ଶାରୀରିକ ସମ୍ପର୍କ ରଖିବାକୁ ମନା କଲେ ସ୍ତ୍ରୀ: ଏମିତି ପଦକ୍ଷେପ ନେଲେ ସ୍ବାମୀ, ଜାଣନ୍ତୁ ଲୋମଟଙ୍କୁରା ଘଟଣା

ଦେବଗଡ଼,୧୨ା୩(ଶଶାଙ୍କ ଶେଖର ଝାଙ୍କର): ଶାରୀରିକ ସମ୍ପର୍କ ପାଇଁ ମନା କରିବାରୁ ସ୍ତ୍ରୀଙ୍କୁ ମାଡ଼ ମାରି ହାତ ଭାଙ୍ଗିବା ଅଭିଯୋଗରେ ରିଆମାଳ ପୋଲିସ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରି ବୁଧବାର କୋର୍ଟଚାଲାଣ କରିଛି। ରିଆମାଳ ଥାନା ଅଞ୍ଚଳର ଅଭିଯୁକ୍ତ ଜଣଙ୍କ ପ୍ରତିଦିନ ନିଶାସକ୍ତ ଅବସ୍ଥାରେ ଘରକୁ ଆସି ସ୍ତ୍ରୀଙ୍କୁ ଗାଳିଗୁଲଜ କରିବା ସହ ହତ୍ୟା ଧମକ ଦେଉଥିଲେ। ମହିଳା ଜଣଙ୍କ ଗତ ୫ ତାରିଖ ମଧ୍ୟାହ୍ନ ପ୍ରାୟ ୧୨ଟା ୩୦ ମିନିଟ୍‌ରେ ଠାକୁର ପୂଜା ସାରି ଘରେ ଥିବାବେଳେ ତାଙ୍କ ସ୍ବାମୀ ନିଶାଶକ୍ତ ଅବସ୍ଥାରେ ଘରକୁ ଫେରି ତାଙ୍କୁ ଅନେକ କଥା କହିବା ସହ ଶାରୀରିକ ସମ୍ପର୍କ ସ୍ଥାପନ ପାଇଁ ବାଧ୍ୟ କରିଥିଲେ। ମାତ୍ର ମହିଳା ଏଥିରେ ଅରାଜି ହେବାରୁ ସ୍ବାମୀ ତାଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ଏପରି କି କାନ୍ଥକୁ ଠେଲିଦେବାରୁ ମହିଳାଙ୍କ ହାତ ଭାଙ୍ଗି ଯାଇଥିଲା। ମହିଳା ଜଣଙ୍କ ଡାକ୍ତରଖାନାରେ ଚିକିତ୍ସିତ ହୋଇ ଫେରିବା ପରେ ମଙ୍ଗଳବାର ରିଆମାଳ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ ପୋଲିସ ଏକ ମାମଲା ରୁଜୁକରି ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?