ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ ଶିକାରୀଙ୍କୁ ବନ ବିଭାଗ ଧରିବାରେ ସଫଳ ହୋଇଛି। ଶିକାରୀଙ୍କଠାରୁ ବନକର୍ମଚାରୀ ଏକ ଗୁଳି ଭର୍ତ୍ତି ଦେଶୀ ବନ୍ଧୁକ, ୨ଟି ମୋବାଇଲ ଫୋନ, ଟର୍ଚ୍ଚ ଲାଇଟ୍‌, ଦିଆସିଲି ଏବଂ ବାଟଲି ଖଡା ଆଦି ଜବତ କରିଛନ୍ତି।

ଶିକାରୀଙ୍କୁ ସିମନବାଡି ବନ କାର୍ଯ୍ୟାଳୟକୁ ଆଣି ପଚରାଉଚରା ପରେ ସେମାନଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ନାମରେ ବନ ବିଭାଗ ଏକ ମାମଲା ରୁଜୁକରି ଅଧିକ ତଦନ୍ତ ଆରମ୍ଭ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଲିଗୁଡା ଥାନା ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ମୋହିତ ପ୍ରଧାନ, ରାଜେଶ ପ୍ରଧାନ ଏବଂ ଅକ୍ଷୟ ପ୍ରଧାନ ବୋଲି ବାଲିଗୁଡା ବନ ଉପଖଣ୍ଡ ବନ୍ୟଜନ୍ତୁ ସମ୍ପଦର ଦାୟିତ୍ୱରେ ଥିବା ଏସ୍‌ସିଏଫ ପ୍ରଫୁଲ କୁମାର ମଲିକ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି।

ଲୋକଙ୍କୁ ସଚେତନ କରିବା ସତ୍ତ୍ୱେ ଗିରଫ ୩ଜଣ ବନ୍ୟଜନ୍ତୁ ଶିକାର କରିବା ପାଇଁ ପ୍ରଥମେ ଜଙ୍ଗଲରେ ନିଆଁ ଲଗାଉଥିଲେ। ପରେ ବନ୍ୟଜନ୍ତୁ ପ୍ରାଣ ଭୟରେ ପଦାକୁ ବାହାରିଲେ କିମ୍ବା ପାଣି ପାଇଁ ନାଳକୁ ଗଲେ ତାଙ୍କୁ ବନ୍ଧୁକରେ ଗୁଳି କରି ଶିକାର କରୁଥିଲେ। ଏହି ୩ ଅଭିଯୁକ୍ତଙ୍କ ବ୍ୟତୀତ ଆହୁରି କେତେଜଣ ଏଥିରେ ସମ୍ପୃକ୍ତି ଥାଇପାରନ୍ତି। ତଦନ୍ତ ପରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଏସ୍‌ସିଏଫ ପ୍ରଫୁଲ କୁମାର ମଲିକ ଏବଂ ଦାରିଙ୍ଗବାଡି ବନାଞ୍ଚଳ ଅଧିକାରୀ ତଥା ବାଲିଗୁଡା ଏସ୍‌ସିଏଫ ସତୀଶ କୁମାର ଧାରୁଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri