କାଳବୈଶାଖୀରେ ବ୍ୟାପକ କ୍ଷୟକ୍ଷତି: ଦୁଇ ଦିନ ହେଲା ବିଦ୍ୟୁତ-ନେଟୱାର୍କ ସେବା ବାଧାପ୍ରାପ୍ତ

ବାଲିଗୁଡା,୧୨।୬: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଦୀର୍ଘ ଦିନ ପରେ କାଳ ବୈଶାଖୀର ତାଣ୍ଡବ। ପ୍ରବଳ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ପବନ ସହ ପ୍ରବଳ କୁଆ ପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି । ସହରର ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଥିବା ବେଳେ ବାଲିଗୁଡ଼ା ବସ ଷ୍ଟାଣ୍ଡ ନିକଟସ୍ଥ ଦଣ୍ଡପାଣି ଲର୍ଜର ସମ୍ମୁଖ ଭାଗ ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି । ଲଜ ତଳେ ଥିବା ୫ଟି ବାଇକ ଭାଙ୍ଗି ଯିବା ସହ ଦୁଇ ଗାଇ ଚାପି ହୋଇ ରହିଯାଇଥିଲେ। ଖବର ପାଇ ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ଗାଈ ଓ ବାଇକଗୁଡିକୁ ଉଦ୍ଧାର କରିଥିଲେ l ପ୍ରବଳ ପବନ ଯୋଗୁ ବାଲିଗୁଡା ସମେତ ଆଖପାଖ ଅଞ୍ଚଳରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି । ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗି ପଡ଼ିଥିବା ଯୋଗୁ ବିଦ୍ୟତ୍‌ ସେବା ବାଧାପ୍ରାପ୍ତ ହୋଇଛି। ଅଞ୍ଚଳର ବହୁ ଘରର ଛପର ଉଡିଯିବା ସହ ପ୍ରବଳ ବର୍ଷା ଓ ବିଜୁଳି ଯୋଗୁ ବ୍ୟାପକ ବହୁ କ୍ଷୟକ୍ଷତି ହୋଇଛି। ସହରର ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଥିବା ଜଣାପଡ଼ିଛି। ଦୁଇ ଘଣ୍ଟା ଧରି ପ୍ରବଳ ବର୍ଷା ହୋଇଥିଲା । ଏହି ଅତର୍କିତ ବର୍ଷା ଯୋଗୁ ସହର ଅନେକ ସାହି ବସ୍ତିରେ ପାଣି ପଶି ଯାଇଥିଲା। ତଳିଆ ଅଞ୍ଚଳରେ ଥିବା ଘର ଭିତରକୁ ପାଣି ପଶିଯିବା ଫଳରେ ଲୋକେ ଘୋର ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ସହରର ଅନେକ ସ୍ଥାନରେ ଗଛ ଉପୁଡି ପଡ଼ିବାରୁ ଯାତାଯାତ ବାଧାପ୍ରାପ୍ତ ହୋଇଛି। ବିଦ୍ୟୁତ ତାର ଉପରେ ଗଛ ପଢ଼ି ଯିବାରୁ ଅନେକ ଅଞ୍ଚଳକୁ ଦୁଇଦିନ ଧରି ବିଦ୍ୟୁତ ଓ ନେଟୱାର୍କ ସରବରାହ ବାଧାପ୍ରାପ୍ତ ହୋଇଛି। ଅନେକ ଅଞ୍ଚଳକୁ ମୋବାଇଲ ଯୋଗାଯୋଗ ମଧ୍ୟ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି l ବିଦ୍ୟୁତ ବିଭାଗ କର୍ତ୍ତୃପକ୍ଷ ତୁରନ୍ତ ବିଦ୍ୟୁତ ଯୋଗାଣ ପାଇଁ ଚେଷ୍ଟା କରୁଥିବା ବିଷୟ ବିଭାଗୀୟ ଅଧିକାରୀ ପ୍ରକାଶ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri