତ୍ରିବେଦୀ ଏବଂ ଓମ୍‌ ପାଠକ ନୂଆଦିଲ୍ଲୀରେ ନିର୍ବାଚନ କମିଶନଙ୍କୁ ଭେଟି ସୁଜାତା କିଭଳି ଖୋଲାଖୋଲି ସରକାରୀ କଳ ଓ କ୍ଷମତାର ଦୁରୁପଯୋଗ କରିବା ସହ ବିଜେଡି ସପକ୍ଷରେ ଭୋଟ୍‌ କରାଇବା ନିମନ୍ତେ ଅପଚେଷ୍ଟା କରୁଛନ୍ତି, ସେନେଇ ଲିଖିତ ଅଭିଯୋଗ କରିଛନ୍ତି। ତାଙ୍କ ସ୍ବାମୀଙ୍କ ଦ୍ୱାରା ପ୍ରଭାବିତ ହୋଇ ଏଭଳି କାର୍ଯ୍ୟରେ ଜଡ଼ିତ ଅଛନ୍ତି। ଓଡ଼ିଶା ସରକାର ପ୍ରାୟ ୭୦ ହଜାର ମହିଳାଙ୍କୁ ଏହି ଏସ୍‌ଏଚ୍‌ଜିରେ ସାମିଲ କରିଛନ୍ତି। ଆଉ ସେମାନଙ୍କ ମାଧ୍ୟମରେ ସୁଜାତା ଏବେ ଭୋଟରଙ୍କୁ ପ୍ରଭାବିତ କରିବା କାର୍ଯ୍ୟ କରିବାରେ ଲାଗିଛନ୍ତି। ଏପରିକି ବିଜେଡିକୁ ଭୋଟ୍‌ ନ ଦେଲେ ମିଶନ ଶକ୍ତି ବିଭାଗ ଯୋଗାଉଥିବା ସରକାରୀ ସୁବିଧା ବନ୍ଦ କରିଦିଆଯିବ ବୋଲି ଧମକ ଦେବାକୁ ମଧ୍ୟ ପଛାଉନାହାନ୍ତି। ଏହା ନିର୍ବାଚନ ଆଦର୍ଶ ଆଚରଣ ବିଧିର ଖୋଲା ଉଲ୍ଲଂଘନ ବୋଲି ସମ୍ପୃକ୍ତ ଟିମ୍‌ ଇସିଆଇଙ୍କ ନିକଟରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri