ସ୍ତ୍ରୀଙ୍କୁ ପଥରରେ ଛେଚି ହତ୍ୟା କରିବା ପରେ ଆତ୍ମହତ୍ୟା କଲେ ସ୍ବାମୀ

ପୁରୁଷୋତ୍ତମପୁର,୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବେଢ଼ଛେଲୁ ଗ୍ରାମରେ ଜଣେ ମଦ୍ୟପ ସ୍ବାମୀ ଉନ୍ମତ୍ତ କାଣ୍ଡ ଘଟାଇଛନ୍ତି। ସେ ସ୍ତ୍ରୀଙ୍କ ମୁଣ୍ଡକୁ ପଥର ଛେଚି ବୀଭତ୍ସ ଭାବେ ହତ୍ୟା କରିବା ପରେ ନିଜେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି।

ଘଟଣାରୁ ପ୍ରକାଶ ଯେ, ପ୍ରଶାନ୍ତ ମୁଦୁଲି (୩୮) ସବୁଦିନ ମଦ୍ୟପାନ ସହ ବିଭିନ୍ନ ପ୍ରକାରର ନିଶା ସେବନ କରି ସ୍ତ୍ରୀ ଝିଲି (୩୦)ଙ୍କ ସହ ଝଗଡ଼ା କରିବା ସହ ମାଡ଼ପିଟ୍‌ କରୁଥିଲେ। ଏହାକୁ ନେଇ ସ୍ତ୍ରୀ ଝିଲି ବହୁବାର ପୁରୁଷୋତ୍ତମପୁର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏହାର ସମାଧାନ ମଧ୍ୟ କରିଥିଲା। ବୁଧବାର ରାତିରେ ପରିବାର ସମସ୍ତେ ଖାଇପିଇ ନିଜ ନିଜର କୋଠରିରେ ଶୋଇଥିଲେ। ଏହି ସମୟରେ ପ୍ରଶାନ୍ତ ସ୍ତ୍ରୀ ଝିଲି ଓ ସାତବର୍ଷର ପୁଅ ସହ ତାଙ୍କ କୋଠରିରେ ଶୋଇବାକୁ ଯାଇଥିଲେ। ଝିଲି ଶୋଇଥିବା ବେଳେ ପ୍ରଶାନ୍ତ ନିଶାଶକ୍ତ ଅବସ୍ଥାରେ ଘରେ ଥିବା ପେଷଣା ପଥରକୁ ଆଣି ଝିଲିଙ୍କ ମୁଣ୍ଡରେ ଛେଚି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ପରେ ପ୍ରଶାନ୍ତ ମାନସିକ ଭାରସାମ୍ୟ ହରାଇ ନିଜେ ଆତ୍ମହତ୍ୟା କରିଥିଲେ। ସକାଳୁ ଘର କବାଟ ଖୋଲା ଯାଇ ନ ଥିବାରୁ ପରିବାର ଲୋକେ ଓ ଗ୍ରାମବାସୀ କବାଟ ଭାଙ୍ଗି ଏସବୁ ଘଟଣା ଦେଖିବାକୁ ପାଇଥିଲେ। ଏନେଇ ସରପଞ୍ଚଙ୍କ ପ୍ରତିନିଧି ଜୟନାରାୟଣ ଦାଶଙ୍କୁ ଜଣାଇଥିଲେ। ପୁରୁଷୋତ୍ତମପୁର ପୋଲିସକୁ ଖବର ଦେବାରୁ ଆଇଆଇସି ଜଗନ୍ନାଥ ମଲ୍ଲିକଙ୍କ ସହ ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ଅତିରିକ୍ତ ଏସ୍‌ପି ପ୍ରଦୀପ କୁମାର ଦଳେଇ ଘଟଣାସ୍ଥଳରେ ପହଞ୍ଚି ଦୁଇ ମୃତଦେହକୁ ଜବତ କରି ସାଇଣ୍ଟିଫିକ୍‌ ଟିମ୍‌ ଡକାଇ ଘଟଣାର ତଦନ୍ତ ଚଲାଇଛନ୍ତି। ଏଥିନେଇ ଥାନାରେ କେସ୍‌ ନଂ ୨୩୬/୨୧ରେ ଏକ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri