ଭାରତର ସହାୟତା ଲୋଡିଲେ ବିକ୍ରମସିଙ୍ଘେ…

କଲମ୍ବୋ,୭।୧ : ଶ୍ରୀଲଙ୍କାର ଋଣ ପୁନର୍ଗଠନ ଅନୁରୋଧ ଉପରେ ଭାରତର ପ୍ରତିକ୍ରିୟା ଚଳିତ ମାସ ଶେଷ ସୁଦ୍ଧା ଆଶା କରାଯାଉଛି ବୋଲି ରାଷ୍ଟ୍ରପତି ରାନିଲ ବିକ୍ରମସିଙ୍ଘେ କହିଛନ୍ତି। ଶ୍ରୀଲଙ୍କା ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ରୁ ୨.୯ ବିଲିୟନ ଆମେରିକୀୟ ଡଲାରର ଏକ ସ୍ବଳ୍ପ ମିଆଦି ଋଣ ପାଇବାକୁ ଚେଷ୍ଟା କରୁଛି। ଏହା ବ୍ୟତୀତ ଏହାର ମୁଖ୍ୟ ଋଣଦାତା ଚାଇନା, ଜାପାନ ଏବଂ ଭାରତରୁ ଆର୍ଥିକ ନିଶ୍ଚିତତା ପାଇବାକୁ ଚେଷ୍ଟା କରୁଛି, ଯାହା ଏହି ସମୟରେ କଲମ୍ବୋ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ।

ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହ କଥାବାର୍ତ୍ତା କରି ବିକ୍ରମସିଙ୍ଘେ କହିଛନ୍ତି ଯେ ଚଳିତ ବର୍ଷ ପ୍ରଥମ ତ୍ରୟମାସରେ ସେ ଆଇଏମଏଫର ୨.୯ ବିଲିୟନ ଡଲାର ଋଣ ସେ ଆଶା କରିଛନ୍ତି।

ସୂଚନାଯୋଗ୍ୟ, ଗତ ବର୍ଷ ସେପ୍ଟେମ୍ବରରେ ଶ୍ରୀଲଙ୍କା ଏହାର ଋଣଦାତାଙ୍କ ସହ ଋଣ ପୁନର୍ଗଠନ ଆଲୋଚନା ଆରମ୍ଭ କରିଥିଲା। ନଗଦ ଅର୍ଥରାଶି ପୂର୍ବରୁ ନିଜକୁ ଡିଫଲ୍ଟ ଘୋଷଣା କରିଥିଲା। ଏହା ପରେ ବେଲ ଆଉଟ୍‌ ପାଇଁ ଆଇଏମଏଫ ସହିତ ଆଲୋଚନା ଆରମ୍ଭ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍‌ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….

ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି।…

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?