ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ପାରଳାଖେମୁଣ୍ଡି,୨୮ା୯ (ଗିରିଧାରୀ ପରିଛା): ଗଜପତି ଜିଲା ଆର.ଉଦୟଗିରି ଥାନା ଅଧୀନ ବାଦପୁର ଗ୍ରାମରେ ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ଜିଲା ଦୌରାଜଜ୍‌ ପ୍ରଣବ କୁମାର ରାଉତରାୟ। ଅଭିଯୁକ୍ତ ସ୍ବାମୀ ହେଲେ ସୁବାସ ଚନ୍ଦ୍ର ନାୟକ।

୨୦୧୯ ଏପ୍ରେଲ ୫ରେ ଆରା.ଉଦୟଗିରି ଟାଙ୍ଗିଲିପଦର ଗ୍ରାମର ସୁବାସ ନାୟକ ସ୍ତ୍ରୀ ରୁନିତା ଓ ଝିଅ ମାମୁନିଙ୍କୁ ସାଙ୍ଗରେ ନେଇ ବଡ଼ପଦା ସ୍କୁଲରେ ଝିଅର ଆଡମିଶନ କରିବାକୁ ଯାଇଥିଲେ। ଚାନ୍ଦିପୁଟ ଛକ ନିକଟସ୍ଥ ବାଦପୁର ଗ୍ରାମ ନିକଟରେ ଶୌଚ ଯିବା ବାହାନାରେ ଅଟକି ଥିଲେ। ସେଠାରେ ଝିଅ ସମ୍ମୁଖରେ ଏକ ଧାରୁଆ ଅସ୍ତ୍ରରେ ସ୍ତ୍ରୀ ରୁନିତାଙ୍କ ଗଳାକାଟି ହତ୍ୟା କରିଥିଲେ। ପରେ ଝିଅକୁ ନେଇ ମାଉସୀଙ୍କ ଘରେ ଛାଡ଼ି ଦେଇଥିଲେ। ପରଦିନ ସକାଳେ ସୁନିତାଙ୍କ ବାପା ଆରତା ନାୟକ ଖୋଜାଖୋଜି କରିବା ପରେ ମାମୁନି ମାଉସୀଙ୍କ ଘରେ ଥିବା ଜାଣିବାକୁ ପାଇଥିଲେ। ସେଠାକୁ ଯାଇ ନାତୁଣୀ ମାମୁନିଙ୍କ ପାଖରୁ ସବୁ କଥା ଶୁଣିବା ପରେ ଆର୍‌.ଉଦୟଗିରି ଥାନାରେ ଏତଲା ଦେଇଥିଲେ। ପୋଲିସ ମାମଲା ରୁଜୁ କରି ଅଭିଯୁକ୍ତ ସୁବାସଙ୍କୁ ଗିରଫ କରିଥିଲା। ୧୪ଜଣଙ୍କ ବୟାନ ଏବଂ ତଥ୍ୟ ପ୍ରମାଣକୁ ଆଧାର କରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଏଥି ସହିତ ଅତିରିକ୍ତ ୧୦ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଦଫା ୨୦୧ ପାଇଁ ଦୁଇ ବର୍ଷ କାରାଦଣ୍ଡ ସହ ୧ ହଜାର ଟଙ୍କା ଜରିମାନା ହୋଇଥିବା ସରକାରୀ ଓକିଲ ଶରତ ଚନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରର ୩ ରେସଲର୍‌, ରାଜ୍ୟସ୍ତରରେ ଦେଖାଇବେ ଦମ୍‌: ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ…

ପୁରୁଷୋତ୍ତମପୁର, ୧୩/୯ (ସବିତା ମିଶ୍ର): ଗଞ୍ଜାମ ଜିଲାସ୍ତରୀୟ ରେସଲିଂ କ୍ରୀଡ଼ା ପ୍ରତିଯୋଗିତାରେ ବାଳକ ଓ ବାଳିକା ବିଭାଗରେ ଉତ୍ତମ ଦକ୍ଷତା ପ୍ରଦର୍ଶନ କରି ଚାମ୍ପିୟନ ଆଖ୍ୟା ଅର୍ଜନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?