ସୋସିଆଲ୍‌ ମିଡିଆରେ ସ୍ବାମୀଙ୍କ ଫଟୋ ଛାଡି ବ୍ଲାକମେଲ କରୁଛନ୍ତି ସ୍ତ୍ରୀ

ବ୍ରହ୍ମପୁର,୨୫ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଦାମ୍ପତ୍ୟ ଜୀବନରେ ଫାଟ ସୃଷ୍ଟି ହେବା ପରେ ସ୍ବାମୀଙ୍କ ପୁରୁଣା ଫଟୋ ସୋସିଆଲ୍‌ ମିଡିଆରେ ଛାଡି ସ୍ତ୍ରୀ ବ୍ଲାକ୍‌ମେଲ କରୁଥିବା ନେଇ ନିମଖଣ୍ଡି ଥାନାରେ ଅଭିଯୋଗ ହୋଇଛି। ଯୁବକ ଜଣଙ୍କ ଏତଲାରେ ଦର୍ଶାଇଛନ୍ତି, ତାଙ୍କ ସହ କେତେଜଣ ଯୁବତୀଙ୍କ ଫଟୋ ମଧ୍ୟ ସୋସିଆଲ୍‌ ମିଡିଆରେ ଅପ୍‌ଲୋଡ୍‌ କରାଯାଇଛି। ଫଳରେ ସମାଜରେ ତାଙ୍କର ସମ୍ମାନ ହାନି ହେବା ସହ ପରିବାରର ମର୍ଯ୍ୟାଦାରେ ଆଞ୍ଚ ଆସିଛି। ପୂର୍ବରୁ ମଧ୍ୟ ଏଭଳି ବ୍ଳାକମେଲ କରିବାରୁ ଯୁବକ ଜଣକ ସାଇବର ଥାନାରେ ଏତଲା ଦେଇଥିଲେ। ତଥାପି ପୁଣି ତାଙ୍କର ପୁରୁଣା ଫଟୋ ସୋସିଆଲ୍‌ ମିଡିଆରେ ଛାଡି ତାଙ୍କ ସ୍ତ୍ରୀ ଏଭଳି କରୁଛନ୍ତି। ଯୁବକ ଜଣକ ସେଲୁନ ଓ ଟାଟୋରେ କାମ କରିବା ସମୟର କିଛି ଫଟୋ ଥିଲା। ସେ ସବୁ ତାଙ୍କ ଲାପଟପରେ ଥିବା ବେଳେ ତାଙ୍କ ସ୍ତ୍ରୀ ଜବରଦସ୍ତ ସେହି ଫଟୋ ନେଇଯାଇଥିଲେ। ବର୍ତ୍ତମାନ ସେହି ଫଟୋକୁ ସୋସିଆଲ୍‌ ମିଡିଆରେ ଛାଡୁଛନ୍ତି ଏବଂ ପରିବାର ଲୋକଙ୍କୁ ମଧ୍ୟ ପଠାଉଛନ୍ତି। ଯାହାକୁ ନେଇ ବ୍ୟବସାୟିକ କ୍ଷେତ୍ର ଓ ପରିଚିତ ଲୋକଙ୍କ ପାଖରେ ଅପମାନିତ ହେବାକୁ ପଡୁଛି। ବାରମ୍ବାର ଏଭଳି ତାଙ୍କୁ ଅପମାନିତ କରି ଆତ୍ମହତ୍ୟା କରିବାକୁ ବାଧ୍ୟ କରୁଛନ୍ତି ବୋଲି ସେ ଏତଲାରେ ଉଲ୍ଲେଖ କରିଛନ୍ତି। ତାଙ୍କ ସ୍ତ୍ରୀ ବର୍ତ୍ତମାନ ଫୁଲବାଣୀରେ ରହୁଥିବା ବେଳେ କିଛି ବର୍ଷ ହେଲା ଉଭୟଙ୍କ ଭିତରେ ଫାଟ ସୃଷ୍ଟି ହୋଇଥିଲା। ତା’ପରଠୁ ସେ ଏଭଳି କରୁଥିବା ଯୁବକ ଜଣକ କହିଛନ୍ତି। ଏ ସଂକ୍ରାନ୍ତରେ ପୋଲିସ ନଂ. ୩୪୨/୨୩ ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

‘ଛାତ୍ରୀଛାତ୍ରଙ୍କ ସଫଳତା ଆମ ପୁରସ୍କାର’

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri