ଶ୍ୱଶୁରଘରେ ସ୍ତ୍ରୀଙ୍କୁ ହତ୍ୟା

ଯାଜପୁର ଟାଉନ/ଯାଜପୁର ସଦର,୯।୭(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି/ସମର ବିଜୟ ଶରଣ):ଯାଜପୁର ସଦର ଥାନା ଅନ୍ତର୍ଗତ ଭୂଇଁପୁର ପଞ୍ଚାୟତ କତରାପୁର ଗ୍ରାମରେ ଶ୍ୱଶୁର ଘରେ ସ୍ତ୍ରୀଙ୍କୁ ସ୍ବାମୀ ହତ୍ୟା କରିଛନ୍ତି। ଏନେଇ ଥାନାରେ ଅଭିଯୋଗ ହେବାପରେ ପୋଲିସ ମହିଳାଙ୍କ ସ୍ବାମୀଙ୍କୁ ଅଟକ ରଖି ତଦନ୍ତ ଚଳାଇଛି।
ଅଭିଯୋଗ ଅନୁସାରେ, ଗ୍ରାମର ବିଷ୍ଣୁଚରଣ ଗୁଇଁଙ୍କ ଝିଅ ମଧୁସ୍ମିତା ଗୁଇଁ ୨୦୨୧ରେ ମଲପଡ଼ା ଗ୍ରାମର ବିଶ୍ୱନାଥ ମିଶ୍ରଙ୍କ ପୁଅ ଆଲୋକ ମିଶ୍ରଙ୍କୁ ପ୍ରେମ ବିବାହ କରିଥିଲେ। ସେମାନଙ୍କର ଏକ ୭ ମାସର କନ୍ୟା ସନ୍ତାନ ରହିଛି। ଉଭୟଙ୍କ ବୈବାହିକ ଜୀବନ ଭଲରେ କଟୁଥିବାବେଳେ କିଛି ଦିନ ତଳେ ଉଭୟଙ୍କ ମଧ୍ୟରେ ପାରିବାରିକ ଅଶାନ୍ତିକୁ କେନ୍ଦ୍ରକରି ଝଗଡ଼ା ଲାଗିଥିଲା। ତେଣୁ ମଧୁସ୍ମିତା ୭ ଦିନ ହେବ ବାପଘରେ ଆସି ରହୁଥିଲେ। ଶୁକ୍ରବାର ସନ୍ଧ୍ୟାରେ ମଧୁସ୍ମିତା ଓ ଆଲୋକଙ୍କ ମଧ୍ୟରେ ଫୋନ୍‌ରେ ଝଗଡ଼ା ହୋଇଥିଲା। ପରେ ରାତି ପ୍ରାୟ ୧୦ଟାରେ ମଧୁସ୍ମିତା ଆଲୋକଙ୍କୁ ଫୋନ୍‌ରେ ବାପ ଘରକୁ ଡକାଇଥିଲେ। ରାତିରେ ସମସ୍ତ ପରିବାର ସଦସ୍ୟ ଖିଆପିଆ କରି ଶୋଇବାକୁ ଯାଇଥିଲେ। ରାତି ପ୍ରାୟ ୧ଟାରେ ମଧୁସ୍ମିତାଙ୍କ ବାପା ବାହାରକୁ ଉଠି ଦେଖିଲା ବେଳକୁ ଝିଅଜ୍ୱାଇଁ ଶୋଇଥିବା ଘର କବାଟ ଖୋଲା ଥିଲା, ହେଲେ ଝିଅ ଜ୍ୱାଇଁ ନ ଥିଲେ। ତେଣୁ ସେ ଆଲୋକଙ୍କୁ ଫୋନ୍‌ରେ ଘରକୁ ଡକାଇ ଝିଅ ଖବର ପଚାରିବାରୁ ଆଲୋକ ମଧୁସ୍ମିତାଙ୍କୁ ମାରି ପାଖ ପୋଖରୀରେ ପକାଇ ଦେଇଥିବା ସ୍ବୀକାର କରିଥିଲେ। ପରିବାର ଲୋକେ ମଧୁସ୍ମିତାଙ୍କୁ ପୋଖରୀରୁ ଉଦ୍ଧାର କରି ଯାଜପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତା ଘୋଷଣା କରିଥିଲେ। ମଧୁସ୍ମିତାଙ୍କ ବାପାଙ୍କ ଲିଖିତ ଏତଲା ପରେ ସଦର ଥାନାରେ ନଂ.୧୭୨/୨୩ରେ ଏକ ମାମଲା ରୁଜୁ ହୋଇଛି। ଏହି ଘଟଣା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri