ଦୁର୍ଦ୍ଦିନରେ ଦିନ କାଟୁଛନ୍ତି ବିଧବା ମଞ୍ଜୁଙ୍କ ପରିବାର

ପଲମ,୩।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ ରୁପ୍ରା ପଞ୍ଚାୟତସ୍ଥିତ ଟୁଟିଙ୍ଗ ଗ୍ରାମରେ ଅସହାୟ ଅବସ୍ଥାରେ ରହୁଛନ୍ତି ବିଧବା ମଞ୍ଜୁ ଦୁର୍ଗା(୫୦)ଙ୍କ ପରିବାରବର୍ଗ। ପରିବାର ପ୍ରତିପୋଷଣ କରିବା ପାଇଁ ରାଜ୍ୟ ବାହାରୁ କାମ କରିବାକୁ ଯାଇଥିଲେ ମଞ୍ଜୁଙ୍କ ସ୍ବାମୀ ସାଧୁରାମ ଦୁର୍ଗା। କିନ୍ତୁ ରୋଜଗାର ଅର୍ଥ ଆଣିବା ବଦଳରେ ତାଙ୍କର ମୃତଦେହ ଘରକୁ ଆସିଥିଲା। ସ୍ବାମୀଙ୍କ ମୃତ୍ୟୁ ପରଠାରୁ ବିଧବା ମଞ୍ଜୁଙ୍କ ଦୁଃଖଦ କାହାଣୀ ଆରମ୍ଭ ହୋଇଛି। ପରିବାର କହିଲେ ୨ ଝିଅ। ବଡ଼ କାଜଲ ୧୩ ବର୍ଷ ଓ ଅନ୍ୟ ଝିଅି ଅନିତା ଦୁର୍ଗା ବୟସ ୮ବର୍ଷ। ସ୍ବାମୀ ପରିବାର ଛାଡି ଆରପାରିକୁ ଚାଲିଗବା ପରେ ସ୍ତ୍ରୀ ଅନେକ କଷ୍ଟ ବିଡମ୍ବନା ସହି ଆସୁଛନ୍ତି। ହେଲେ ତାଙ୍କୁ ନା ମିଳୁଛି ବିଧବା ଭତ୍ତା ନା ମିଳୁଛି ପ୍ରଧାନମନ୍ତ୍ରୀ ଆବାସ ଗୃହ କିମ୍ବା ଟଙ୍କିକିଆ ଚାଉଳ। ଏମିତି ଦୁର୍ଦ୍ଦିନରେ ଜିବନ ଯାପନ କରୁଥିବା ବେଳେ ଓଳିଏ ଖାଇ ଓଳିଏ ଉପବାସ ରହୁଥିବା ବେଳେ ପାଖ ପଡୋଶୀଙ୍କ ସହଯୋଗରେ ଜୀବନ ବଞ୍ଚାଇ ରହିଛନ୍ତି। ଝିଅ କାଜଲ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ବେଳେ ଅନୀତା ତୃତୀୟ ଶ୍ରେଣୀରେ ପାଠ ପଢୁଛନ୍ତି। ଏହି ପରିପ୍ରେକ୍ଷୀରେ ଜଣେ ଅସହାୟ ଗରିବ ବିଧବା ସ୍ତ୍ରୀଙ୍କ ସାହା ହେବାକୁ କେହି ନାହାନ୍ତି। ୨ ଝିଅମାନଙ୍କର ପାଠ ପଢାରୁ ଆରମ୍ଭ କରି ଅନ୍ୟାନ୍ୟ ଖର୍ଚ୍ଚ କିପରି ପରିପୋଷଣ କରିବେ ତାହା ଭଗବାନଙ୍କ ଉପରେ ଭରସା କରି ରହିଛନ୍ତି ବିଧବା ମଞ୍ଜୁ। ବର୍ତ୍ତମାନ ବିଧବା ସ୍ତ୍ରୀ ଜଣକ ମାନସିକ ଚାପରେ ପଡିରହୁଛନ୍ତି। ନର୍ଲା ବିଡିଓ ତଥା କଳାହାଣ୍ଡି ଜିଲାପାଳ ଏହି ପରିବାରକୁ ସହାୟତ ଯୋଗାଇ ଦେବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?