Posted inଜାତୀୟ

ଦିଅରଙ୍କୁ ପ୍ରେମ କରି ସ୍ବାମୀଙ୍କୁ ମାରିଦେଲେ ସ୍ତ୍ରୀ,ଏମିତି ରଚିଥିଲେ ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୨୦ା୭: ଦିଲ୍ଲୀରେ ଦିଅରଙ୍କ ସହ ପ୍ରେମ ସମ୍ପର୍କ ରଖିଥିବା ଜଣେ ମହିଳା ତାଙ୍କ ସ୍ବାମୀଙ୍କୁ ହତ୍ୟା କରିଥିବା ତଦନ୍ତରୁ ଜଣାପଡ଼ିଛି। ମୃତକ କରନ ଦେବ (୩୬)ଙ୍କୁ ତାଙ୍କ ସ୍ତ୍ରୀ ସୁସ୍ମିତା ଗତ ୧୩ ତାରିଖରେ ମାତା ରୂପରାନି ମାଗୋ ହସ୍ପିଟାଲକୁ ଆଣି ତାଙ୍କୁ ବିଦ୍ୟୁତ୍‌ ଶକ୍‌ ଲାଗିଥିବା କହିଥିଲେ। ହସ୍ପିଟାଲ ପକ୍ଷରୁ କରନଙ୍କୁ ମୃତ ଘୋଷଣା କରାଯିବା ପରେ ତାଙ୍କ ବୟସ ଓ ପରିସ୍ଥିତିକୁ ଦୃଷ୍ଟିରେ ରଖି ମୃତଦେହ ବ୍ୟବଚ୍ଛେଦ କରିବାକୁ ଦିଲ୍ଲୀ ପୋଲିସ କହିଥିଲା। କରନଙ୍କ ସ୍ତ୍ରୀ ଓ ସମ୍ପର୍କୀୟ ଭାଇଙ୍କ ବିରୋଧ ସତ୍ତ୍ୱେ ମୃତଦେହ ବ୍ୟବଚ୍ଛେଦ ପାଇଁ ଦୀନଦୟାଲ ଉପାଧ୍ୟାୟ ହସ୍ପିଟାଲକୁ ପଠାଯାଇଥିଲା। କରନଙ୍କୁ ତାଙ୍କ ସ୍ତ୍ରୀ ଓ ସମ୍ପର୍କୀୟ ଭାଇ ହତ୍ୟା କରିଥିବା ସନ୍ଦେହ ହେଉଛି ବୋଲି ୩ ଦିନ ପରେ ସାନଭାଇ କୁନାଲ ପୋଲିସକୁ କହିଥିଲେ। ଏଥିସହିତ ସେ ସୁସ୍ମିତା ଓ ରାହୁଲଙ୍କ ମଧ୍ୟରେ ଇନ୍‌ଷ୍ଟାଗ୍ରାମ ଚାଟିଂକୁ ପ୍ରମାଣ ଭାବେ ଉପସ୍ଥାପନ କରିଥିଲେ, ଯେଉଁଥିରେ ହତ୍ୟା ଯୋଜନା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଉକ୍ତ ଚାଟ୍‌ରୁ ସୁସ୍ମିତା ଓ ରାହୁଲଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିବା ଓ ଏହି କାରଣରୁ ସେମାନେ କରନଙ୍କୁ ହତ୍ୟା ଯୋଜନା କରିଥିବା ଜଣାପଡ଼ିଥିଲା। ସେମାନେ କରନଙ୍କୁ ରାତ୍ର ଭୋଜନରେ ୧୫ଟି ନିଦ ବଟିକା ଦେଇ ସଂଜ୍ଞାହୀନ ହେବା ପର୍ଯ୍ୟନ୍ତ ଅପେକ୍ଷା କରିଥିଲେ। ଏହାପରେ ସେମାନେ କରନଙ୍କୁ ବିଦ୍ୟୁତ୍‌ ଆଘାତ ଦେଇ ମାରିଦେଇଥିଲେ ଓ ଏହାକୁ ଦୁର୍ଘଟଣାଜନିତ ମୃତ୍ୟୁ ଦର୍ଶାଇଥିଲେ। ପୋଲିସ ସୁସ୍ମିତାଙ୍କୁ ହାଜତକୁ ନେଇ ପଚରାଉଚରା କରିବା ପରେ ସେ ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା କରିଥିବା ମାନିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri