ଶ୍ୱଶୁରଘରେ ସ୍ତ୍ରୀଙ୍କୁ ହତ୍ୟା

ଯାଜପୁର ଟାଉନ/ଯାଜପୁର ସଦର,୯।୭(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି/ସମର ବିଜୟ ଶରଣ):ଯାଜପୁର ସଦର ଥାନା ଅନ୍ତର୍ଗତ ଭୂଇଁପୁର ପଞ୍ଚାୟତ କତରାପୁର ଗ୍ରାମରେ ଶ୍ୱଶୁର ଘରେ ସ୍ତ୍ରୀଙ୍କୁ ସ୍ବାମୀ ହତ୍ୟା କରିଛନ୍ତି। ଏନେଇ ଥାନାରେ ଅଭିଯୋଗ ହେବାପରେ ପୋଲିସ ମହିଳାଙ୍କ ସ୍ବାମୀଙ୍କୁ ଅଟକ ରଖି ତଦନ୍ତ ଚଳାଇଛି।
ଅଭିଯୋଗ ଅନୁସାରେ, ଗ୍ରାମର ବିଷ୍ଣୁଚରଣ ଗୁଇଁଙ୍କ ଝିଅ ମଧୁସ୍ମିତା ଗୁଇଁ ୨୦୨୧ରେ ମଲପଡ଼ା ଗ୍ରାମର ବିଶ୍ୱନାଥ ମିଶ୍ରଙ୍କ ପୁଅ ଆଲୋକ ମିଶ୍ରଙ୍କୁ ପ୍ରେମ ବିବାହ କରିଥିଲେ। ସେମାନଙ୍କର ଏକ ୭ ମାସର କନ୍ୟା ସନ୍ତାନ ରହିଛି। ଉଭୟଙ୍କ ବୈବାହିକ ଜୀବନ ଭଲରେ କଟୁଥିବାବେଳେ କିଛି ଦିନ ତଳେ ଉଭୟଙ୍କ ମଧ୍ୟରେ ପାରିବାରିକ ଅଶାନ୍ତିକୁ କେନ୍ଦ୍ରକରି ଝଗଡ଼ା ଲାଗିଥିଲା। ତେଣୁ ମଧୁସ୍ମିତା ୭ ଦିନ ହେବ ବାପଘରେ ଆସି ରହୁଥିଲେ। ଶୁକ୍ରବାର ସନ୍ଧ୍ୟାରେ ମଧୁସ୍ମିତା ଓ ଆଲୋକଙ୍କ ମଧ୍ୟରେ ଫୋନ୍‌ରେ ଝଗଡ଼ା ହୋଇଥିଲା। ପରେ ରାତି ପ୍ରାୟ ୧୦ଟାରେ ମଧୁସ୍ମିତା ଆଲୋକଙ୍କୁ ଫୋନ୍‌ରେ ବାପ ଘରକୁ ଡକାଇଥିଲେ। ରାତିରେ ସମସ୍ତ ପରିବାର ସଦସ୍ୟ ଖିଆପିଆ କରି ଶୋଇବାକୁ ଯାଇଥିଲେ। ରାତି ପ୍ରାୟ ୧ଟାରେ ମଧୁସ୍ମିତାଙ୍କ ବାପା ବାହାରକୁ ଉଠି ଦେଖିଲା ବେଳକୁ ଝିଅଜ୍ୱାଇଁ ଶୋଇଥିବା ଘର କବାଟ ଖୋଲା ଥିଲା, ହେଲେ ଝିଅ ଜ୍ୱାଇଁ ନ ଥିଲେ। ତେଣୁ ସେ ଆଲୋକଙ୍କୁ ଫୋନ୍‌ରେ ଘରକୁ ଡକାଇ ଝିଅ ଖବର ପଚାରିବାରୁ ଆଲୋକ ମଧୁସ୍ମିତାଙ୍କୁ ମାରି ପାଖ ପୋଖରୀରେ ପକାଇ ଦେଇଥିବା ସ୍ବୀକାର କରିଥିଲେ। ପରିବାର ଲୋକେ ମଧୁସ୍ମିତାଙ୍କୁ ପୋଖରୀରୁ ଉଦ୍ଧାର କରି ଯାଜପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତା ଘୋଷଣା କରିଥିଲେ। ମଧୁସ୍ମିତାଙ୍କ ବାପାଙ୍କ ଲିଖିତ ଏତଲା ପରେ ସଦର ଥାନାରେ ନଂ.୧୭୨/୨୩ରେ ଏକ ମାମଲା ରୁଜୁ ହୋଇଛି। ଏହି ଘଟଣା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri