ବଡ଼ ନେତାଙ୍କୁ ମାତ୍‌ ଦେଲେ କନଷ୍ଟେବଳଙ୍କ ପତ୍ନୀ, ବନିଲେ ଏମ୍‌ପି

ଜୟପୁର,୫ା୬: ରାଜସ୍ଥାନର ଭରତପୁର ଲୋକସଭା ଆସନରୁ କଂଗ୍ରେସ ଟିକେଟ୍‌ରୁ ନିର୍ବାଚନ ଜିତିଥିବା ଜଣେ ଦଳିତ ମହିଳାଙ୍କୁ ନେଇ ଏବେ ଜୋର ଚର୍ଚ୍ଚା। ତାଙ୍କ ନାମ ସଞ୍ଜନା ଜାଟୱ। ୨୫ ବର୍ଷିୟା ଏହି ମହିଳା ରାଜସ୍ଥାନର ସବୁଠାରୁ କମ୍‌ ବୟସର ଏମ୍‌ପି ହୋଇଛନ୍ତି। ଚଳିତ ଲୋକସଭା ନିର୍ବାଚନରେ କମ୍‌ ବୟସର ୪ ଜଣ ନିର୍ବାଚିତ ଏମ୍‌ପିଙ୍କ ମଧ୍ୟରେ ସେ ରହିଛନ୍ତି। ସଞ୍ଜନା ଭରତପୁର ଲୋକସଭା ଆସନରୁ ୫୯ ବର୍ଷିୟ ଭାଜପା ପ୍ରାର୍ଥୀ ତଥା ପୂର୍ବତନ ଲୋକସଭା ଏମ୍‌ପି ରାମ ସ଼୍ବରୂପ କୋଲିଙ୍କୁ ୫୨ ହଜାର ଭୋଟରେ ପରାସ୍ତ କରିଛନ୍ତି।

ନିର୍ବାଚନ ଫଳାଫଳ ଆସିବା ପରେ ସଞ୍ଜନା ଏହାକୁ ଜନତାଙ୍କ ଜିତ୍‌ ବୋଲି କହିଛନ୍ତି। ଏଥିପାଇଁ ସେ କଂଗ୍ରେସ ନେତା ରାହୁଲ ଗାନ୍ଧି, ଅଶୋକ ଗେହଲଟ୍‌ ଏବଂ ସଚିନ୍‌ ପାଇଲଟ୍‌ଙ୍କୁ ଧନ୍ୟବାଦ ଦେଇ କହିଛନ୍ତି ଯେ, ଲୋକଙ୍କ ଆଶା ଅନୁସାରେ କାର୍ଯ୍ୟ କରିବା ସହିତ ସେ ଲୋକଙ୍କ ସମସ୍ୟା ଦୂର କରିବାକୁ ଯଥା ସମ୍ଭବ ଚେଷ୍ଟା କରିବେ।  ଏହି ଆସନରେ ଲଢ଼ିବାକୁ ସୁଯୋଗ ଦେଇଥିବାରୁ ସେ କଂଗ୍ରେସ ଏବଂ ଜିତାଇଥିବାରୁ ଭରତପୁରବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି।ଏହା ପୂର୍ବରୁ ବିଧାନସଭା ନିର୍ବାଚନରେ ପ୍ରତିଦ଼୍ବନ୍ଦିତା କରି ସେ ଭାଜପା ପ୍ରାର୍ଥୀଙ୍କ ଠାରୁ ୪୦୯ ଖଣ୍ଡ ଭୋଟରେ ପରାସ୍ତ ହୋଇଥିଲେ।

ତେବେ ବିଶେଷ କଥା ହେଉଛି କି ସଞ୍ଜନାଙ୍କ ସ଼୍ବାମୀ ଜଣେ ପୋଲିସ କନଷ୍ଟେବଳ । ସଞ୍ଜନାଙ୍କର ଦୁଇଟି ଛୋଟ ଛୋଟ ଶିଶୁ ମଧ୍ୟ ରହିଛନ୍ତି। ସେ ୨୦୧୯ରେ ମହାରାଜା ସୁରଜମଲ ବୃଜ ବିଶ଼୍ବ ବିଦ୍ୟାଳୟରୁ ସ୍ନାତକ ଡିଗ୍ରୀ ହାସଲ କରିଛନ୍ତି।  ଏମ୍‌ପି


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri