ଓଟିଇଟି ପରୀକ୍ଷା ଦେଲେ ଗଣଶିକ୍ଷାମନ୍ତ୍ରୀଙ୍କ ସ୍ତ୍ରୀ, ବିଧାୟକଙ୍କ ସ୍ତ୍ରୀ

ନବରଙ୍ଗପୁର,୨୮।୯ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ଶନିବାର ଓଟିଇଟି ପରୀକ୍ଷା ହୋଇଛି। ଏଠାରେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସ୍ତ୍ରୀ ଚୈଇତି ଗଣ୍ଡ ଓ ନବରଙ୍ଗପୁର ବିଧାୟକ ଗୌରୀଶଙ୍କର ମାଝୀଙ୍କ ସ୍ତ୍ରୀ ତରୁଣୀ ମାଝୀ ପରୀକ୍ଷା ଦେଇଛନ୍ତି। ଚୈଇତି ଉମରକୋଟ ବ୍ଲକ୍‌ ଡଙ୍ଗରିଗୁଡ଼ା ୟୁଭି-୩ ସ୍କୁଲରେ ଶିକ୍ଷକତା କରୁଥିବାବେଳେ ତରୁଣୀ ମାଝୀ ନନ୍ଦାହାଣ୍ଡି ଜେଟୁଗୁଡା ସ୍କୁଲରେ ଶିକ୍ଷକତା କରୁଛନ୍ତି। ତେବେ ଦୁହେଁ ଓଡ଼ିଶା ସରକାରଙ୍କ ନିୟମ ଅନୁଯାୟୀ ନିଜ ନିଜ କେନ୍ଦ୍ରରେ ଓଟିଇଟି ପରୀକ୍ଷା ଦେଇଛନ୍ତି। ନବରଙ୍ଗପୁର ଜିଲାରେ ୨ଟି ସିଟିଂରେ ଓଟିଇଟି ପରୀକ୍ଷା ହୋଇଥିଲା। ପ୍ରଥମ ସିଟିଂ ୪ଟି କେନ୍ଦ୍ରରେ ହୋଇଥିଲା। ୮୪୮ଜଣ ଶିକ୍ଷକଙ୍କ ମଧ୍ୟରୁ ୭୮୭ ଜଣ ପରୀକ୍ଷା ଦେଇଥିଲେ। ୬୧ଜଣ ଅନୁପସ୍ଥିତ ଥିଲେ। ସେହିଭଳି ଦ୍ୱିତୀୟ ସିଟିଂ ୬ଟି କେନ୍ଦ୍ରରେ କରାଯାଇଥିଲା। ୧୫୯୮ଜଣଙ୍କ ମଧ୍ୟରୁ ୧୫୩୪ଜଣ ପରୀକ୍ଷା ଦେଇଥିବା ବେଳେ ୬୪ଜଣ ଶିକ୍ଷକ ଅନୁପସ୍ଥିତ ରହିଥିଲେ। ଏହି କେନ୍ଦ୍ରଗୁଡ଼ିକୁ ଜିଲାପାଳ ଡ. ମହେଶ୍ୱର ସ୍ବାଇଁ, ଅତିରିକ୍ତ ଜିଲାପାଳଙ୍କ ସମେତ ଜିଲା ଶିକ୍ଷାଧିକାରୀ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri