ଫୋନ୍‌ରେ ଗପୁଥିଲେ ସ୍ବାମୀ, ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ସ୍ତ୍ରୀ; ଆଉ ତା’ ପରେ…

ଓ୍ବାଶିଂଟନ,୨୮ା୫: ମୋବାଇଲ ବ୍ୟବହାରକୁ ନେଇ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହେବା ସାଧାରଣ ଘଟଣା। ମାତ୍ର ଆମେରିକାରେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ।

୩୬ ବର୍ଷୀୟା ଟିଫ୍‌ନୀଙ୍କ ୬୨ ବର୍ଷୀୟ ସ୍ବାମୀ ଫୋନ୍‌ରେ ଗପୁଥିଲେ। ଏହା ଦେଖି ଟିଫ୍‌ନୀ ରାଗରେ ତାଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଫଳରେ ସ୍ବାମୀ ଗୁରୁତର ଅବସ୍ଥାରେ ବର୍ତ୍ତମାନ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଟିଫ୍‌ନୀ ଗିରଫ ହୋଇଛନ୍ତି।

ଘଟଣା ସେତେବେଳେ ଜଣାପଡ଼ିଥିଲା ଯେତେବେଳେ ତାଙ୍କ ପଡ଼ୋଶୀ ନିଆଁ ଜଳୁଥିବା ଦେଖିଥିଲେ। ସେ ସଙ୍ଗେ ସଙ୍ଗେ ୯୧୧ ନମ୍ବର ଡାଏଲ କରି ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣା ସମ୍ପର୍କରେ ଟିଫ୍‌ନୀଙ୍କୁ ପଚରାଉଚରା କରିଥିଲା। ସ୍ବାମୀ ଫୋନ୍‌ରେ ଗପୁଥିବାରୁ ସେ ରାଗି କି ଏପରି କରିଛନ୍ତି ବୋଲି ପୋଲିସ ସମ୍ମୁଖରେ ସ୍ବୀକାର କରିଥିଲେ। ପୋଲିସ ତାଙ୍କ ନାମରେ ଏକ ମାମଲା ରୁଜୁ କରିବା ସହ ତାଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri