ନାବାଳିକା ଛାତ୍ରୀଙ୍କୁ ନିଶା ଦେଇ ବଳାତ୍କାର

ବ୍ରହ୍ମପୁର ଅଫିସ,୧୯।୩: ଜନୈକା ନାବାଳିକା ଛାତ୍ରୀଙ୍କୁ ବ୍ରହ୍ମପୁର ରେଳଷ୍ଟେଶନରୁ ଅପହରଣ କରି ଆନ୍ଧ୍ରପ୍ରଦେଶ ସୀମାଚଳମ୍‌ର ଏକ ଲଜିଂରେ ରଖି ତାଙ୍କୁ ନିଶା ଦେଇ ବଳାତ୍କାର କରାଯାଇଥିଲା। ପୋଲିସ ପୀଡ଼ିତାଙ୍କୁ ସୀମାଚଳମ୍‌ରୁ ଶୁକ୍ରବାର ଉଦ୍ଧାର କରିଥିବାବେଳେ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଥିଲା। ସେ ହେଉଛନ୍ତି ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଡୁମୂଳା ଗ୍ରାମର ପି. ସରୋଜ କୁମାର ପ୍ରଧାନ (୩୫)। ପୋଲିସ ଉକ୍ତ ଲଜିଂରୁ ଏକ ଗ୍ଲାସ୍‌ ଓ ଟ୍ରେନ୍‌ ଟିକେଟ ଜବତ କରିଛି। ଉଦ୍ଧାର ପରେ ବ୍ରହ୍ମପୁର ବଡ଼ବଜାର ଥାନାରେ ଧାରା ୧୬୧ରେ ଘଟଣା ସମ୍ପର୍କରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଛି। ପୀଡ଼ିତା ଛାତ୍ରୀଙ୍କୁ ସରୋଜ ଖାଦ୍ୟ ଓ ପାନୀୟରେ ନିଶା ମିଶାଇ ଦେଇଥିଲେ। ସେ ଅଚେତ ହୋଇଯିବା ପରେ ତାଙ୍କୁ ବଳାତ୍କାର କରିଥିଲେ ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି।
ଉଭୟ ପୀଡ଼ିତା ଓ ବଳାତ୍କାରୀଙ୍କ ଡାକ୍ତରୀମାଇନା କରାଯାଇଛି। ମାମଲା ନମ୍ବର ୮୦/୨୩ରେ ସରୋଜଙ୍କୁ ଶନିବାର କୋର୍ଟ ଚାଲାଣ କରାଯାଇଛି। ଉକ୍ତ ଲଜିଂରୁ ପୋଲିସ ଜବତ କରିଥିବା ଗ୍ଲାସ୍‌ ଓ ବସ୍ତ୍ରର ସାଇଣ୍ଟିଫିକ୍‌ ପରୀକ୍ଷା ପାଇଁ ଏସ୍‌ଏଫ୍‌ଏସ୍‌ଏଲ୍‌କୁ ପଠାଯିବ ବୋଲି ପୋଲିସ କହିଛି।
ପ୍ରକାଶ ଯେ, ଗତ ୧୬ ତାରିଖରେ ଜଣେ ଯୁକ୍ତ ୨ ଛାତ୍ରୀ ଘରୁ କେଉଁଆଡ଼େ ଚାଲି ଯାଇଥିଲେ। ପରିବାର ଲୋକ ତାଙ୍କୁ ନ ପାଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୮୦/୨୩ରେ ଏକ ମାମଲା ରୁଜୁକରି ଘଟଣାର ଅନୁସନ୍ଧାନ କରିଥିଲା। ଶୁକ୍ରବାର ସକାଳେ ପୀଡ଼ିତା ଜଣଙ୍କ କୌଶଳକ୍ରମେ ଉକ୍ତ ଲଜିଂରୁ ତାଙ୍କ ଭାଇଙ୍କୁ ଘଟଣା ସମ୍ପର୍କରେ ଫୋନ୍‌ କରି ଜଣାଇଥିଲେ। ପରେ ପୋଲିସ ଓ ଛାତ୍ରୀଙ୍କ ପରିବାର ସୀମାଚଳମ୍‌ରେ ପହଞ୍ଚିଥିଲେ। ପୋଲିସ ପୀଡ଼ିତାଙ୍କୁ ସେଠାରୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

ମ୍ୟୁଟେଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri