Posted inଜାତୀୟ

ଗୁଜରାଟ ମୁଖ୍ୟମନ୍ତ୍ରୀ ପଦରୁ ରୂପାନୀଙ୍କ ଇସ୍ତଫାର କାରଣ

ମାଞ୍ଚେଷ୍ଟର,୧୧।୯: ହଠାତ୍‌ ଗୁଜରାଟ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସଭିଙ୍କୁ ଚମକାଇ ଦେଇଛନ୍ତି ବିଜୟ ରୂପାନୀ। ଗତ ୬ ମାସରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବାରେ ରୂପାନୀ ଚତୁର୍ଥ ଭାଜପା ନେତା। ରାଜଭବନରେ ଇସ୍ତଫା ପତ୍ର ଦାଖଲ କରିବା ପରେ ରୂପାନୀ ଗଣମାଧ୍ୟମକୁ କହିଥିଲେ, ଭାଜପାରେ ଦାୟିତ୍ୱ ବଦଳାଯିବା ଏକ ପରମ୍ପରା। ମୋତେ ୫ ବର୍ଷ ଲାଗି ରାଜ୍ୟର ସେବା କରିବାକୁ ଅନୁମତି ମିଳିଥିଲା। ମୁଁ ରାଜ୍ୟର ଉନ୍ନତିରେ ଯୋଗଦାନ ଦେଇଛି। ଦଳ ପକ୍ଷରୁ ଯାହା କୁହାଯିବ, ତାହା ମୁଁ କରିବି।

ଏବେ ତାଙ୍କ ନିଷ୍ପତ୍ତି ପଛର କାରଣ ଖୋଜା ଚାଲିଛି। ତେବେ କୋଭିଡ୍‌ ସଙ୍କଟ ଓ ମୁଖ୍ୟମନ୍ତ୍ରୀ ଭାବେ ତାଙ୍କ ପ୍ରତିଚ୍ଛବି ଇସ୍ତଫା ପଛର କାରଣ ହୋଇଥାଇପାରେ। ଗୁଜରାଟରେ କୋଭିଡ୍‌ର ଦ୍ୱିତୀୟ ଲହର ବେଳେ ରାଜ୍ୟର ସ୍ବାସ୍ଥ୍ୟସେବା ଭୁଷୁଡ଼ି ପଡ଼ିଥିଲା। ଅକ୍ସିଜେନ ଅଭାବରୁ ବହୁ କରୋନା ସଂକ୍ରମିତ ପ୍ରାଣ ହରାଇଥିଲେ। କୋଭିଡ୍‌ ଜନିତ ମୃତ୍ୟୁ ସଂଖ୍ୟା ଲୁଚାଯିବା ଭଳି ସ୍ଥିତି ଛିଡ଼ା ହୋଇଯାଇଥିଲା ସରକାରଙ୍କ ଆଗରେ। ଦ୍ୱିତୀୟ ଲହରର ଫଳ ସ୍ବରୂପ ଆର୍ଥିକ ଓ ସାମାଜିକ ବିଫଳତା ଯୋଗୁ ରୂପାନୀ ଇସ୍ତଫା ଦେଇଥାଇ ପାରନ୍ତି।

ଆନନ୍ଦିବେନ ପଟେଲଙ୍କ ଇସ୍ତଫା ପରେ ରୂପାନୀ ୨୦୧୬ ଅଗଷ୍ଟ ୭ ତାରିଖରେ ମୁଖ୍ୟମନ୍ତ୍ରୀ ଗାଦିରେ ବସିଥିଲେ। ୨୦୧୭ ବିଧାନସଭା ନିର୍ବାଚନରେ ଭାଜପାର ବିଜୟ ପରେ ମଧ୍ୟ ସେ ଗାଦି ସମ୍ଭାଳିଥିଲେ। ଚଳିତ ବର୍ଷ ଅଗଷ୍ଟରେ ମୁଖ୍ୟମନ୍ତ୍ରୀ ଭାବେ ତାଙ୍କ ୫ ବର୍ଷ ପୂରଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ୨୦୨୬ରେ ଶନିଙ୍କ ଚାଲି? ଏସବୁ ରାଶି ରହିବେ ସତର୍କ, ଖରାପ ଟାଇମ୍‌ ଆରମ୍ଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ତାଙ୍କୁ ନଅଟି ଗ୍ରହ ମଧ୍ୟରେ...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri