ସ୍ତ୍ରୀଙ୍କ ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋ-ଭିଡିଓ ଭାଇରାଲ କରୁଥିଲେ ସ୍ବାମୀ: ଧରିଲା ପୋଲିସ

ରସୁଲପୁର,୨୨ା୮(ରଂଜିତ ରାଉତ):କୁଆଖିଆ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ପ୍ରତାରଣା କରାଯିବା ସହ ତାଙ୍କ ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋ ଓ ଭିଡିଓ ଭାଇରାଲ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ କେନ୍ଦ୍ରାପଡ଼ା ଜିଲା ଜମ୍ବୁପଡା ଗ୍ରାମର ଦୁଷ୍ମନ୍ତ ସେଠୀ(୩୪)।
୨୮ବର୍ଷୀୟା ମହିଳା ବିବାହ କରିଥିଲେ। ତାଙ୍କର ଏକ କନ୍ୟା ସନ୍ତାନ ରହିଛି। ତେବେ ଦମ୍ପତିଙ୍କ ମଧ୍ୟରେ ମନାନ୍ତର ଘଟିବାରୁ ସେ ବିବାହ ବିଚ୍ଛେଦ ଘଟାଇକୁ ନିଷ୍ପତ୍ତି ନେଇ ଅଲଗା ରହୁଛନ୍ତି। ମହିଳାଜଣକ କଟକ ସ୍ଥିତ ଏକ ଘରୋଇ ସିଲେଇ କମ୍ପାନୀରେ କାମ କରୁଛନ୍ତି। ଅଭିଯୁକ୍ତ ଯୁବକ କଟକସ୍ଥିତ ଏକ ଘରୋଇ କମ୍ପାନୀରେ କାମ କରୁଥିବାବେଳେ ଉଭୟଙ୍କ ମଧ୍ୟରେ କଟକରେ ଦେଖାସାକ୍ଷାତ ହୋଇଥିଲା। ସେମାନେ ପରସ୍ପରକୁ ଭଲପାଇ ବସିଥିଲେ। ମହିଳା ଜଣକ ତାଙ୍କ ଜୀବନର ସମସ୍ତ ଘଟଣାବଳୀ ଯୁବକଙ୍କୁ ଅବଗତ କରାଇଥିଲେ। ଯୁବକ ସବୁ ଜାଣିବା ପରେ ନିଜକୁ ଅବିବାହିତ ବୋଲି କହିବା ସହ ମହିଳାଙ୍କୁ ବିବାହ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଦୁହେଁ ଏକାଠି ରହି ଆସୁଥିଲେ। ପରେ ଅଭିଯୁକ୍ତ ଯୁବକ ବିବାହିତ ବୋଲି ମହିଳା ଜାଣିବାକୁ ପାଇଥିଲେ। ଏହାପରେ ସେମାନଙ୍କ ସମ୍ପର୍କରେ ଫାଟ ସୃଷ୍ଟି ହୋଇଥିଲା। ମହିଳା ଜଣକ ଯୁବକଙ୍କଠାରୁ ଦୂରେଇ ଯିବାକୁ ଚେଷ୍ଟା କରିଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ଅଭିଯୁକ୍ତ ମହିଳାଙ୍କ ସହ ବିତାଇଥିବା ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋକୁ ସଂପର୍କୀୟଙ୍କ ମୋବାଇଲକୁ ପଠାଇ ଦେଇଥିଲା। ଏ ସମ୍ପର୍କରେ ଜାଣିବା ପରେ ମହିଳା ଜଣକ ଗତ ୭ତାରିଖରେ କୁଆଖିଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ନଂ.୩୩୭/୨୪ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ପୁଣି ଘନେଇଲା ଯୁଦ୍ଧ: ମଧ୍ୟପ୍ରାଚ୍ୟକୁ ଯୁଦ୍ଧବିମାନବାହୀ ଜାହାଜ, ସୈନ୍ୟ ପଠାଇଲା ଆମେରିକା

ଓ୍ବାଶିଂଟନ,୨ା୧୦: ଆମେରିକା ସେନା ମଧ୍ୟପ୍ରାଚ୍ୟକୁ ତୃତୀୟ ଯୁଦ୍ଧବିମାନବାହୀ ଜାହାଜ ଏବଂ ପାଖାପାଖି ୧୦,୦୦୦ ସୈନ୍ୟ ପଠାଇଥିବା ଏହାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ନଭେମ୍ବର ୩ରେ ଆମେରିକାରେ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?