କାହିଁକି ରାତିଅଧରେ FM ପୀଡ଼ିତାଙ୍କ ମୃତଦେହ କରାଗଲା ପୋଷ୍ଟମର୍ଟମ: ଖୁଲାସା କଲେ ଡିସିପି

ଭୁବନେଶ୍ୱର,୧୫।୭:ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମାହୁତି ଦେଇଥିବା ଛାତ୍ରୀ ୩ଦିନ ମୃତ୍ୟୁ ସହ ସଂଗ୍ରାମ କରି ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ତାଙ୍କ ଶରୀରର ୯୫% ପୋଡ଼ି ଯାଇଥିବାରୁ ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ବର୍ନ ୟୁନିଟ୍‌ ଆଇସିୟୁରେ ଭେଣ୍ଟିଲେଟରରେ ରଖାଯିବା ସହ ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ଚିକିତ୍ସା ଚଳାଉଥିଲେ। ଏପରି କି ଦିଲ୍ଲୀ ଏମ୍‌ସର ବିଶେଷଜ୍ଞ ଡାକ୍ତରଙ୍କ ସହ ଯୋଗାଯୋଗ କରି ତାଙ୍କର ଚିକିତ୍ସା କରାଯାଉଥିଲା। ସବୁ ଚେଷ୍ଟା ସତ୍ତ୍ୱେ ତାଙ୍କୁ ବଞ୍ଚା ଯାଇପାରିଲା ନାହିଁ ବୋଲି ଡାକ୍ତରୀ ଟିମ୍‌ ସୂଚନା ଦେଇଛନ୍ତି।

ପୀଡ଼ିତାଙ୍କ ମୃତ୍ୟୁ ଖବର ଜଣାପଡ଼ିବା ପରେ ଏମ୍‌ସ ପରିସରରେ ହଠାତ୍‌ ଭିଡ଼ ଦେଖିବାକୁ ମିଳିଥିଲା। ବିଭିନ୍ନ ଦଳ ଏବଂ ସଙ୍ଗଠନର ନେତା ଓ କର୍ମୀମାନେ ସେଠାରେ ପହଞ୍ଚତ୍ ବିକ୍ଷୋଭ ପ୍ରଦର୍ଶନ କରି ସରକାର ବିରୋଧରେ ନାରାବାଜି ଦେଇଥିଲେ। ତେଣୁ ଆଇନଶୃଙ୍ଖଳା ପରିସ୍ଥିତିକୁ ଦେଖି ରାତିରେ ହିଁ ବ୍ୟବଚ୍ଛେଦ କରାଯିବାକୁ ନିଷ୍ପତ୍ତି ନିଆଗଲା ବୋଲି ଭୁବନେଶ୍ୱର ଡିସିପି ଜଗମୋହନ ମୀନା କହିଛନ୍ତି। ମୃତଦେହକୁ ଏମ୍‌ସ ପରିସରରେ ଥିବା ଶବ ବ୍ୟବଚ୍ଛେଦ ଗୃହକୁ ପଛ ଗେଟ୍‌ ଦେଇ ନିଆଯାଉଥିବାବେଳେ କେତେକ ଛାତ୍ରଗୋଷ୍ଠୀ ଏହାକୁ ବିରୋଧ କରିଥିଲେ। ଏପରିକି କଂଗ୍ରେସ କର୍ମୀମାନେ ଶବ ବ୍ୟବଚ୍ଛେଦ ଗୃହ ଆଗରେ ଧାରଣାରେ ବସି ରହିଥିବା ଦେଖିବାକୁ ମିଳିଥିଲା।

ସୂଚନାଯୋଗ୍ୟ, ମହାବିଦ୍ୟାଳୟ ଶିକ୍ଷା ବିଭାଗର ମୁଖ୍ୟ(ଏଚ୍‌ଓଡି) ସମୀର କୁମାର ସାହୁଙ୍କ ଦ୍ୱାରା ପ୍ରାୟ ୬ମାସ ଧରି ପୀଡ଼ିତା ଛାତ୍ରୀ ଶାରୀରିକ ଓ ମାନସିକ ନିର୍ଯାତନା ପାଇ ଆସୁଥିଲେ। ଗତ ଜୁନ୍‌ ୩୦ ତାରିଖରେ ଏସଂକ୍ରାନ୍ତରେ ମହାବିଦ୍ୟାଳୟ ଅଧ୍ୟକ୍ଷ ଦିଲୀପ ଘୋଷଙ୍କ ନିକଟରେ ଲିଖିତ ଭାବେ ଅଭିଯୋଗ କରିଥିଲେ। ଏହାର ପରଦିନ ଅର୍ଥାତ୍‌ ଜୁଲାଇ ୧ରେ ପୀଡ଼ିତା ଏହି ଅଭିଯୋଗ ସଂକ୍ରାନ୍ତରେ ନିଜ ‘X’ ଆକାଉଣ୍ଟରେ ଉଲ୍ଲେଖ କରିବା ସହ ରାଜ୍ୟ ସରକାରଙ୍କ ସମେତ ବିଭିନ୍ନ ଅଧିକାରୀ, ନେତା ଏବଂ କର୍ତ୍ତୃପକ୍ଷଙ୍କୁ ଟ୍ୟାଗ୍‌ କରିଥିଲେ। ହେଲେ କୌଣସି ନ୍ୟାୟ ନ ପାଇ ୧୨ତାରିଖ ଶନିବାର ଛାତ୍ରୀ ଜଣକ ଅଧ୍ୟକ୍ଷଙ୍କ ପ୍ରକୋଷ୍ଠ ସମ୍ମୁଖରେ ନିଜ ଦେହରେ ପେଟ୍ରୋଲ୍‌ ଢାଳି ନିଅଁା ଲଗାଇ ଦେଇଥିଲେ। ଉପସ୍ଥିତ କେତେଜଣ ଛାତ୍ରଙ୍କ ଦ୍ୱାରା ସେ ଉଦ୍ଧାର ହୋଇଥିଲେ ସୁଦ୍ଧା ତାଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା। ତାଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଅପରାହ୍ନରେ ଭୁବନେଶ୍ୱର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ପ୍ରାୟ ୯୫% ପୋଡ଼ି ଯାଇଥିବାରୁ ତାଙ୍କୁ ଏମ୍‌ସ ବର୍ନ ୟୁନିଟ୍‌ ଆଇସିୟୁ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଉଥିଲା। ଏପରି କି ଦିଲ୍ଲୀ ଏମ୍‌ସର ଡାକ୍ତରୀ ଦଳଙ୍କ ସହାୟତାରେ ଏଠାକାର ଏକ ସ୍ବତନ୍ତ୍ର ଟିମ୍‌ ତାଙ୍କୁ ୨୪ ଘଣ୍ଟିଆ ନିରୀକ୍ଷଣରେ ରଖି ଚିକିତ୍ସା ଚଳାଇଥିଲେ। କିନ୍ତୁ ସମସ୍ତ ପ୍ରଚେଷ୍ଟା ସତ୍ତ୍ୱେ ପୀଡ଼ିତା ସୋମବାର ରାତିରେ ଆଖି ବୁଜିଛନ୍ତି। ବ୍ୟବଚ୍ଛେଦ ହେବା ପରେ ମୃତଦେହକୁ ବାଲେଶ୍ୱର ଜିଲା ଭୋଗରାଇସ୍ଥିତ ବାସଭବନକୁ ନିଆଯିବା ପାଇଁ ପରିବାର ଲୋକ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri