Posted inଜାତୀୟ

କ୍ଷମତାରେ ଥିବା ବେଳେ ଏକଥା ମନେ ପଡୁ ନ ଥିଲା କାହିଁକି

ନୂଆଦିଲ୍ଲୀ,୨୨ା୪: ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‌ ମଲିକଙ୍କୁ ସିବିଆଇ ଜେରା ପାଇଁ ସମନ କରାଯାଇଛି। ୩୦୦ କୋଟି ଟଙ୍କାର ଲାଞ୍ଚ ଦାବି ମାମଲାରେ ଜେରା ପାଇଁ ସିବିଆଇ ସତ୍ୟପାଲ ମଲିକଙ୍କୁ ଏହି ସମନ କରିଛି। ବର୍ତ୍ତମାନ ଏହାକୁ ନେଇ ରାଜନୀତି ଜୋର୍‌ ଧରିଛି। କଂଗ୍ରେସ କହିଛି, ପୁଲଓ୍ବାମା ଆକ୍ରମଣକୁ ନେଇ ସେ ପ୍ରଶ୍ନ ଉଠାଇଥିବାରୁ ତାଙ୍କୁ ସମନ କରାଯାଇଛି। ତେବେ ଏପରି ଅଭିଯୋଗକୁ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏହାର କଡ଼ା ଜବାବ ଦେଇଛନ୍ତି। ଏକ କାର୍ଯ୍ୟକ୍ରମରେ ଶାହା କହିଛନ୍ତି, ଭାଜପାଠାରୁ ଅଲଗା ହେବା ପରେ ଏସବୁ କଥା ମନେ ପଡୁଛି? କ୍ଷମତାରେ ଥିବା ବେଳେ ଏକଥା ତ କାହିଁ ମନେ ପଡୁ ନ ଥିଲା। ଭାଜପା କିଛି କରିନାହିଁ।

ସତ୍ୟପାଲ ନିକଟରେ ପୁଲଓ୍ବାମା ଘଟଣାରେ ସିଧାସଳଖ ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଏନ୍‌ଏସ୍‌ଏ ଅଜିତ ଡୋଭାଲଙ୍କୁ ଦାୟୀ କରିଥିଲେ। ଏହା ପରେ ଶାହା ଏପରି ପ୍ରଶ୍ନ ସତ୍ୟପାଲଙ୍କୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPG e-KYCର ସମୟସୀମା ଶେଷ: ଆଜିଠୁ ଏମାନଙ୍କର କଟିଯିବ ଗ୍ୟାସ କନେକ୍ସନ! ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: LPG ଗ୍ୟାସ ଉପଭୋକ୍ତାଙ୍କ ପାଇଁ ଜରୁରୀ ଖବର। ଗ୍ୟାସ କନେକ୍ସନର e-KYC କରାଇବା ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ସର୍ଭର ସମସ୍ୟା ଯୋଗୁ ପ୍ରଥମେ…

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ପେଟ୍ରୋଲ-ଡିଜେଲ ଭରିବା ହେବ ମହଙ୍ଗା! ଏବେ ଲାଗିବ ଅତିରିକ୍ତ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: UPI ପେମେଣ୍ଟକୁ ନେଇ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଘୋଷଣା କରିଥିବା ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ (MDR)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?