ସ୍ତ୍ରୀକୁ ପିଟିପିଟି ହତ୍ୟା : ଜେଲ ହାଜତକୁ ଗଲେ ଅଭିଯୁକ୍ତ ସୱାମୀ

ଦେବଗଡ,୨୪।୮(ଶଶାଙ୍କ ଶେଖର ଝାଙ୍କର): ସ୍ତ୍ରୀକୁ ପିଟିପିଟି ହତ୍ୟା ଅଭିଯୋଗରେ ଜେଲ ଗଲେ ସ୍ବାମୀ । ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ପରା ଗ୍ରାମରେ ଏଭଳି ଏକ ଅଭାବନୀୟ ଘଟଣା ଦେଖାଦେଇଛି । ପରା ଗ୍ରାମର ଦୀପକ ମାହାର ତାଙ୍କ ସ୍ତ୍ରୀ ଭାରତୀ ମାହାରଙ୍କୁ ହତ୍ୟା କରିଥିବା ନେଇ ଗତ ୨୧ ତାରିଖ କୁଣ୍ଢେଇଗୋଳା ଥାନାରେ ଅଭିଯୋଗ ହୋଇଥିଲା । ଭାରତୀଙ୍କ ଭଉଣୀ ସୁକୁମାରୀ ନାଏକ କୁଣ୍ଢେଇଗୋଳା ଥାନାରେ ହତ୍ୟା ଅଭିଯୋଗ କରିଥିବାବେଳେ ପୋଲିସ କେସ ନମ୍ବର ୧୮୭/୨୫ ମାମଲା ରଜୁ କରି ତଦନ୍ତ ଆରମ୍ଭ କରିଥିଲା । ପୋଲିସ ଶନିବାର ଦୀପକଙ୍କୁ ଅଟକ ରଖି ପଚରାଉଚୁରା ପରେ ସେ ହତ୍ୟା କରିଥିବା ଜାଣିବାକୁ ପାଇଥିଲା ।

ଫଳରେ ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ଦୀପକଙ୍କୁ କୋର୍ଟଚାଲାଣ କରାଯାଇଥିବା ବେଳେ ମାନ୍ୟବର ଅଦାଲତ ତାଙ୍କୁ ଜେଲ ହାଜତକୁ ପଠାଇ ଦେଇଛନ୍ତି । ତେବେ ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଦୀପକ ଭୁବନେଶ୍ୱରରେ ରହି ଶ୍ରମିକ ଭାବେ କାମ କରୁଥିବା ବେଳେ କିଛି ଦିନ ହେଲା ଘରକୁ ଆସିଥିଲେ । ତେବେ ତାଙ୍କ ସ୍ତ୍ରୀ ଭାରତୀ ପ୍ରାୟ ସମୟରେ ଫୋନ ଯୋଗେ ଅନ୍ୟ କାହା ସହିତ କଥା ହେଉଥିବାରୁ ଦୀପକଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଥିଲା ଓ ଏହାକୁ ନେଇ ଗତ ୨୦ ତାରିଖ ରାତ୍ରୀରେ ସ୍ବାମୀ ଓ ସ୍ତ୍ରୀ ମଧ୍ୟରେ ବଚସା ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ଦୀପକ ତାଙ୍କ ସ୍ତ୍ରୀଙ୍କୁ ଗାଳିଗୁଳଜ କରି ମାଡ ମାରିବା ସହ ହାତ ଧରି ଟାଣିଦେବାରୁ ସ୍ତ୍ରୀ କଂକ୍ରିଟ ଚଟଣାରେ ପଡି ଯାଇଥିଲେ । ଫଳରେ ମୁଣ୍ଡରେ ଗୁରୁତର ଆଘାତ ଲାଗିଥିଲା । ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ନମନ୍ତେ ତାଙ୍କୁ ଛେଣ୍ଡିପଦା ଡାକ୍ତରଖାନାକୁ ନିଆଯାଇଥିବାବେଳେ ଡାକ୍ତର ଭାରତୀଙ୍କର ମୃତ୍ୟୁ ଘୋଷଣା କରିଥିଲେ । ଏନେଇ ପରା ଗ୍ରାମର କୌଣସି ଜଣେ ବ୍ୟକ୍ତି ଭାରତୀଙ୍କ ବାପଘର ଲୋକଙ୍କୁ ଫୋନ ଯୋଗେ ଜଣାଇଥିଲେ ।

ସୂଚନା ପାଇ ଭାରତୀଙ୍କ ବାପଘର ଲୋକ ଆସିଥିବାବେଳେ ଭାରତୀଙ୍କ ମୃତ୍ୟୁ ହୋଇଥିବା ଜାଣିବାକୁ ପାଇଥିଲେ । ଏଥିସହ ଭାରତୀଙ୍କୁ ତାଙ୍କ ସୱାମୀ ଦୀପକ ହତ୍ୟା କରିଥିବା ଅଭିଯୋଗ କରିଥିଲେ । ଅଭିଯୋଗ ଅଧାରରେ ପୋଲିସ ଦୀପକଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri