Posted inଖେଳ

ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କାହିଁକି ଖେଳାଯାଏ, ଜାଣନ୍ତୁ ଏହା ପଛର ଇତିହାସ

ମେଲବୋର୍ନ, ୨୬।୧୨: ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଆଜିଠାରୁ ଆରମ୍ଭ ହୋଇଛିଛି। ତେବେ ଏହି ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ପଛରେ କ’ଣ ଇତିହାସ ରହିଛି ଜାଣନ୍ତୁ।
ଡିସେମ୍ବର ୨୬, ଅର୍ଥାତ୍‌ କ୍ରିସ୍‌ମାସ ପରଦିନ ଅଷ୍ଟ୍ରେଲିଆର ମେଲବୋନର୍ର୍ ଗ୍ରାଉଣ୍ଡରେ ଏକ ଟେଷ୍ଟ ମ୍ୟାଚ୍‌ ଖେଳାଯାଏ। ଯାହାକୁ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କୁହାଯାଏ। ଡିସେମ୍ବର ୨୬ ସହ ବକ୍ସିଂ ଖେଳର କୌଣସି ସମ୍ପର୍କ ନାହିଁ। କିନ୍ତୁ କ୍ରିସ୍‌ମାସ ସହ ଏହାର ପୁରାତନ ସଂଯୋଗ ରହିଛି। କ୍ରିସ୍‌ମାସରେ ପରିବାର ଓ ଆତ୍ମୀୟଙ୍କୁ ଦିଆଯାଏ କ୍ରିସମାସ ଉପହାର। କିନ୍ତୁ ଦୂର ଦୂରାନ୍ତରେ ରହୁଥିବା ଲୋକ କିମ୍ବା କୌଣସି ଅଫିସ୍‌ରେ କ୍ରିସ୍‌ମାସ ପରଦିନ ଅର୍ଥାତ୍‌ ୨୬ ତାରିଖରେ ଉପହାର ଭେଟି ଦିଆଯାଏ। ସେହିଦିନ ଡାକ କର୍ମଚାରୀ, ଘରେ କାମ କରୁଥିବାଲୋକ, ଜିନିଷପତ୍ର ନେବା ଆଣିବା କରୁଥିବା ଲୋକଙ୍କୁ ଉପହାର ବାବଦରେ କ୍ରିସ୍‌ମାସ ବକ୍ସ ଦିଆଯାଉଥିଲା। ସେବେଠାରୁ ସେହି ଦିନକୁ ବକ୍ସିଂ ଡେ’ ବୋଲି କୁହାଯାଉଥିଲା। ପୂର୍ବ ପରମ୍ପରା ଅନୁସାରେ ୨୬ ଡିସେମ୍ବରକୁ ବକ୍ସିଂ ଡେ’ ବୋଲି ଧରାଯାଉଛି। ଏହି ଦିନ ଆରମ୍ଭ ହେଉଥିବା ଟେଷ୍ଟ ମ୍ୟାଚ୍‌କୁ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ କୁହାଯାଏ। ପ୍ରତିବର୍ଷ ଡିସେମ୍ବର ୨୬ରେ ଅଷ୍ଟ୍ରେଲିଆ ମେଲବର୍ନ କ୍ରିକେଟ ଗ୍ରାଉଣ୍ଡରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଖେଳାଯାଏ। ଅଷ୍ଟ୍ରେଲିଆ ବ୍ୟତୀତ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡରେ ମଧ୍ୟ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଖେଳାଯାଏ। ୧୯୧୩ରେ ଦକ୍ଷିଣ ଆଫ୍ରିକା ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ବକ୍ସିଂ ଡେ’ ମ୍ୟାଚ୍‌ ଖେଳାଯାଇଥିଲା। ସେହିପରି ଅଷ୍ଟ୍ରେଲିଆ ପ୍ରଥମ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଓ୍ବେଷ୍ଟଇଣ୍ଡିଜ୍‌ ସହ ଖେଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ଆଜି ୨ ଶକ୍ତିଶାଳୀ ଗ୍ରହଙ୍କ ଗୋଚର; ୫ ରାଶି ହଠାତ୍‌ ବନିଯିବେ ଧନୀ!

ଗୁରୁବାର ୬ ଅଗଷ୍ଟ ୨୦୨୬ ଦିନଟି ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ଅତ୍ୟନ୍ତ ଖାସ୍ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଅଟେ।…

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍‌’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ…

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ଶେଖ ହାସିନାଙ୍କ ପରେ ମୁହଁ ଖୋଲିଲେ ତାଙ୍କ ପୁଅ, ଭାରତକୁ ନେଇ ଦେଲେ ଚମକାଇବା ଭଳି ବୟାନ!

ଢାକା,୬ା୮: ସତ୍ତା ହରାଇବା ଏବଂ ଦେଶ ଛାଡ଼ିବାର ପ୍ରାୟ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ସାର୍ବଜନୀନ ଭାବେ ସାମ୍ନାକୁ ଆସିଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ…

ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri