Posted inଜାତୀୟ

ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ପରଲୋକ

ବେଙ୍ଗାଲୁରୁ,୧୮।୭: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ଶନିବାର ସନ୍ଧ୍ୟାରେ ବେଙ୍ଗାଲୁରୁର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ଅପରାହ୍ନ ୪ଟାରେ ତାଙ୍କର ହୃଦଘାତରେ ପରଲୋକ ହୋଇଥିବା ସୂଚନା ମିଳିଛି।

ବୁଧବାର(୧୬ ଜୁଲାଇ) ସେ ନିଶ୍ୱାସ ନେବାରେ ଅସୁବିଧା ହୋଇଥିଲା। ଏହା ବ୍ୟତୀତ, ଛାତି ଯନ୍ତ୍ରଣା ଏବଂ ବୟସ ସମ୍ପର୍କିତ ଅନ୍ୟାନ୍ୟ ସ୍ବାସ୍ଥ୍ୟ ସମସ୍ୟାରେ ପୀଡିତ ଥିଲେ। ତାଙ୍କୁ ବେଙ୍ଗାଲୁରୁର ମଣିପାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ହସ୍ପିଟାଲ ପକ୍ଷରୁ ଜାରି ଏକ ବିବୃତ୍ତିରେ ଘୋଷଣା କରାଯାଇଛି ଯେ, ଚେନ୍ନାମାଙ୍କ ଅବସ୍ଥାରେ ପ୍ରାରମ୍ଭିକ ଉନ୍ନତିର ଲକ୍ଷଣ ଦେଖାଯାଇଥିଲା, ଆଜି ଅପରାହ୍ନ ୪ଟାରେ ହଠାତ୍‌ ତାଙ୍କର ହୃଦଘାତ ହୋଇଥିଲା। ହସ୍ପିଟାଲରେ ଦେବଗୌଡାଙ୍କ ସହ ତାଙ୍କ ପୁଅ ଏବଂ ପରିବାରର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ। ଚେନ୍ନାମା ୧୯୫୪ରେ ଏଚ୍‌.ଡି. ଦେବଗୌଡାଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର, ଲହରୀ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ

ନୂଆଦିଲ୍ଲୀ,୧୮।୭: ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଶନିବାର ଘୋଷଣା କରାଯାଇଛି। ରାଜ କୁମାର ରାଓ ଅଭିନୀତ ଶ୍ରୀକାନ୍ତ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଭାବେ ମନୋନୀତ ହୋଇଛି। ମାମୁଟ୍ଟି…

ଭାଇ ସହ ହେଲା କଳି ଏମତି କାଣ୍ଡ କରିଦେଲେ ୧୩ ବର୍ଷର …

ଛତ୍ରପୁର, ୧୮।୭ (ଦିଲ୍ଲୀପ ସାମଲ): ଛତ୍ରପୁର ଅଞ୍ଚଳରେ ଶନିବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…

ବସ ସେବା ଦାବିରେ ସାଇକେଲ ଯାତ୍ରା ଚେତାବନୀ

ଗୁଣପୁର, ୧୮/୭ (ସୁଜାତା ପାଢ଼ୀ): ଗୁଡାରି ୧୯୭୨ ମସିହାରେ ଏନ୍‌ଏସିର ମାନ୍ୟତା ପାଇଥିଲା। ଏହାଛଡ଼ା ଗୁଡାରି ବ୍ଲକ ୯ଟି ଗ୍ରାମପଞ୍ଚାୟତକୁ ନେଇ ଗଠିତ। ଏହା ଏକ ଆଦିବାସୀ…

ମାଉଜର,ଗଞ୍ଜେଇ ସହ ୬ ଗିରଫ ପୋଲିସକୁ ଚକମା ଦେଇ ଖସିଯାଉଥିଲେ

ଭଞ୍ଜନଗର,୧୮।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଅପରାଧି ଦମନରେ ବିଗତ କିଛି ମାସ ହେବ ଲାଗିପଡ଼ିଛି। ଏହିଭଳି ଶନିବାର ପୋଲିସ ଦୁଇଟି ମାମଲାରେ ୬ ଜଣଙ୍କୁ…

ଥମୁନି ଦାଦନ ଦୁଃଖ, କର୍ନାଟକରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

କୋକସରା,୧୮ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମ ଅନ୍ବେଷଣରେ ବାହାର ରାଜ୍ୟକୁ ଦାଦନ ଖଟିବାକ ଯାଇଥିବା କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଶରଧାପୁର ଗ୍ରାମର ଜଣେ…

ନିଟ୍-ୟୁଜି ପ୍ରବେଶିକାରେ ନିର୍ଲିପ୍ତାଙ୍କ କୃତିତ୍ୱ: ପରିଶ୍ରମର ମିଳିଲା ଫଳ

ଅମରପାଲି, ୧୮୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ଗ୍ରାମର ମେଧାବୀ ଛାତ୍ରୀ ନିର୍ଲିପ୍ତା କୁରକୁରିଆ ଚଳିତ ବର୍ଷର ନିଟ୍-ୟୁଜି (NEET-UG) ପ୍ରବେଶିକା…

କେସିଙ୍ଗାର ଜଣଙ୍କ ପରେ ଜଣେ ଝିଅ ଆଣୁଛନ୍ତି ସୁନାମ, ଏବେ ଅଞ୍ଚଳ ପାଇଁ ଗୌରବ ଆଣିଲେ ଅନିନ୍ଦିତା

କେସିଙ୍ଗା,୧୮ା୭(ତୁମେଶ୍ୱର ସାହୁ): କିଛିଦିନ ତଳେ କେସିଙ୍ଗାର ଦୁଇ ଝିଅ ଓପିଏସ୍‌ସିରେ ଉତ୍ତୀର୍ଣ୍ଣ ହୋଇ ସମଗ୍ର ଜିଲା ତଥା ରାଜ୍ୟରେ ଚହଳ ପକାଇଥିବାବେଳେ ଆଉ ଜଣେ ଆସିଷ୍ଟାଣ୍ଟ ପ୍ରଫେସର…

ନାଁ ରଖିଲେ ଚାଷୀ ପୁଅ: ନିଟ୍-ୟୁଜିରେ ସଫଳତା ହାସଲ କଲେ ବିସ୍ମୟ, ଡାକ୍ତର ହେବାର ସ୍ୱପ୍ନ…

ଅମରପାଲି, ୧୮।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ମାଣିକପୁର ଗ୍ରାମର ମେଧାବୀ ଛାତ୍ର ବିସ୍ମୟ ପଧାନ ଚଳିତ ବର୍ଷର ନିଟ୍-ୟୁଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri