ମଦ୍ୟପଙ୍କୁ ମାରି ପୋତିଦେଲେ ସ୍ତ୍ରୀ-ପୁଅ-ଜ୍ୱାଇଁ, ମାଟିତଳୁ ବାହାରିଲା…

କୋକସରା,୮ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ଡୁଡୁକାଠେଙ୍ଗା ପଞ୍ଚାୟତ ମୁନୁଗା ପଦର ଗ୍ରାମରେ ଏକ ଚାଞ୍ଚଲ୍ୟକର ଘଟଣା ଦେଖିବାକୁ ମିଳିଛି। ମୁନୁଗାପଦର ଗ୍ରାମର ଯଦୁ ଦଳପତିଙ୍କୁ ତାଙ୍କ ସ୍ତ୍ରୀ ରୁକ୍ମିଣୀ ଦଳପତି, ଦୁଇ ପୁଅ ଧନେଶ୍ୱର ଦଳପତି ଓ ଫକୀର ଦଳପତି ଓ ଜ୍ୱାଇଁ କ୍ଷୀରସିନ୍ଧୁ ନାଗ ମୃତ୍ୟୁ ପରେ ଘରବାଡ଼ିରେ ପୋତି ଦେଇଥିବା ଅଭିଯୋଗ ପରେ ଆମପାଣି ପୋଲିସ ଶନିବାର ସକାଳେ ଖବର ପାଇ ଥାନା ଅଧିକାରିଣୀ ବିଜୟଲକ୍ଷ୍ମୀ ହିକ୍କାଙ୍କ ନେତୃତ୍ୱରେ ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ପାରିପାଶର୍‌ବିକ ସ୍ଥିତି ଅନୁଧ୍ୟାନ କରିବା ସହ ମୃତକଙ୍କ ସ୍ତ୍ରୀ ରୁକ୍ମିଣୀ ଦଳପତି, ସାନ ପୁଅ ଫକୀର ଦଳପତି ଓ ଜ୍ୱାଇଁ କ୍ଷୀରସିନ୍ଧୁ ନାଗକୁ ଥାନାକୁ ଆଣି ଅଟକ ରଖି ତଦନ୍ତ ଆରମ୍ଭ କରିଥିବା ବେଳେ ବଡ଼ପୁଅ ଧନେଶ୍ୱର ଦଳପତି ଫେରାର ଥିବା ପୋଲିସ ସୂତ୍ରରୁ ଖବର ମିଳିଛି। ଅନ୍ୟପଟେ ପରିବାର ଲୋକେ ଜ୍ଞାତି କୁଟୁମ୍ବ କିମ୍ବା ଗ୍ରାମବାସୀ କାହାକୁ ନ ଜଣାଇ ଘରବାଡ଼ିରେ ନେଇ ପୋତି ଦେଇଥିବା ବେଳେ ବଡ଼ପୁଅ ଫେରାର ଘଟଣାକୁ ନେଇ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ ପ୍ରକଟ କରି ପୋଲିସ ଘଟଣାର ତଦନ୍ତ ପାଇଁ ମୃତକଙ୍କ ସ୍ତ୍ରୀ ରୁକ୍ମିଣୀ ଦଳପତି, ସାନ ପୁଅ ଫକୀର ଦଳପତି ଓ ଜ୍ୱାଇଁ କ୍ଷୀରସିନ୍ଧୁ ନାଗକୁ ଅଟକ ରଖି ପଚରାଉଚରା ଜାରି ରଖିଛି। ଘଟଣା ନେଇ ଆମପାଣି ଥାନା ଅଧିକାରିଣୀ ବିଜୟଲକ୍ଷ୍ମୀ ହିକ୍କା ଉପଖଣ୍ଡ ପୋଲିସ ଅଧିକାରୀଙ୍କୁ ଖବର ଦେବା ପରେ ସନ୍ଧ୍ୟାରେ ଧର୍ମଗଡ଼ ଏସ୍‌ଡିପିଓ ମନୋଜ କୁମାର ବେହେରାଙ୍କ ନେତୃତ୍ୱରେ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ସ୍ଥାନୀୟ କୋକସରା ତହସିଲଦାର ନବୀନ କିଶୋର ପାଢ଼ୀ, କୋକସରା ଏସ୍‌ଆଇ ହେମନ୍ତ ପାତ୍ର, ଡାକ୍ତର ଦେବେନ୍ଦ୍ର ମାଝୀଙ୍କ ଉପସ୍ଥିତିରେ ଘରବାଡ଼ିରେ ମୃତଦେହ ପୋତା ହୋଇଥିବା ସ୍ଥାନରେ ପହଞ୍ଚି ମୃତଦେହ ମାଟିତଳୁ ଜବତ କରିବା ସହ ତଦନ୍ତ ଜାରି ରଖିଛନ୍ତି। ତେବେ ମୃତ୍ୟୁର କାରଣ ନେଇ କୌଣସି ସ୍ପଷ୍ଟ ସୂଚନା ପୋଲିସ ପକ୍ଷରୁ ମିଳିନାହିଁ। ଆମପାଣି ପୋଲିସ ପକ୍ଷରୁ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରହିଥିବା ବେଳେ ତଦନ୍ତ ପରେ ସବିଶେଷ ସୂଚନା ଦିଆଯିବ ବୋଲି ଏସ୍‌ଡିପିଇଓ ବେହେରା ସୂଚନା ଦେଇଛନ୍ତି। ସ୍ଥାନୀୟ ଗ୍ରାମବାସୀଙ୍କ କହିବା ଅନୁସାରେ ଯଦୁ ଦଳପତି ଜଣେ ମଦ୍ୟପ, ଅନେକ ସମୟରେ ମଦ ପିଇ ଗଣ୍ଡଗୋଳ କରୁଥିଲେ, କୌଣସି କାରଣରୁ ଶୁକ୍ରବାର ରାତିରେ ଗଣ୍ଡଗୋଳ ହେବାରୁ ହୁଏତ ତାକୁ ହତ୍ୟା କରିଥିବା ନେଇ ସନ୍ଦେହ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri