‘ଋତୁସ୍ରାବ ପରିଚ୍ଛନ୍ନତାକୁ ନେଇ ବ୍ୟାପକ ସଚେତନତା ଜରୁରୀ’

ଭୁବନେଶ୍ୱର,୨୯ା୫: ମାସିକ ଋତୁସ୍ରାବ ବା ପିରିୟଡ୍ସ ଜଣେ କିଶୋରୀ ବା ନାରୀ ଜୀବନର ଏକ ପ୍ରାକୃତିକ ତଥା ସ୍ବାଭାବିକ ପ୍ରକ୍ରିୟା। କିନ୍ତୁ ଏହାକୁ ନେଇ ଏବେ ବି ମହିଳାଙ୍କ ଭିତରେ ଲାଜ, ସଙ୍କୋଚ ରହିଥିବା ବେଳେ ଅନେକ କ୍ଷେତ୍ରରେ ସେମାନେ ବିଭିନ୍ନ ଅନ୍ଧବିଶ୍ୱାସର ଶିକାର ହେଉଛନ୍ତି।

ଋତୁସ୍ରାବ ବିଷୟରେ  କିଶୋରୀ, ମହିଳା ତଥା ସାଧାରଣ ଜନତାଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ଆଇଏଫ୍‌ଆଇ ଫାଉଣ୍ଡେଶନ ଏବଂ ସ୍ବାସ୍ଥ୍ୟପ୍ଲସ୍‌ ପକ୍ଷରୁ ଏକ ମିଳିତ ଡିଜିଟାଲ ମିଡିଆ କ୍ୟାମ୍ପେନ କରାଯାଇଛି। ଏହାର ନାଁ ରହିଛି ‘ଚାଲ ପିରିୟଡ୍ସ ବିଷୟରେ କଥା ହେବା’। ପ୍ରତିବର୍ଷ ମେ’ ୨୮ରେ ‘ବିଶ୍ୱ ଋତୁସ୍ରାବ ପରିଚ୍ଛନ୍ନତା ଦିବସ’ ପାଳନ କରାଯାଉଛ। ଏହି ଅବସରରେ ଚଳିତ ବର୍ଷ ମେ’ ୨୨ରୁ ୩୧ ପର୍ଯ୍ୟନ୍ତ ୧୦ ଦିନ ବ୍ୟାପୀ ଏହି ଡିଜିଟାଲ କ୍ୟାମ୍ପେନ ଜାରି ରହିବ।

ଏହି ଅଭିଯାନ ଅଧୀନରେ ‘ମେନାର୍କିରୁ ମେନୋପଜ’ ମହିଳାଙ୍କ ଜୀବନର ଦୁଇଟି ଗୁରୁତ୍ୱପୂର୍ଣ୍ଣ ଓ ସମ୍ବେଦନଶୀଳ ବିଷୟ ଉପରେ ବିଭିନ୍ନ ତଥ୍ୟ ସହ ଡାକ୍ତରଙ୍କ ପରାମର୍ଶ ଆଦିକୁ ନେଇ ଏକ ଭିଡିଓ ସିରିଜ ପ୍ରସ୍ତୁତ କରାଯାଇଛି। ଏହାକୁ ବିଭିନ୍ନ ସୋସିଆଲ ମିଡିଆରେ ପ୍ରସାରଣ ବି କରାଯାଉଛି।

ଗତ କିଛି ଦଶନ୍ଧି ମଧ୍ୟରେ ଶିକ୍ଷା, ସ୍ବାସ୍ଥ୍ୟ ଓ ବିଭିନ୍ନ ସାମାଜିକ କ୍ଷେତ୍ରରେ ମହିଳାମାନଙ୍କ ପାଇଁ ଅନେକ ସୁଯୋଗ ସୃଷ୍ଟି ହୋଇଛି। କିନ୍ତୁ ଚିନ୍ତାର ବିଷୟ ଯେ, ଆଜି ବି ପୃଥିବୀର ପ୍ରାୟ ୫୦ କୋଟିରୁ ଅଧିକ କିଶୋରୀ ଓ ମହିଳାଙ୍କ ପାଖରେ ଋତୁସ୍ରାବ ସ୍ବାସ୍ଥ୍ୟ ବାବଦରେ ଆବଶ୍ୟକ ସୂଚନା, ବିଭିନ୍ନ ପିରିୟଡ୍ସ ପ୍ରଡକ୍ଟ ଏବଂ ଋତୁସ୍ରାବ ପରିଚ୍ଛନ୍ନତା ପରିଚାଳନା ପାଇଁ ଆବଶ୍ୟକ ସୁବିଧା ନାହିଁ। ବିଶେଷକରି ଆର୍ଥିକ ସମସ୍ୟା, ପୁରୁଣାକାଳିଆ ସାମାଜିକ ପ୍ରଥାର ପ୍ରଭାବ ସହ ଋତୁସ୍ରାବ ଶିକ୍ଷା ଓ ସଚେତନତାର ଅଭାବ ଏହାର ପ୍ରମୁଖ କାରଣ ବୋଲି କହିଛନ୍ତି କ୍ୟାମ୍ପେନର ସଂଯୋଜକ ତଥା ଆଇଏଫ୍‌ଆଇ ଫାଉଣ୍ଡେଶନର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ସିଦ୍ଧାର୍ଥ ରଥ।

ବିଭିନ୍ନ ଦେଶ ଓ ରାଜ୍ୟରେ ଥିବା ସରକାର ଋତୁସ୍ରାବ ପରିଚ୍ଛନ୍ନତା ବିଷୟକୁ ଅଗ୍ରାଧିକାର ଦେଇ ସ୍ବତନ୍ତ୍ର ପଲିସି ଓ କାର୍ଯ୍ୟକ୍ରମ କରିବା ସହ ବ୍ୟାପକ ଜନସଚେତନତା ପାଇଁ ଆଜିର ଆଧୁନିକ ଗଣମାଧ୍ୟମ ପ୍ରମୁଖ ଭୂମିକା ନେଇପାରିବେ। ତେଣୁ ଏହି ଅଭିଯାନ ବେଳେ ବିଭିନ୍ନ ବର୍ଗର ବ୍ୟକ୍ତିଙ୍କୁ ଯୋଡ଼ିବା ସହ ସୋସିଆଲ ମିଡିଆ ମାଧ୍ୟମରେ ସହରରୁ ଗାଁ ପର୍ଯ୍ୟନ୍ତ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଉଦ୍ୟମ କରୁଛୁ। ଓଡ଼ିଆ ଭାଷାରେ କରାଯାଉଥିବା ଏହି ବିଶେଷ କ୍ୟାମ୍ପେନ ବାବଦରେ ଅଧିକ ସୂଚନା ଦେଇ ସିଦ୍ଧାର୍ଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍‌…

ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀ: ନବୀନଙ୍କ ଦାବି

ଭୁବନେଶ୍ୱର,୧୭।୩: SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri