ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ମହାରଥୀ ବିଜେଡିରୁ ଟିକେଟ ପାଇ ନିର୍ବାଚନକୁ ଓହ୍ଲାଇଛନ୍ତି। ଅପରପକ୍ଷେ ତାଙ୍କ ସ୍ତ୍ରୀ ଜାଗୃତି ପଣ୍ଡା ଏବେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ବୋଲି ନିଶ୍ଚିତ ହୋଇଛି। ଜାଗୃତି ସ୍ବାଧୀନ ଭାବେ ପିପିଲି ନିର୍ବାଚନମଣ୍ଡଳୀରୁ ଲଢ଼ିବେ। ଏଥିଲାଗି ସେ ସୋମବାର ନିଜର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହା ପୂର୍ବରୁ ରୁଦ୍ର ଗତ ୩ ତାରିଖରେ ନାମାଙ୍କନ ଭରିଥିଲେ।

ଚଳିତ ନିର୍ବାଚନରେ ରାଜ୍ୟର କିଛି ସ୍ଥାନରେ ସ୍ବାମୀ ଏବଂ ସ୍ତ୍ରୀ ଭିନ୍ନ ଭିନ୍ନ ଆସନରୁ ଲଢ଼ୁଥିବା ବେଳେ ପ୍ରଥମ ଥର ପାଇଁ ଓଡ଼ିଶାର ସମାନ ନିର୍ବାଚନମଣ୍ଡଳୀରେ ସ୍ବାମୀସ୍ତ୍ରୀଙ୍କ ମଧ୍ୟରେ ଲଢ଼େଇ ଦେଖିବାକୁ ମିଳିବ। ତେବେ କେଉଁ କାରଣରୁ ସ୍ବାମୀଙ୍କ ବିରୋଧରେ ନିର୍ବାଚନକୁ ଓହ୍ଲାଇଛନ୍ତି ସେନେଇ ଜାଗୃତି ସ୍ପଷ୍ଟ କରିନାହାନ୍ତି। ମାତ୍ର ଏ ନେଇ ରୁଦ୍ର କହିଛନ୍ତି ଯେ, ଜାଗୃତିଙ୍କ ଦ୍ୱାରା ନିର୍ବଚନ ପାଇଁ ନାମାଙ୍କନପତ୍ର ଦାଖଲ କରିବାରେ କୌଣସି ଅସୁବିଧା ନାହିଁ ଏବଂ ଏଥିରେ କୌଣସି କ୍ଷତି ହେବନାହିଁ।

ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର(୩୫) ବିଜେଡି ବିଧାୟକ ଅଛନ୍ତି। ତାଙ୍କ ବାପା ପ୍ରଦୀପଙ୍କ ଦେହାନ୍ତ ପରେ ଏପ୍ରିଲ ୨୦୨୧ରେ ଉପନିର୍ବଚନ ଅନୁଷ୍ଠିତ ହୋଇଥିଲା। ଏଥିରେ ରୁଦ୍ର ବିଜେତାହେଇଥିଲେ। ଏବେ ଆଗାମୀ ନିର୍ବାଚନରେ ପୁରୀ ଲୋକ ସଭା ଆସନ ଅନ୍ତର୍ଗତ ପିପିଲି ଆସନ ଲାଗି ଆସନ୍ତା ୨୫ ତାରିଖରେ ମତଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri