Posted inଖେଳ

ବିଶ୍ୱକପ୍‌ ହାରିବା ପରେ ଭାଙ୍ଗିପଡ଼ିଥିବା କୋହଲିଙ୍କୁ ଆଲିଙ୍ଗନ କରୁଛନ୍ତି ଅନୁଷ୍କା, ଭାଇରାଲ ହେଉଛି ଫଟୋ

ଅହମ୍ମଦାବାଦ,୨୦ା୧୧: ନରେନ୍ଦ୍ର ମୋଦି ଷ୍ଟାଡିୟମ୍‌ରେ ରବିବାର ଖେଳାଯାଇଥିବା ଦିନିକିଆ କ୍ରିକେଟ ବିଶ୍ୱକପ୍‌ ମ୍ୟାଚ୍‌ରେ ଅଷ୍ଟ୍ରେଲିଆଠାରୁ ଭାରତ ପରାଜିତ ହୋଇଛି। ଏହା ପରେ ସମସ୍ତଙ୍କ ହୃଦୟ ଭାଙ୍ଗି ଯାଇଥିଲା। ବିଶେଷକରି ଖେଳାଳିମାନେ ପରାଜିତ ହେବା ପରେ ପଡ଼ିଆରେ ଲୁହ ଏବଂ ଆଲିଙ୍ଗନରେ ଭରିଯାଇଥିଲା।

Virat Kohli, Anushka Sharma

ଫାଇନାଲ ମ୍ୟାଚ୍‌ର ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଅଭିନେତ୍ରୀ ଅନୁଷ୍କା ଶର୍ମା ମ୍ୟାଚ୍‌ ପରେ ସ୍ବାମୀ ବିରାଟ କୋହଲିଙ୍କୁ ଆଲିଙ୍ଗନ କରୁଛନ୍ତି। କେ.ଏଲ ରାହୁଲଙ୍କ ସ୍ତ୍ରୀ ଆଥିଆ ଶେଟ୍ଟୀ ମଧ୍ୟ ଅନୁଷ୍କାଙ୍କ ପଛରେ ଠିଆ ହୋଇଥିବା ଫ୍ରେମରେ ନଜର ଆସିଛନ୍ତି।

Virat Kohli Anushka Sharma AFP
ମ୍ୟାଚ୍‌ ଶେଷ ହେବାର କିଛି ସମୟ ପରେ କ୍ୟାପଟେନ୍‌ ରୋହିତ ଶର୍ମା ଏବଂ ଦ୍ରୁତ ବୋଲର ମହମ୍ମଦ ସିରାଜ ପଡ଼ିଆରେ କାନ୍ଦୁଥିବା ନଜର ଆସିଥିଲେ। ତେବେ ସମସ୍ତଙ୍କ ନଜର ଥିଲା କୋହଲିଙ୍କ ଉପରେ। କୋହଲି ବି କାନ୍ଦି ପକାଇଥିଲେ।

Situation could have been very different..' Virender Sehwag criticises Rohit Sharma's shot selection after WC loss | Mint

ଭାରତର ବ୍ୟାଟ୍ସମ୍ୟାନ କୋହଲି ଗୋଟିଏ ବିଶ୍ୱକପ୍‌ରେ ଅଧିକାଂଶ ରନ୍‌ – ୭୬୫ କରି ଏକ ନୂତନ ରେକର୍ଡ ସୃଷ୍ଟି କରି ମ୍ୟାଚ୍‌ ଶେଷ କରିଛନ୍ତି। ଗତ ସପ୍ତାହରେ ସେ ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ସେମିଫାଇନାଲ ବିଜୟରେ ରେକର୍ଡ ଭାଙ୍ଗି ୫୦ ତମ ଏକ ଦିନିକିଆ ଅନ୍ତର୍ଜାତୀୟ (ଓଡିଆଇ) ଶତକ ହାସଲ କରିଥିଲେ।

ସେତେବେଳେ କୋହଲି ଖୁସିରେ ଆତ୍ମହରା ହୋଇ ଅନୁଷ୍କାଙ୍କୁ ଖୋଜିବାକୁ ଚେଷ୍ଟା କରୁଥିବା ଏକ ଭିଡିଓ ମଧ୍ୟ ଭାଇରାଲ ହୋଇଥିଲା। ଆଉ ଏବେ ହାରିବା ପରେ ସ୍ତ୍ରୀ ଅନୁଷ୍କା ସ୍ବାମୀଙ୍କୁ ସାନ୍ତ୍ୱନା ଦେଉଥିବା ଭିଡିଓ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କୁ CJPର ଚେତାବନୀ: ଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ବନ୍ଦ କର, ନଚେତ୍ ପୁଣି…

ନୂଆଦିଲ୍ଲୀ, ୨୭।୭: ଜନ୍ତର ମନ୍ତରରେ ସିଜେପିର ଧାରଣା ଶେଷ ହୋଇଥିଲେ ମଧ୍ୟ ପୁଣିଥରେ ଆନ୍ଦୋଳନକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛି । CJP ମୁଖପାତ୍ର ଆଶୁତୋଷ ରାଙ୍କା…

ଇସ୍ତଫା ଦିଅନ୍ତୁ ଗଣଶିକ୍ଷା ମନ୍ତ୍ରୀ: ଗର୍ଜିଲା ସିପିଆଇ

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଗଞ୍ଜାମ ଜିଲା କମିଟି ପକ୍ଷରୁ ଦିଲ୍ଲୀସ୍ଥିତ ଜନ୍ତରମନ୍ତରଠାରେ ହୋଇଥିବା ଯୁବଛାତ୍ର ଆନ୍ଦୋଳନର ସଫଳତା ପରିପ୍ରେକ୍ଷୀରେ ଦେଶର ଅଗଣିତ ଛାତ୍ରୀଛାତ୍ର ଓ…

ପୁଣି ଚର୍ଚ୍ଚାରେ ଦାନ ମାଝୀ, ଏହି କାରଣକୁ ନେଇ ଫିଲ୍ମ ‘ଲାଶ୍’ର ପ୍ରଯୋଜକଙ୍କ ନାଁରେ ଦେଲେ ଏତଲା

ଭବାନୀପାଟଣା,୨୭।୭(ଉତ୍ତମ କୁମାର ଦାଶ): କାନ୍ଧରେ ପତ୍ନୀଙ୍କ ମୃତ ଦେହ ବୋହି ସାରା ବିଶ୍ୱରେ ଏକଦା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଥିବା କଳାହାଣ୍ଡିର ଦାନ ମାଝୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି…

ରଥଯାତ୍ରାର ଅନ୍ତିମ ଯାତ୍ରା ଦେଖିବା ପାଇଁ ଶ୍ରୀକ୍ଷେତ୍ରକୁ ଭକ୍ତଙ୍କ ଆଗମନ

ପୁରୀ,୨୭ା୭: ଆଜି ଘୋଷଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରିବିଜେ। ନୀଳକନ୍ଦରକୁ ବିଜେ କରିବେ ନୀଳାଦ୍ରିନାଥ। ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନବେଦିକୁ ବିଜେ କରିବେ ଦାରୁବିଗ୍ରହ। ଏଥିସହ ଚଳିତବର୍ଷର ବିଶ୍ୱପ୍ରସିଦ୍ଧ…

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ

ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ…

ରେଳ ଟ୍ରାକ୍‌ରେ ଦୁଇ ଫୁଟ ପାଣି, ଦୁଇ ଘଣ୍ଟା ଧରି ଅଟକିଲା କୋରାପୁଟ–ବିଶାଖାପାଟଣମ୍ ଟ୍ରେନ୍

ଟିକିରି, ୨୭।୭ (ପ୍ରଫୁଲ୍ଲ କୁମାର ବେହେରା): ଲଗାଣ ବର୍ଷାର ପ୍ରଭାବ ଏବେ ରେଳ ଚଳାଚଳ ଉପରେ ପଡ଼ିଛି। ରାୟଗଡ଼ା ଜିଲାର ଟିକିରି ଷ୍ଟେଶନ୍ ନିକଟରେ ରେଳ ଟ୍ରାକ୍‌…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ଘଣ୍ଟାପ୍ରତି ୮୫ କିମି ବେଗରେ ପବନ! IMD ଜାରି କଲା ଚେତାବନୀ, ୧୩ ଘଣ୍ଟା ଭିତରେ ଭୟଙ୍କର ହେବ….

ନୂଆଦିଲ୍ଲୀ, ୨୭।୭: ଦେଶରେ ମୌସୁମୀ ବର୍ଷାର ପ୍ରଭାବ ଜୋରଦାର ଭାବେ ଜାରି ରହିଥିବା ବେଳେ ପୁଣିଥରେ ପାଗ ଅଧିକ ଖରାପ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri