Posted inଜାତୀୟ

ଗୁଜରାଟ ମୁଖ୍ୟମନ୍ତ୍ରୀ ପଦରୁ ରୂପାନୀଙ୍କ ଇସ୍ତଫାର କାରଣ

ମାଞ୍ଚେଷ୍ଟର,୧୧।୯: ହଠାତ୍‌ ଗୁଜରାଟ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସଭିଙ୍କୁ ଚମକାଇ ଦେଇଛନ୍ତି ବିଜୟ ରୂପାନୀ। ଗତ ୬ ମାସରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବାରେ ରୂପାନୀ ଚତୁର୍ଥ ଭାଜପା ନେତା। ରାଜଭବନରେ ଇସ୍ତଫା ପତ୍ର ଦାଖଲ କରିବା ପରେ ରୂପାନୀ ଗଣମାଧ୍ୟମକୁ କହିଥିଲେ, ଭାଜପାରେ ଦାୟିତ୍ୱ ବଦଳାଯିବା ଏକ ପରମ୍ପରା। ମୋତେ ୫ ବର୍ଷ ଲାଗି ରାଜ୍ୟର ସେବା କରିବାକୁ ଅନୁମତି ମିଳିଥିଲା। ମୁଁ ରାଜ୍ୟର ଉନ୍ନତିରେ ଯୋଗଦାନ ଦେଇଛି। ଦଳ ପକ୍ଷରୁ ଯାହା କୁହାଯିବ, ତାହା ମୁଁ କରିବି।

ଏବେ ତାଙ୍କ ନିଷ୍ପତ୍ତି ପଛର କାରଣ ଖୋଜା ଚାଲିଛି। ତେବେ କୋଭିଡ୍‌ ସଙ୍କଟ ଓ ମୁଖ୍ୟମନ୍ତ୍ରୀ ଭାବେ ତାଙ୍କ ପ୍ରତିଚ୍ଛବି ଇସ୍ତଫା ପଛର କାରଣ ହୋଇଥାଇପାରେ। ଗୁଜରାଟରେ କୋଭିଡ୍‌ର ଦ୍ୱିତୀୟ ଲହର ବେଳେ ରାଜ୍ୟର ସ୍ବାସ୍ଥ୍ୟସେବା ଭୁଷୁଡ଼ି ପଡ଼ିଥିଲା। ଅକ୍ସିଜେନ ଅଭାବରୁ ବହୁ କରୋନା ସଂକ୍ରମିତ ପ୍ରାଣ ହରାଇଥିଲେ। କୋଭିଡ୍‌ ଜନିତ ମୃତ୍ୟୁ ସଂଖ୍ୟା ଲୁଚାଯିବା ଭଳି ସ୍ଥିତି ଛିଡ଼ା ହୋଇଯାଇଥିଲା ସରକାରଙ୍କ ଆଗରେ। ଦ୍ୱିତୀୟ ଲହରର ଫଳ ସ୍ବରୂପ ଆର୍ଥିକ ଓ ସାମାଜିକ ବିଫଳତା ଯୋଗୁ ରୂପାନୀ ଇସ୍ତଫା ଦେଇଥାଇ ପାରନ୍ତି।

ଆନନ୍ଦିବେନ ପଟେଲଙ୍କ ଇସ୍ତଫା ପରେ ରୂପାନୀ ୨୦୧୬ ଅଗଷ୍ଟ ୭ ତାରିଖରେ ମୁଖ୍ୟମନ୍ତ୍ରୀ ଗାଦିରେ ବସିଥିଲେ। ୨୦୧୭ ବିଧାନସଭା ନିର୍ବାଚନରେ ଭାଜପାର ବିଜୟ ପରେ ମଧ୍ୟ ସେ ଗାଦି ସମ୍ଭାଳିଥିଲେ। ଚଳିତ ବର୍ଷ ଅଗଷ୍ଟରେ ମୁଖ୍ୟମନ୍ତ୍ରୀ ଭାବେ ତାଙ୍କ ୫ ବର୍ଷ ପୂରଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri