Posted inଜାତୀୟ

ଭୁଲ ତଥ୍ୟ ଦେଉଛି ଉଇକିପିଡିଆ, ସରକାର ଦେଲେ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ,୫।୧୧: ଭୁଲ ତଥ୍ୟ ତଥା ସୂଚନା ଦେଉଛି Wikipedia। ଏଭଳି ଏକାଧିକ ଅଭିଯୋଗ ଆସିବା ପରେ ଉଇକିପିଡ଼ିଆ ଉପରେ ବର୍ଷିଛନ୍ତି କେନ୍ଦ୍ର ସରକାର। ଏଥିସହ ତାକୁ ନୋଟିସ ପଠାଇ ଏହି ଅଭିଯୋଗ ଉପରେ ଜବାବ ମାଗିଛନ୍ତି।

ଜାତୀୟ ଗଣମାଧ୍ୟମ ଅନୁଯାୟୀ ସରକାର ଉଇକିପିଡିଆକୁ ଏକ ଚିଠି ପଠାଇ ମଧ୍ୟସ୍ଥି ପରିବର୍ତ୍ତେ ପ୍ରକାଶକ ଭାବରେ କାହିଁକି ଶ୍ରେଣୀଭୁକ୍ତ କରାଯିବା ଉଚିତ ନୁହେଁ ବୋଲି ପ୍ରଶ୍ନ କରିଛନ୍ତି। ତେବେ ସରକାର କିମ୍ବା ଉଇକିପିଡ଼ିଆ ଏପର୍ଯ୍ୟନ୍ତ ଏ ବାବଦରେ କୌଣସି ପ୍ରକାରର ସରକାରୀ ବିବୃତ୍ତି ଦେଇନାହାଁନ୍ତି।

ଇଣ୍ଟରନେଟ, ଏନସାଇକ୍ଲୋପିଡ଼ିଆକୁ ଲେଖିଥିବା ଏକ ପତ୍ରରେ ସରକାର ଦର୍ଶାଇଛନ୍ତି ଯେ ସମ୍ପାଦକଙ୍କର ଏକ ଛୋଟ ଗୋଷ୍ଠୀ ବିଷୟବସ୍ତୁ ଉପରେ ପୂରା ନିୟନ୍ତ୍ରଣ ରଖୁଥିବା ଜଣାପଡୁଛି। ଯେଉଁଥିପାଇଁ ଏହା ନିରପେକ୍ଷ ନୁହେଁ। ଉଇକିପିଡ଼ିଆରେ ପ୍ରକାଶିତ ସୂଚନା ସମ୍ବନ୍ଧରେ ବେଳେବେଳେ ଏଥିରେ ତ୍ରୁଟି ଦେଖାଯାଏ, ଯାହା ପାଠକମାନଙ୍କ ପାଇଁ ଦ୍ୱନ୍ଦ୍ୱ ସୃଷ୍ଟି କରିପାରେ। ଏହାକୁ ନେଇ ମଧ୍ୟ ସରକାର ପ୍ରଶ୍ନ ଉଠାଇଛନ୍ତି।

ଅନଲାଇନ ଏନସାଇକ୍ଲୋପିଡ଼ିଆ ଭାବରେ ଜଣାଶୁଣା Wikipedia ହେଉଛି ଏକ ମାଗଣା ପ୍ଲାଟଫର୍ମ ଯେଉଁଠାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ଲୋକମାନେ ତଥ୍ୟ ତଥା ସୂଚନା ହାସଲ କରିପାରିବେ। ଉଇକିପିଡ଼ିଆ ସ୍ବେଚ୍ଛାସେବୀମାନଙ୍କୁ ବିଭିନ୍ନ ବିଷୟ ଉପରେ ପୃଷ୍ଠା ସୃଷ୍ଟି ଏବଂ ସଂପାଦନ କରିବାକୁ ଅନୁମତି ଦେଇଥାଏ। ଫଳରେ ଯିଏ ଯାହା ଲେଖିଲେ ବି ତାହା ସେଠାରେ ସ୍ଥାନିତ ହୋଇଥାଏ।

କହିରଖୁଛୁ ଯେ, ଦୁଇ ମାସ ପୂର୍ବେ ଯେତେବେଳେ ଦିଲ୍ଲୀ ହାଇକୋର୍ଟ ଉଇକିପିଡ଼ିଆକୁ ସମାଲୋଚନା କରିଥିଲେ ଏବଂ ଭାରତରେ ଏହା ଉପରେ ପ୍ରତିବନ୍ଧକ ଲଗାଇବାକୁ ଚେତାବନୀ ଦେଇଥିଲେ ସେତେବେଳେ ଏହି ମାମଲା ସାମ୍ନାକୁ ଆସିଥିଲା। ନ୍ୟୁଜ ଏଜେନ୍ସି ଏସିଆନ ନ୍ୟୁଜ ଇଣ୍ଟରନ୍ୟାସନାଲ (ANI) ଦ୍ୱାରା ଉଇକିପିଡିଆ ବିରୋଧରେ ଏକ ମାମଲା ଦାଖଲ କରାଯାଇଥିଲା ଯେଉଁଥିରେ ଉଇକିପିଡ଼ିଆ ପୃଷ୍ଠାରେ ମିଥ୍ୟା ଏବଂ ଭୁଲ ତଥ୍ୟ ଦିଆଯାଇଥିବା ANI ଦାବି କରିଥିଲା।

୨୦୦୧ରେ ପ୍ରଥମେ ଇଂରାଜୀ ଭାଷାରେ ଆରମ୍ଭ ହୋଇଥିଲା Wikipedia ଏବଂ ୨୦୦୩ ମସିହାରେ ପରେ ହିନ୍ଦୀ Wikipedia ଆରମ୍ଭ ହୋଇଥିଲା। Wikipediaକୁ ଜିମି ୱେଲ୍ସ ଏବଂ ଲ୍ୟାରି ସେଙ୍ଗର ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri