ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା ଦେଖିବାକୁ ମିଳିଛି। କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁର ଗ୍ରାମପଞ୍ଚାୟତ ପାନଭଟ୍ଟା ଗ୍ରାମର ଅସହାୟ ବିଧବା ମହିଳା ସୂର୍ଯ୍ୟ ଦେଇ (୫୫) ଦୀର୍ଘ ଦିନ ହେବ ବିଧବା ଭତ୍ତାଟିଏ ପାଇଁ ସରକାରୀ ଅଫିସ୍ ଦୌଡ଼ି ନିରାଶ ହୋଇଛନ୍ତି।

ଗତ ୨୦୨୪ ମସିହା ମେ’ ୩ ତାରିଖରେ ସ୍ୱାମୀ ସୁରେନ୍ଦ୍ର ବିଶିଙ୍କ ମୃତ୍ୟୁ ପରେ ଦୀର୍ଘ ୨ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ହେଁ ତାଙ୍କ ଭାଗ୍ୟରେ ବିଧବା ଭତ୍ତା ଜୁଟିପାରି ନାହିଁ। ତାଙ୍କର ତିନି ଜଣ ସନ୍ତାନ ଥିବାବେଳେ ବଡ଼ ଝିଅର ବିବାହ ହୋଇସାରିଛି। ଅନ୍ୟ ଜଣେ ଝିଅ ବାଙ୍ଗାଲୋରରେ ଦାଦନ ଖଟି ପଠାଉଥିବା କିଛି ଟଙ୍କାରେ ସୂର୍ଯ୍ୟ ଏବଂ ତାଙ୍କର ଛୋଟ ପୁଅ କଷ୍ଟମଷ୍ଟେ ନିଜର ଗୁଜରାଣ ମେଣ୍ଟାଉଛନ୍ତି।

ବିଶେଷକରି, ଏହି ଗ୍ରାମଟି ଗୁଣୁପୁର ପଞ୍ଚାୟତ ସଦର ମହକୁମାରୁ ମାତ୍ର ୧ କିଲୋମିଟର ଦୂରରେ ଅବସ୍ଥିତ। ଏହା ବ୍ଲକ୍ ଅଧ୍ୟକ୍ଷ ଦୟାନିଧି ମାଝୀ ଓ ଜିଲ୍ଲା ପରିଷଦ ସଭ୍ୟା ଟୁନି ଖୋସ୍ଲାଙ୍କ ନିଜ ପଞ୍ଚାୟତ ହୋଇଥିବା ଏବଂ ସୂର୍ଯ୍ୟଙ୍କ ଘର ମୁଖ୍ୟ ରାସ୍ତା କଡ଼ରେ ଥିବା ସତ୍ତ୍ବେ କୌଣସି ଜନପ୍ରତିନିଧି କିମ୍ବା ବ୍ଲକ ପ୍ରଶାସନ ତାଙ୍କର ଦୁଃଖ ବୁଝୁନାହାନ୍ତି। ସମସ୍ତ ବୈଧ କାଗଜପତ୍ର ଧରି ସେ ପଞ୍ଚାୟତରୁ ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ବାରମ୍ବାର ଦୌଡ଼ି ନିରାଶ ହୋଇଛନ୍ତି।

ସରପଞ୍ଚ ସୁଜାତା ମାଝୀ ଏହି ଆବେଦନ କରାଯାଇଥିବା ଏବଂ ବ୍ଲକ ପ୍ରଶାସନର ଅବହେଳାରୁ ତାହା ‘ଖାରଜ’ ହୋଇଥିବା କହୁଥିବା ବେଳେ, ଅଫିସିଆଲ୍ ୱେବସାଇଟ୍‌ରେ କୌଣସି ଅନଲାଇନ୍ ଆବେଦନ ହୋଇନଥିବା ଦର୍ଶାଯାଉଛି। ଅନ୍ୟପଟେ, ବ୍ଲକ୍ ସାମାଜିକ ସୁରକ୍ଷା ଅଧିକାରୀ ସୁନାରାମ ସୋରେନ୍ ଘଟଣାର ତଦନ୍ତ କରାଯାଇ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିକ୍ରିୟା ଦେଇଛନ୍ତି। ଗଣମାଧ୍ୟମରେ ଖବର ପ୍ରସାରଣ ପରେ ପ୍ରଶାସନର ନିଦ୍ରା ଭାଙ୍ଗୁଛି କି ନାହିଁ ଏବଂ ଏହି ଅସହାୟ ମାଆଙ୍କୁ କେବେ ଭତ୍ତା ମିଳୁଛି, ତାହା ବର୍ତ୍ତମାନ ଦେଖିବାକୁ ବାକି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri