Posted inଫୁରସତ

ଜିତିଲେ ସ୍ତ୍ରୀ, ଶପଥ ନେଲେ ସ୍ବାମୀ

ଭୋପାଳ: ମଧ୍ୟ ପ୍ରଦେଶ ଦାମୋହ ଜିଲା ଗାଇସାବାଦ୍‌ ପଞ୍ଚାୟତ ନିର୍ବାଚନକୁ ନେଇ ଏକ ରୋଚକ ଖବର ସାମ୍ନାକୁ ଆସିଛି। ନିକଟରେ ପଞ୍ଚାୟତ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ବିଜୟୀ ପ୍ରାର୍ଥୀଙ୍କ ପାଇଁ ଶପଥ ଗ୍ରହଣ ସମାରୋହର ଆୟୋଜନ ମଧ୍ୟ କରାଯାଇଛି। କିନ୍ତୁ ଜିତିଥିବା ମହିଳାଙ୍କ ବଦଳରେ ସେମାନଙ୍କ ସ୍ବାମୀମାନେ ଶପଥ ନେଇଛନ୍ତି। ତେବେ ରାଜ୍ୟରେ ଏ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ବିଜୟୀ ମହିଳାଙ୍କ ସ୍ବାମୀମାନେ ଶପଥ ନେବା ଘଟଣା ପଦାକୁ ଆସିବା ପରେ ଜିଲା ଅଧିକାରୀ ପଞ୍ଚାୟତ ଅଫିସରଙ୍କୁ ରିପୋର୍ଟ ମାଗିଛନ୍ତି।
ଅନୁସୂଚିତ ବର୍ଗର ଜଣେ ମହିଳା ପ୍ରାର୍ଥିନୀ ସରପଞ୍ଚ ନିର୍ବାଚନରେ ଜିତିଥିବାବେଳେ ଆଉ କେତେ ଜଣ ମହିଳା ଅନ୍ୟପଦ ଗୁଡ଼ିକ ପାଇଁ ଜିତିଛନ୍ତି। ଶପଥ ଗ୍ରହଣ ଉତ୍ସବରେ ବିଜୟୀ ମହିଳାଙ୍କ ବଦଳରେ ସେମାନଙ୍କ ସ୍ବାମୀ ଶପଥ ନେବା ଅଭିଯୋଗ ହେବା ପରେ ସେମାନଙ୍କୁ ଅନୁମତି ଦେଇଥିବା ପଞ୍ଚାୟତ କର୍ମଚାରୀ ଫେରାର୍‌ ଥିବା ଜଣାପଡ଼ିଛି। ନିୟମ ବିରୋଧରେ କାର୍ଯ୍ୟ ହୋଇଥିବାବେଳେ ଯେ କେହି ବି ଏ ଘଟଣାରେ ଦୋଷୀ ସାବ୍ୟସ୍ତ ହେବେ, ତାଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଦାମୋହ ପଞ୍ଚାୟତ ସିଇଓ ଅଜୟ ଶ୍ରୀବାସ୍ତବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri