Posted inଫୁରସତ

ଜିତିଲେ ସ୍ତ୍ରୀ, ଶପଥ ନେଲେ ସ୍ବାମୀ

ଭୋପାଳ: ମଧ୍ୟ ପ୍ରଦେଶ ଦାମୋହ ଜିଲା ଗାଇସାବାଦ୍‌ ପଞ୍ଚାୟତ ନିର୍ବାଚନକୁ ନେଇ ଏକ ରୋଚକ ଖବର ସାମ୍ନାକୁ ଆସିଛି। ନିକଟରେ ପଞ୍ଚାୟତ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ବିଜୟୀ ପ୍ରାର୍ଥୀଙ୍କ ପାଇଁ ଶପଥ ଗ୍ରହଣ ସମାରୋହର ଆୟୋଜନ ମଧ୍ୟ କରାଯାଇଛି। କିନ୍ତୁ ଜିତିଥିବା ମହିଳାଙ୍କ ବଦଳରେ ସେମାନଙ୍କ ସ୍ବାମୀମାନେ ଶପଥ ନେଇଛନ୍ତି। ତେବେ ରାଜ୍ୟରେ ଏ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ବିଜୟୀ ମହିଳାଙ୍କ ସ୍ବାମୀମାନେ ଶପଥ ନେବା ଘଟଣା ପଦାକୁ ଆସିବା ପରେ ଜିଲା ଅଧିକାରୀ ପଞ୍ଚାୟତ ଅଫିସରଙ୍କୁ ରିପୋର୍ଟ ମାଗିଛନ୍ତି।
ଅନୁସୂଚିତ ବର୍ଗର ଜଣେ ମହିଳା ପ୍ରାର୍ଥିନୀ ସରପଞ୍ଚ ନିର୍ବାଚନରେ ଜିତିଥିବାବେଳେ ଆଉ କେତେ ଜଣ ମହିଳା ଅନ୍ୟପଦ ଗୁଡ଼ିକ ପାଇଁ ଜିତିଛନ୍ତି। ଶପଥ ଗ୍ରହଣ ଉତ୍ସବରେ ବିଜୟୀ ମହିଳାଙ୍କ ବଦଳରେ ସେମାନଙ୍କ ସ୍ବାମୀ ଶପଥ ନେବା ଅଭିଯୋଗ ହେବା ପରେ ସେମାନଙ୍କୁ ଅନୁମତି ଦେଇଥିବା ପଞ୍ଚାୟତ କର୍ମଚାରୀ ଫେରାର୍‌ ଥିବା ଜଣାପଡ଼ିଛି। ନିୟମ ବିରୋଧରେ କାର୍ଯ୍ୟ ହୋଇଥିବାବେଳେ ଯେ କେହି ବି ଏ ଘଟଣାରେ ଦୋଷୀ ସାବ୍ୟସ୍ତ ହେବେ, ତାଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଦାମୋହ ପଞ୍ଚାୟତ ସିଇଓ ଅଜୟ ଶ୍ରୀବାସ୍ତବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁଘରେ ନିର୍ଯାତିତା ଝିଅଙ୍କୁ ଛାଡ଼ପତ୍ର ହେବା ପରେ ବାଜା ବଜାଇ ଘରକୁ ପାଛୋଟି ନେଲେ ବାପା, ଲୋକେ କହୁଛନ୍ତି ‘ବାପା ହେବ ତ ଏମିତି’

କାନପୁର: ଆଜିର ସମାଜରେ ନାରୀଟିଏ ଯେତେ ଆତ୍ମନିର୍ଭରଶୀଳ ହେଲେ ବି ଯୌତୁକ ପ୍ରଥାରୁ ନିଜକୁ ମୁକାଳି ପାରୁନାହିଁ। ଅନେକ କ୍ଷେତ୍ରରେ ଝିଅଟିଏ ମରିମରି ବଞ୍ଚିବା ଲାଗି...

୭୦ ବର୍ଷୀୟଙ୍କ ‘ଜୀବନସାଥୀ’ ବିଜ୍ଞାପନ

ୱାଶିଂଟନ୍‌: ମଣିଷର ବୟସ ବଢିବା ସହ ଏକାନ୍ତପଣ ମଧ୍ୟ ବଢ଼ିଥାଏ। ଏହି ସମୟରେ ଯଦି ନିଜ ପରିବାର ପାଖରେ ନଥାଏ, ତେବେ ଏକାନ୍ତପଣକୁ ସାମ୍‌ନା କରିବା...

୨୫୧ ଥର ଜେଲ ଯାଇଥିବା ପ୍ରାର୍ଥୀ

ଲକ୍ଷ୍ନୌ: ଲକ୍ଷ୍ନୌ ଲୋକ ସଭା ଆସନରୁ ସମାଜବାଦୀ ପାର୍ଟି(ଏସ୍‌ପି) ରବିଦାସ ମେହରୋତ୍ରାଙ୍କୁ ପ୍ରାର୍ଥୀ କରିଛି। ଚଳିତ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବହୁ ପୁରାତନ...

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ଏୟାରଲାଇନ୍ସ ସିଇଓ

ଟୋକିଓ: ଜାପାନରେ ଏକ ବୈପ୍ଳବିକ ଘଟଣା ସାମ୍‌ନାକୁ ଆସିଛି, ଯାହା ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରେରଣାଦାୟୀ ହୋଇପାରିଛି। ଜାପାନ ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)...

ରାକ୍ଷସଙ୍କ ବଗିଚା, ଏହା ପଛରେ ରହିଛି ଏମିତି କାହାଣୀ

ଯେତେବେଳେ ଆପଣ ଏକ ବଗିଚା କିମ୍ବା ପାର୍କ ବୁଲିବାକୁ ଯାଆନ୍ତି, ସେତେବେଳେ ଆପଣ ପ୍ରାକୃତିକ ସୌନ୍ଦର୍ଯ୍ୟ ଆଶା କରନ୍ତି। କିନ୍ତୁ ଏକ ଅନନ୍ୟ ଉଦ୍ୟାନ ଅଛି,...

ଈଶ୍ୱରଙ୍କ ଉପରେ ବିଶ୍ୱାସ ଅଛି କିନ୍ତୁ ଭରସା ନାହିଁ !

ଆଚ୍ଛା, ଇୟେ କେମିତିକା କଥା! ଈଶ୍ୱରଙ୍କ ଉପରେ ଜଣକର ବିଶ୍ୱାସ ଥିବ ଅଥଚ ଭରସା ନ ଥିବ, ଏ କଥା ଆଦୌ ହୋଇ ନ ପାରେ...

କ୍ଲାଉଡ ସିଡିଂ ପ୍ରକୃତରେ କ’ଣ? ଯାହା କୃତ୍ରିମ ବର୍ଷା କରାଏ…

ନିକଟରେ ଦୁବାଇରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଥିଲା। ଦୁଇ ବର୍ଷରେ ଯେତିକି ବର୍ଷା ହେବା କଥା ଗୋଟିଏ ଦିନରେ ସେଠି ସେତିକି ବର୍ଷା...

ପ୍ରଥମ ରୋଜଗାର ଟଙ୍କାରେ ମା’ଙ୍କ ପାଇଁ ସମ୍ବଲପୁରୀ ଶାଢି କିଣିଥିଲି: ଡ. ଆଲୋକ ସାହୁ

ଜନ୍ମ ମୋର ଯାଜପୁରରେ ହୋଇଥିଲେ ହେଁ ବାପା ଯେହେତୁ କେନ୍ଦୁଝରରେ ଚାକିରି କରୁଥିଲେ ତେଣୁ ମୋ ସ୍କୁଲ ପାଠପଢା ସେଇଠି ହିଁ ହୋଇଥିଲା। ସ୍ଥାନୀୟ ଆନନ୍ଦପୁରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri