Posted inଜାତୀୟ

ମେଡିକାଲ ଯାଞ୍ଚ୍‌ ବେଳେ ସ୍ତ୍ରୀ ମୋ ପାଖରେ ରହୁ: କୋର୍ଟରେ ଆଉ ଏକ ଆବେଦନ କଲେ କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୧୪।୬: ଦିଲ୍ଲୀର ଅବକାରୀ ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ରାଉସ ଆଭେନ୍ୟୁ କୋର୍ଟ ବର୍ତ୍ତମାନ ଅରବିନ୍ଦ କେଜ୍‌ରିୱାଲଙ୍କ ଜାମିନ ଆବେଦନକୁ ଜୁନ ୧୯ରେ ଶୁଣାଣି କରିବେ।
ଶୁଣାଣି ସମୟରେ ଆମ ଆଦମୀ ପାର୍ଟି (ଏଏପି) ଜାତୀୟ ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ କୋର୍ଟରେ ଆଉ ଏକ ଆବେଦନ କରିଛନ୍ତି। କେଜ୍‌ରିୱାଲ କୋର୍ଟରେ ଆବେଦନ କରିଥିଲେ, ଭିଡିଓ କନଫରେନ୍ସିଂ ଜରିଆରେ ସ୍ତ୍ରୀ ସୁନୀତା କେଜ୍‌ରିୱାଲଙ୍କୁ ତାଙ୍କ ଡାକ୍ତରୀ ଯାଞ୍ଚ ସମୟରେ ଉପସ୍ଥିତ ରହିବାକୁ ଅନୁମତି ଦିଆଯାଉ।
ଇଡି କହିଛନ୍ତି,ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ଜବାବ ଦେବା ପାଇଁ ସମୟ ଆବଶ୍ୟକ। ଏଥିସହ କେଜ୍‌ରିୱାଲଙ୍କ ଆବେଦନ ଉପରେ କୋର୍ଟ ଜେଲ କର୍ତ୍ତୃପକ୍ଷଙ୍କଠାରୁ ଉତ୍ତର ମାଗିଛନ୍ତି। କେଜ୍‌ରିୱାଲ ଏକ୍ସାଇଜ ପଲିସି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ତିହାର ଜେଲରେ ରହିଛନ୍ତି। ଏହାପୂର୍ବରୁ କେଜ୍‌ରିୱାଲ ସ୍ବାସ୍ଥ୍ୟଗତ କାରଣରୁ ମଧ୍ୟବର୍ତ୍ତୀକାଳୀନ ଜାମିନ ଦାବି କରିଥିଲେ ମଧ୍ୟ କୋର୍ଟ ଏହାକୁ ପ୍ରତ୍ୟାଖ୍ୟାନ କରିଥିଲେ। ଗତ ଶୁଣାଣି ସମୟରେ ଇଡି ଯୁକ୍ତି କରିଥିଲେ ଯେ ଅରବିନ୍ଦ କେଜ୍ରିୱାଲଙ୍କ ଡାକ୍ତରୀ ପରୀକ୍ଷା ଜେଲରେ କରାଯାଇପାରିବ। ଏଭଳି ପରିସ୍ଥିତିରେ ଜାମିନର ଆବଶ୍ୟକତା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri