ପାରିବାରିକ କଳହକୁ କେନ୍ଦ୍ର କରି ଭିଣୋଇକୁ ହତ୍ୟା କଲା ଶଳା, ଭାଣିଜୀ ଗୁରୁତର

ଥୁଆମୂଳ ରାମପୁର,୧ା୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଥୁଆମୂଳ ଗ୍ରାମପଞ୍ଚାୟତ ନିକଟସ୍ଥ ରାଣୀଡୁମେର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତ୍ରୀରେ ଏକ ଅଭାବନୀୟ ଘଟଣା ଘଟିଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ଆସାମୀ ହରି ଗୌଡ଼(୫୦) ତାଙ୍କ ଭେଣୋଇ ଟିମା ଗୌଡ଼ (୬୦)ଙ୍କୁ ଠେଙ୍ଗାରେ ଆକ୍ରମଣ କରିଥିଲେ, ଫଳରେ ଘଟଣାସ୍ଥଳରେ ହିଁ ମୃତ୍ୟୁ ବରଣ କରିଥିବା ଜଣାପଡିଛି।

ଅନ୍ୟପଟେ ଟିମା ଗୌଡ଼ଙ୍କ ଝିଆରୀ ସୁରେଖା ଗୌଡ଼ (୩୫)ଉକ୍ତ ସ୍ଥାନରେ ବୁଝାମଣା କରିବାକୁ ଯାଇ ସେ ମଧ୍ୟ ଆଶାମୀର ଆକ୍ରମଣର ଶିକାର ହୋଇ ଗୁରୁତର ହୋଇଥିଲେ। ପରେ ସେଠାରୁ ତାଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଥୁଆମୁଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସେଠାରେ ଅଧିକ ରକ୍ତସ୍ରାବ ହୋଇ ଗୁରୁତର ହେବାରୁ ତାଙ୍କୁ ଭବାନୀପାଟଣା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଏନେଇ ଡାକ୍ତର ସମ୍ବିତ ବିଶ୍ଵାଳ ସୂଚନା ଦେଇଛନ୍ତି।

ସେପଟେ ମୃତ ବ୍ୟକ୍ତିଙ୍କ ମୃତ ଦେହ ତାଙ୍କ ଘର ଦ୍ଵାରରେ ପଡ଼ିରହିଛି। ପ୍ରକାଶ ଥାଉ କି ଆସାମୀ ହରି ଗୌଡ଼ ସୁରେଖା ଗୌଡ଼ଙ୍କ ବାପା ଖତୁ ଗୌଡ଼ଙ୍କୁ ବି ଆଗରୁ ମାରପିଟ୍ କରୁଥିଲେ। ଏନେଇ ଥାନାରେ ମଧ୍ୟ ଅଭିଯୋଗ ହୋଇଥିଲା। ହେଲେ ବର୍ତ୍ତମାନ ଗତ ୧୩ଦିନ ତଳେ ଖତୁ ଗୌଡ ମୃତ୍ୟୁବରଣ କରିଛନ୍ତି। ତେବେ ଖବର ପାଇ ଥୁଆମୁଳ ରାମପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆସାମୀକୁ ଆୟତ୍ତ କରି କାବୁ କରି ନେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ଭଞ୍ଜନଗର ବିଇଓଙ୍କ ତ୍ୱରିତ ପଦକ୍ଷେପ: ଅବସର ଦିନ ହିଁ ମିଳିଲା ୬ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଫାଇନାଲ ପେନସନ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ ଲୋପାମୁଦ୍ରା ରଥଙ୍କ ତ୍ୱରିତ ପଦକ୍ଷେପ ଯୋଗୁ ମଙ୍ଗଳବାର ଚାକିରିରୁ ଅବସର ନେଇଥିବା ୬ ଜଣ ଶିକ୍ଷୟିତ୍ରୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri