୩ରେ ରିଲିଜ ହେବ ଓ୍ବାଇଫ୍‌

ଓଲିଉଡ୍‌ର ଅନ୍ୟତମ ନାମୀ ପ୍ରଯୋଜକ ବିଜୟ କାନ୍ଦୋଇ ଭିନ୍ନ ଧରଣର କାହାଣୀକୁ ନେଇ ଏବେ ଏକ ନୂଆ ସିନେମା ନିର୍ମାଣ କରିଛନ୍ତି। ଏହି ଫିଲ୍ମଟିର ଟାଇଟଲ ରହିଛି ‘ଓ୍ବାଇଫ୍‌’। ଏହି ଚିତ୍ରଟି ଚଳିତ ମାସ ୩ ତାରିଖରେ ଏବର୍ଷର ପ୍ରଥମ ସିନେମା ଭାବରେ ରିଲିଜ ହେବାକୁ ଯାଉଛି। ଏହାର ଟାଇଟଲ ଭୂମିକାରେ ଅଭିନୟ କରିଛନ୍ତି ଲୋକପ୍ରିୟ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଖାସ୍‌ କଥା ହେଲା ଉକ୍ତ ଚିତ୍ରର କ୍ରିଏଟିଭ ହେଡ୍‌ ରହିବା ସହ ଏହାର କାହାଣୀ ଏବଂ ଚିତ୍ରନାଟ୍ୟ ରଚନା କରିଛନ୍ତି ନିଜେ ବର୍ଷା। ଆଉ ଏଭଳି ଏକ ଭିନ୍ନ ଧରଣର କାହାଣୀକୁ ଆଧାରକରି ସଂଳାପ ଲେଖିଛନ୍ତି ବିଶିଷ୍ଟ ସଂଳାପକାର ବିଜୟ ମଲ୍ଲ। ବିବାହ ହେଉଛି ଏକ ପବିତ୍ର ବନ୍ଧନ। ବାହାଘର ପରେ ଜଣେ ସ୍ତ୍ରୀର ବୈବାହିକ ଜୀବନର ମହତ୍ତ୍ୱ ରହିଛି। ଏହା ଉପରେ ପର୍ଯ୍ୟବସିତ କାହାଣୀକୁ ଆଧାରକରି ଫିଲ୍ମଟି ପ୍ରସ୍ତୁତ ହେବାକୁ ଯାଉଛି। ଏଥିରେ ସଂଯୋଜିତ ଗୀତଗୁଡ଼ିକୁ ସ୍ବର ଦେଇଛନ୍ତି ଅନ୍ୟତମ ଆଗଧାଡ଼ିର ସ୍ବର ସଂଯୋଜକ ମଳୟ ମିଶ୍ର। ଏଥିରେ ବର୍ଷାଙ୍କ ନାୟକ ସାଜିଛନ୍ତି ଜୟଜିତ ଦାସ। ଏମାନଙ୍କ ବ୍ୟତୀତ ଶଙ୍କର, ବିଜୟିନୀ ମିଶ୍ର, ରବି ମିଶ୍ର, ହୃଷି, ସ୍ମିତା ତ୍ରିପାଠୀ, କୁନୁରି, ଶୋଭା ରାଉତ, ପିହୁ ଏବଂ ପାୟଲ ପ୍ରମୁଖ କଳାକାର ଅଭିନୟ କରିଛନ୍ତି। ଏହାର ନିର୍ଦ୍ଦେଶନା ଦେଇଛନ୍ତି ସୁଧାକର ବସନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri