ବାରଝୁଲାରେ ବ୍ୟାପିଲା ଝାଡାବାନ୍ତି: ୨ ଦିନରେ ୧୨ ଆକ୍ରାନ୍ତ ଚିହ୍ନଟ

ଅମରପାଲି,୨୯।୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାରଝୁଲା ଗ୍ରାମରେ ଝାଡାବାନ୍ତି ବ୍ୟାପିଛି। ଗ୍ରାମର ପ୍ରାୟ ୧୨ଜଣ ବ୍ୟକ୍ତି ଝାଡ଼ା ବାନ୍ତି ରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ମଙ୍ଗଳବାର ୮ ଜଣ ଆକ୍ରାନ୍ତ ହୋଇଥିବା ବେଳେ ବୁଧୁବାର ପୁଣି ୪ ଜଣ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି l
ସୂଚନାଯୋଗ୍ୟ, ଝାଡାବାନ୍ତିରେ ଆକ୍ରାନ୍ତ ହେବାରୁ ସମସ୍ତଙ୍କୁ ବୀରମହାରାଜପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଝାଡାବାନ୍ତି ନିୟନ୍ତ୍ରଣ ନ ହେବାରୁ ସମସ୍ତଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ପାଇଁ ସ୍ଥାନାନ୍ତରିତ କରାଯାଇଛି l ଗ୍ରାମର ରଘୁମଣି ପଧାନ (୬୫), ବିଶାମିତ୍ର ପାତ୍ର (୪୦), ତ୍ରିବିକ୍ରମ ପଧାନ (୬୨), ସୁଦାମ ଷଣ୍ଢ(୩୧), ଚନ୍ଦ୍ରମଣି ଅଦାବର (୪୫), ଗୋବିନ୍ଦ ଖେତି(୮), ରାମଚନ୍ଦ୍ର ବେହେରା(୪୭),କର୍ମଣି ବେହେରା ଆକ୍ରାନ୍ତ ହୋଇ ପ୍ରଥମେ ବୀରମହାରାଜପୁର ପରେ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି।
ସେହିପରି ବୁଧୁବାର ଦିନ ପୁଣି ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ମାନେ ବୀରମହାରାଜପୁର ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି l ଗ୍ରାମର କୁମୁଦିନୀ ବାଘ (୫୨),ବେଟିଖାଇ ପଧାନ (୬୬),ଉତ୍ତରା ପଧାନ(୫୭)
ମେନକା ବାରିକ(୩୨)ଙ୍କୁ ଝାଡ଼ା ବାନ୍ତି ହେବାରୁ ବୀରମହାରାଜପୁର ଡାକ୍ତରଖାନାତ୍‌ରେ ଭର୍ତ୍ତି କରାଯାଇଛି।
ବୀରମହାରାଜପୁର ଏସଡିଏଚ ତରଫରୁ ଏକ ଡାକ୍ତରୀ ଟିମ, ଆଶା ଦିଦି, ଅଙ୍ଗନୱାଡ଼ି କର୍ମୀ ମିଳିତ ଭାବେ ଗ୍ରାମରେ ପହଞ୍ଚି ଘର ଘର ବୁଲି ପରୀକ୍ଷା କରିବା ସହିତ ଆବଶ୍ୟକ ଔଷଧ, ଓଆରଏସ ବଣ୍ଟନ କରିଛନ୍ତି। ଏହା ସହିତ ଲୋକଙ୍କୁ ସଚେତନ ମଧ୍ୟ କରିଛନ୍ତି।
ଗତ କିଛି ଦିନ ପୂର୍ବରୁ ପୁରୁଷୋତ୍ତମ ପାଲି ଓ ବଡବର୍ଡାକଟା ଗ୍ରାମରେ ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ୨ ଜଣଙ୍କ ମୃତ୍ୟୁ ହୋଇଥିଲା ଏବଂ ଅନେକ ଆକ୍ରାନ୍ତ ହୋଇଥିଲେ। ତେବେ ପ୍ରଶାସନ ଏଥିପ୍ରତି ତୁରନ୍ତ ଗୁରୁତ୍ୱ ଦେଇ ଗ୍ରାମରେ ଯେପରି ଆକ୍ରାନ୍ତଙ୍କ ସଂଖ୍ୟା ନ ବଢିବ ସେଥିପ୍ରତି ଯତ୍ନବାନ ହେବାକୁ ଦାବି ହେଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri