ବାରଝୁଲାରେ ବ୍ୟାପିଲା ଝାଡାବାନ୍ତି: ୨ ଦିନରେ ୧୨ ଆକ୍ରାନ୍ତ ଚିହ୍ନଟ

ଅମରପାଲି,୨୯।୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାରଝୁଲା ଗ୍ରାମରେ ଝାଡାବାନ୍ତି ବ୍ୟାପିଛି। ଗ୍ରାମର ପ୍ରାୟ ୧୨ଜଣ ବ୍ୟକ୍ତି ଝାଡ଼ା ବାନ୍ତି ରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ମଙ୍ଗଳବାର ୮ ଜଣ ଆକ୍ରାନ୍ତ ହୋଇଥିବା ବେଳେ ବୁଧୁବାର ପୁଣି ୪ ଜଣ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି l
ସୂଚନାଯୋଗ୍ୟ, ଝାଡାବାନ୍ତିରେ ଆକ୍ରାନ୍ତ ହେବାରୁ ସମସ୍ତଙ୍କୁ ବୀରମହାରାଜପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଝାଡାବାନ୍ତି ନିୟନ୍ତ୍ରଣ ନ ହେବାରୁ ସମସ୍ତଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ପାଇଁ ସ୍ଥାନାନ୍ତରିତ କରାଯାଇଛି l ଗ୍ରାମର ରଘୁମଣି ପଧାନ (୬୫), ବିଶାମିତ୍ର ପାତ୍ର (୪୦), ତ୍ରିବିକ୍ରମ ପଧାନ (୬୨), ସୁଦାମ ଷଣ୍ଢ(୩୧), ଚନ୍ଦ୍ରମଣି ଅଦାବର (୪୫), ଗୋବିନ୍ଦ ଖେତି(୮), ରାମଚନ୍ଦ୍ର ବେହେରା(୪୭),କର୍ମଣି ବେହେରା ଆକ୍ରାନ୍ତ ହୋଇ ପ୍ରଥମେ ବୀରମହାରାଜପୁର ପରେ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି।
ସେହିପରି ବୁଧୁବାର ଦିନ ପୁଣି ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ମାନେ ବୀରମହାରାଜପୁର ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି l ଗ୍ରାମର କୁମୁଦିନୀ ବାଘ (୫୨),ବେଟିଖାଇ ପଧାନ (୬୬),ଉତ୍ତରା ପଧାନ(୫୭)
ମେନକା ବାରିକ(୩୨)ଙ୍କୁ ଝାଡ଼ା ବାନ୍ତି ହେବାରୁ ବୀରମହାରାଜପୁର ଡାକ୍ତରଖାନାତ୍‌ରେ ଭର୍ତ୍ତି କରାଯାଇଛି।
ବୀରମହାରାଜପୁର ଏସଡିଏଚ ତରଫରୁ ଏକ ଡାକ୍ତରୀ ଟିମ, ଆଶା ଦିଦି, ଅଙ୍ଗନୱାଡ଼ି କର୍ମୀ ମିଳିତ ଭାବେ ଗ୍ରାମରେ ପହଞ୍ଚି ଘର ଘର ବୁଲି ପରୀକ୍ଷା କରିବା ସହିତ ଆବଶ୍ୟକ ଔଷଧ, ଓଆରଏସ ବଣ୍ଟନ କରିଛନ୍ତି। ଏହା ସହିତ ଲୋକଙ୍କୁ ସଚେତନ ମଧ୍ୟ କରିଛନ୍ତି।
ଗତ କିଛି ଦିନ ପୂର୍ବରୁ ପୁରୁଷୋତ୍ତମ ପାଲି ଓ ବଡବର୍ଡାକଟା ଗ୍ରାମରେ ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ୨ ଜଣଙ୍କ ମୃତ୍ୟୁ ହୋଇଥିଲା ଏବଂ ଅନେକ ଆକ୍ରାନ୍ତ ହୋଇଥିଲେ। ତେବେ ପ୍ରଶାସନ ଏଥିପ୍ରତି ତୁରନ୍ତ ଗୁରୁତ୍ୱ ଦେଇ ଗ୍ରାମରେ ଯେପରି ଆକ୍ରାନ୍ତଙ୍କ ସଂଖ୍ୟା ନ ବଢିବ ସେଥିପ୍ରତି ଯତ୍ନବାନ ହେବାକୁ ଦାବି ହେଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?