ସୁଶାନ୍ତଙ୍କ ମୃତ୍ୟୁ ପୂର୍ବରୁ ଓ୍ବିକିପିଡିଆ ହୋଇଥିଲା ଅପଡେଟ୍‌, ଜାଣନ୍ତୁ ଏଥିରେ କ’ଣ ରହିଛି ସତ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିବା ପରେ ଦିନକୁ ଦିନ କିଛି ନା କିଛି ନୂଆ କଥା ସାମ୍ନାକୁ ଆସୁଛି। ଏବେ ତାଙ୍କ ଓ୍ବିକିପିଡିଆ ପେଜ୍‌କୁ ନେଇ ବେଶ୍‌ ଗରମାଗରମ ଖବର ଶୁଣିବାକୁ ମିଳୁଛି। ତାଙ୍କ ଓ୍ବିକିପିଡିଆ ପେଜ୍‌ରେ ଟାଇମ୍‌ ଅପଡେଟ୍‌ ହୋଇଥିବା ବର୍ତ୍ତମାନ ଶୁଣିବାକୁ ମିଳୁଛି। ଏହି ଘଟଣାକୁ ନେଇ ସୁଶାନ୍ତଙ୍କ ପ୍ରଶଂସକମାନେ ଗୃହମନ୍ତ୍ରୀଙ୍କୁ ନ୍ୟାୟ ପାଇଁ ଦାବି କରିଛନ୍ତି। ଏହି ଘଟଣାରେ ଏବେ ନୂଆ ତଥ୍ୟ ପଦାକୁ ଆସିଛି।
ସୋସିଆଲ ମିଡିଆରେ କିଛି ୟୁଜର୍ସ କୁହନ୍ତି, ସୁଶାନ୍ତ ଆତ୍ମହତ୍ୟା କରିବା ପୂର୍ବରୁ ଓ୍ବିକିପିଡିଆ ପେଜ୍‌ ଅପଡେଟ୍‌ ହୋଇଥିଲା। ୧୪ ଜୁନ୍‌ ସକାଳ ୯ଟାରୁ ୯.୩୦ ମଧ୍ୟରେ ତାଙ୍କ ଓ୍ବିକିପିଡିଆ ଅପ୍‌ଡେଟ୍‌ ହୋଇଥିଲା କି ସେ ଆତ୍ମହତ୍ୟା କରିଛନ୍ତି। ସୁଶାନ୍ତଙ୍କ ଆତ୍ମହତ୍ୟା ଖବର ସେହି ୧୪ ଜୁନ୍‌ ଅପରାହ୍ନ ୧ଟାରୁ ୨ଟା ମଧ୍ୟରେ ଶୁଣିବାକୁ ମିଳିଥିଲା।
ଏହି ଘଟଣାକୁ ନେଇ ଓ୍ବିକିପିଡିଆ ଡାଇରେକ୍ଟର ଅଭିଷେକ ସୂର୍ଯ୍ୟବଂଶୀ କହିଛନ୍ତି, ଓ୍ବିକିପିଡିଆ ପେଜ୍‌ ଆଇଏସ୍‌ଟିର ୟୁଟିସି ଅଫ୍‌ସେଟ୍‌ରେ ଚାଲୁଛି। ଯାହା ଭାରତୀୟ ସମୟ ସାଢ଼େ ୫ ଘଣ୍ଟା ପଛରେ ଚାଲିଥାଏ। ସୁଶାନ୍ତ ଆତ୍ମହତ୍ୟା କରିବା ଖବର ସାଢ଼େ ୪ଟାରେ ଜଣାପଡ଼ିଥିଲା। ଯାହା ପରେ ପେଜ୍‌ ଅପଡେଟ୍‌ ହୋଇଥିଲା। ଏହି କାରଣରୁ ଓ୍ବିକିପିଡିଆ ପେଜ୍‌ରେ ୟୁଜର୍ସମାନଙ୍କୁ ଟାଇମ୍‌ ଗ୍ୟାପ୍‌ ଦେଖାଉଛି। ତାଙ୍କ ପେଜ୍‌ରେ କୌଣସି ଟ୍ୟାମ୍ପରିଂ ହୋଇନାହିଁ।

ସୁଶାନ୍ତଙ୍କ ଆତ୍ମହତ୍ୟା ନେଇ ପ୍ରଶଂସକମାନେ କୌଣସି କାରଣକୁ ଅଣଦେଖା କରିବାକୁ ଚାହାନ୍ତି ନାହିଁ। ସେ କେମିତି ଆତ୍ମହତ୍ୟା କଲେ କାହିଁକି କଲେ ପ୍ରତିଟି ଦିଗକୁ ତନ୍ନତନ୍ନ କରି ଖୋଜୁଛନ୍ତି।
ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଲଗାତର ଖୋଳତାଡ଼ ଚାଲିଛି। ତାଙ୍କର ନିକଟ ସମ୍ପର୍କୀୟଙ୍କୁ ମଧ୍ୟ ପଚରାଉଚରା ଜାରି ରହିଛି। କିଛି ତଥ୍ୟ ପୋଲିସକୁ ମିଳିଥିବା ବେଳେ ଆହୁରି ଅଧିକ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri