ଶରୀରରେ କିରୋସିନି ଢାଳି ନିଆଁ ଲଗାଇଦେଲେ ବିଧବା ମହିଳା: ଭାଇ ଆଣିଲେ ସାଂଘାତିକ ଅଭିଯୋଗ

ଖଇରା,୨୯/୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା କୁପାରୀ ପଞ୍ଚାୟତ ଅଧୀନ କବର ହାତୀମୁଣ୍ଡା ଗ୍ରାମରେ ଜଣେ ବିଧବା ମହିଳା ନିଜ ଶରୀରରେ କିରୋସିନି ଢାଳି ନିଆଁ ଲଗାଇଛନ୍ତି। ସେ ସନ୍ଦେହଜନକ ଭାବେ ମୃତ୍ୟୁବରଣ କରିଥିବା ସାଧାରଣରେ ଆଲୋଡନ ସୃଷ୍ଟି କରିଛି । ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍‌ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
କବର ଗ୍ରାମର ପ୍ରଫୁଲ୍ଲ ରାଉତ ଦୀର୍ଘ ୨୩ ବର୍ଷ ତଳେ ଶାଳଗଢିଆ ଗ୍ରାମର କୁନି ରାଉତଙ୍କୁ ବିବାହ କରିଥିଲେ l କିଛି ବର୍ଷ ଠିକଠାକ ଚାଲିବା ପରେ ଗତ ଦୁଇ ବର୍ଷ ତଳେ ପ୍ରଫୁଲ୍ଲ କୌଣସି କାରଣକୁ ନେଇ ଆତ୍ମହତ୍ୟା କରିଥିଲେ l ତା ପରେ କୁନିଙ୍କ ଉପରେ ଶ୍ୱଶୁର, ଶାଶୁ ଓ ଦିଅର ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିଲେ । ଏ ବିଷୟରେ କୁନି ତାଙ୍କ ପରିବାର ନିକଟରେ ଜଣାଇ ଆସୁଥିଲେ l ଗତକାଲି ରାତିରେ ଶ୍ୱଶୁର କୈଳାଶ ରାଉତ, ଦିଅର ଗୋପାଳ ଚନ୍ଦ୍ର ରାଉତ ଓ ଶାଶୁ ମିଶିକରି ପୋଡି ମାରିଦେଇଥିବା ନେଇ କୁନିର ବଡଭାଈ ସୁକାନ୍ତ ଦାସ ଖଇରା ଥାନାରେ ଅଭିଯୋଗ କରିଛନ୍ତି l ଅଭିଯୋଗ ପରେ ଏସ୍‌ଡିପିଓ ପ୍ରମୋଦ ମଲ୍ଲିକ ଓ ଖଇରା ଆଇଆଇସି ସୁଚେନ୍ଦ୍ର ମହାଳିକ, ବାଲେଶ୍ୱର ସାଇଣ୍ଟିଫିକ ଟିମ ପହଁଚି ତଦନ୍ତ ପରେ ଦିଅର ଓ ଶ୍ବଶୁରଙ୍କୁ ଥାନାରେ ଅଟକ ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?