ଆଇଆଇସି ମୃତ୍ୟୁ ଘଟଣାରେ ମୁହଁ ଖୋଲିଲେ ସ୍ତ୍ରୀ

ଗୁଣପୁର/ରାମନାଗୁଡ଼ା,୨୭ା୩(ଡି.ଏନ୍‌.ଏ.): ସର୍ଭିସ ରିଭଲଭରରୁ ଗୁଳି ଫୁଟି ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଆଇଆଇସି ଦେବ୍‌ ଗମାଙ୍ଗଙ୍କ ମୃତ୍ୟୁ ଘଟଣାରେ ଶନିବାର ମୁହଁ ଖୋଲିଛନ୍ତି ସ୍ତ୍ରୀ କିରଣ ମହାନ୍ତି। ସ୍ବାମୀଙ୍କ ଉପରେ କାମର ଚାପ ରହିଥିଲା। ତେଣୁ ଠିକ୍‌ରେ ତଦନ୍ତ କରାଯାଇ ନ୍ୟାୟ ପ୍ରଦାନ କରାଯାଉ ବୋଲି ସେ ଦାବି କରିଛନ୍ତି। ପୈତୃକ ଗ୍ରାମ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କୁଜେନ୍ଦ୍ରୀ ପଞ୍ଚାୟତ କଇଠପଦର କୁଡ଼ିଆ ଗ୍ରାମରେ ଶନିବାର ଦେବ୍‌ଙ୍କର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ଏହି ସମୟରେ ଗଣମାଧ୍ୟମ ନିକଟରେ ସ୍ବାମୀଙ୍କ ମୃତ୍ୟୁ ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛନ୍ତି କିରଣ।
କିରଣଙ୍କ କହିବା ଅନୁଯାୟୀ, ସ୍ବାମୀଙ୍କ ମୃତ୍ୟୁ ଘଟିବା ଦିନ ଉକ୍ତ ଘରକୁ ଦୁଇ ପୋଲିସ ଅଧିକାରୀ ଆସିଥିଲେ। ସମସ୍ତେ ମିଶି ଗୋଟିଏ ଟେବୁଲରେ ଖାଇଥିଲେ। ଦେବ୍‌ଙ୍କ ମା’ ଗାଧୋଇବାକୁ ଯାଇଥିବାବେଳେ କିଛି ସମୟ ମଧ୍ୟରେ ଗୁଳି ଫୁଟିବା ଶବ୍ଦ ଶୁଣିଥିଲେ। ବାଥରୁମ୍‌ରୁ ଆସି ଦେଖିବାବେଳେ ପୁଅ ତଳେ ପଡ଼ିଥିବା ବିଷୟରେ ମା’ ଜଣାଇଥିବା କିରଣ କହିଛନ୍ତି। ଅନ୍ୟପକ୍ଷରେ ଉଭୟ ସ୍ତ୍ରୀ ଏବଂ ସ୍ବାମୀ ପୋଲିସ ବିଭାଗରେ ଚାକିରି କରୁଥିଲେ। ଦମ୍ପତି ପରସ୍ପରଠାରୁ ଦୂରରେ ରହୁଥିଲେ। ଦେବ୍‌ ଛୁଟି ଆବେଦନ କଲେ ମଧ୍ୟ ମିଳୁ ନ ଥିଲା। ଦୂରରେ ଥିବାରୁ ସ୍ବାମୀଙ୍କ ମୃତ୍ୟୁର କାରଣ ଜାଣିପାରୁନି ବୋଲି କିରଣ କହିଛନ୍ତି। ସ୍ବାମୀଙ୍କ ଏଭଳି ମୃତ୍ୟୁକୁ ନେଇ ସେ ସନ୍ଦେହ ପ୍ରକାଶ କରିଛନ୍ତି। ପୋଲିସରେ ଥାଇ ପୋଲିସ ଅଧିକାରୀ ନ୍ୟାୟ ପାଇବେ ନାହିଁ କି ବୋଲି ସେ ପ୍ରଶ୍ନ ଉଠାଇଛନ୍ତି। ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ରବିବାର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଏହା ଦୁଃଖଦାୟକ ଘଟଣା। ସାଇଣ୍ଟିଫିକ୍‌ ଟିମ୍‌ ଓ ମେଡିକାଲ ରିପୋର୍ଟ ଆଧାରରେ ତଦନ୍ତ ଚାଲିଛି। ଏଚ୍‌ଆର୍‌ପିସି ମଧ୍ୟ ଏହାର ତଦନ୍ତ କରୁଛନ୍ତି। ପୋଷ୍ଟମର୍ଟମ ରିପୋର୍ଟକୁ ଅପେକ୍ଷା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟରେ ଖେଳିଗଲା ଚାଞ୍ଚଲ୍ୟ! ୨ ବଳାତ୍କାର ଅଭିଯୋଗରେ ଖେଳାଳି ନିଲମ୍ବିତ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୨୪।୯: ଇଂଲଣ୍ଡର ଘରୋଇ କ୍ରିକେଟରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏସେକ୍ସ କାଉଣ୍ଟି କ୍ରିକେଟ କ୍ଲବର ୨୪ ବର୍ଷୀୟ ବ୍ୟାଟର ରବିନ ଦାସଙ୍କ ବିରୋଧରେ ଦୁଇଟି…

କୋଲାବ ନଦୀରେ ଭାସିଗଲେ ଶିକ୍ଷକ, ମାଛ ଧରୁଥିବା ବେଳେ…

କୋରାପୁଟ, ୨୪ା୯ (ଅମିତାଭ ବେହେରା): କୋଲାବ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଶିକ୍ଷକ ନିଖୋଜ ହୋଇଛନ୍ତି । ନିଖୋଜ ଶିକ୍ଷକ ହେଲେ ବନ୍ଦଗୁଡ଼ା ଅଞ୍ଚଳର ଭୀମଧର…

କେତୁଙ୍କ ନକ୍ଷତ୍ର ବଦଳିବା ମାତ୍ରେ ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ପଦୋନ୍ନତି! ସବୁ କ୍ଷେତ୍ରରେ ପାଇବେ ଲାଭ ହିଁ ଲାଭ

ବୈଦିକ ଜ୍ୟୋତିଷରେ କେତୁଙ୍କୁ ରହସ୍ୟ, ଆଧ୍ୟାତ୍ମିକତା, ଗବେଷଣା ଓ ବୈରାଗ୍ୟ ସହ ଜଡ଼ିତ ଗ୍ରହ ଭାବେ ମନାଯାଏ। ନଭେମ୍ବର ଶେଷରେ କେତୁଙ୍କ ନକ୍ଷତ୍ର ପରିବର୍ତ୍ତନ ହେବାକୁ ଯାଉଛି।…

ମ୍ୟାଚ୍‌ ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପାକିସ୍ତାନ କୋଚ: ଆମେ ଚାପ….

କରାଚି,୨୪।୯: ଏସିଆନ ଗେମ୍ସ ୨୦୨୬ରେ ପାକିସ୍ତାନ କ୍ରିକେଟ ଟିମ ଆସନ୍ତା ସେପ୍ଟେମ୍ବର ୨୮ ରୁ ନିଜ ଅଭିଯାନ ଆରମ୍ଭ କରିବ। ତେବେ କ୍ୱାର୍ଟର ଫାଇନାଲରେ ପାକିସ୍ତାନ କେଉଁ…

ଦଳେଇଗୁଡ଼ା ସ୍କୁଲକୁ ଆକସ୍ମିକ ଗସ୍ତ କଲେ ଅତିରିକ୍ତ ଜିଲ୍ଲାପାଳ, ଯାଞ୍ଚ କଲେ ଖାଦ୍ୟର ଗୁଣବତ୍ତା

ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ ): ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ପାଇଁ ଉପଲବ୍ଧ ବ୍ୟବସ୍ଥା, ଖାଦ୍ୟର ଗୁଣବତ୍ତା ଏବଂ ସରକାରୀ ନିର୍ଦ୍ଧାରିତ ମାନଦଣ୍ଡର ଅନୁପାଳନ ସମ୍ପର୍କରେ…

ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

ପେଟ୍ରୋଲ ପମ୍ପରେ ନୂଆ ନିୟମ! ଦିନକୁ ମିଳିବ ମାତ୍ର ଏତିକି ଲିଟର, ଧାର୍ଯ୍ୟ ହେଲା ଲିମିଟ୍‌

ନୂଆଦିଲ୍ଲୀ,୨୪।୯: ଯଦି ଆପଣଙ୍କ ପାଖରେ ବଡ଼ ଗାଡ଼ି କିମ୍ବା ଡିଜେଲରେ ଚାଲୁଥିବା କମର୍ସିଆଲ ଯାନ ରହିଛି ଏବଂ ନିୟମିତ ଭାବେ ବହୁ ପରିମାଣରେ ଡିଜେଲ ଭରାଇବାକୁ ପଡ଼ୁଛି,…

ଚାଞ୍ଚଲ୍ୟକର ଖୁଲାସା, ଏହି ଖେଳାଳି ଛଡାଇ ନେବେ ଋତୁରାଜଙ୍କ ପଦ!

ନୂଆଦିଲ୍ଲୀ: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ନିଜ କୋଚିଂ ସେଟଅପ୍‌ରେ ବଡ଼ ପରିବର୍ତ୍ତନ କରିଛି । ଦୀର୍ଘ ସମୟ ଧରି ଦଳର ହେଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?