ଜଙ୍ଗଲୀ ହାତୀ ଘର ଭାଙ୍ଗିଲେ, ୪ ପରିବାର ବାସହରା

ଜି.ଉଦୟଗିରି,୬।୪(ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ବ୍ଲକ କଳିଙ୍ଗା ପଞ୍ଚାୟତ ଅନ୍ତର୍ଗତ କୁର୍ମିଙ୍ଗିଆ କାଟାଗୁଡ଼ା ଗ୍ରାମରେ ୨୮ ଟିକିଆ ଜଙ୍ଗଲୀ ହାତୀ ପଲ ଆସି ଘର ଦ୍ୱାର ସହ ଫସଲ ନଷ୍ଟ କରିଥିବା ଦେଖିବାକୁ ମିଳିଛି। ଗତ ବର୍ଷ ମଧ୍ୟ ହାତୀ ପଲ ଆସି ଫସଲ ନଷ୍ଟ କରିବା ସହ ଘର ଭାଙ୍ଗି ଥିଲେ, ଯାହା ଫଳରେ କ୍ଷତିଗ୍ରସ୍ତ ପରିବାର ଜଙ୍ଗଲରେ ଥିବା ଘର ଛାଡ଼ି କୁର୍ମିଙ୍ଗିଆ ଆସି ବାରଦ୍ୱାର ହୋଇ ରହିଥିଲେ। ଶେଷରେ ପୁଣିଥରେ ସେହି ଜଙ୍ଗଲ ଜାଗାକୁ ଫେରି ଘର ମରାମତି କରି ରହିଥିଲେ। ସୂଚନା ଅନୁସାରେ ୨୮ ଟିକିଆ ହାତୀପଲ କୁର୍ମିଙ୍ଗିଆ, ବାରାକାଣ୍ଡି, ସାଲୁଙ୍ଗି, ରେଟୁଡ଼ି, ଗୁଟେଡ଼କୂପା, ଡଗରମୁଣ୍ଡା ଦେଇ କାଟାଗୁଡ଼ା ଗ୍ରାମରେ ପହଞ୍ଚି ଘର ଦ୍ୱାର ଭଙ୍ଗାରୁଜା ସହ ଫସଲ ହାନି କରିଛନ୍ତି। କାଟାଗୁଡ଼ା ମଳିନ୍ଦ୍ର ପ୍ରଧାନ, ଲକ୍ଷ୍ମୀ ପ୍ରଧାନ, ସରିତା ପ୍ରଧାନ, ଜନନୀ ପ୍ରଧାନଙ୍କ ସହ ଅନେକ ଚାଷୀଙ୍କ ଫସଲ ବାଡ଼ ଭିତରେ ପଶି କଦଳୀ, ହଳଦୀ, ବିଭିନ୍ନ ଫଳ ବଗିଚା ଭିତରେ ପଶି ଖାଇବା ସହ ଘର ଭିତରେ ଥିବା ଧାନ ଖାଇ ବ୍ୟାପକ କ୍ଷୟକ୍ଷତି କରି ଘର ଦ୍ୱାର ଭାଙ୍ଗି ଦେଇଛନ୍ତି। କାଟାଗୁଡ଼ାବାସୀଙ୍କ କହିବାନୁସାରେ ୨୮ ଟିକିଆ ଜଙ୍ଗଲୀ ହାତୀ ପଲ ସନ୍ଧ୍ୟା ହେଲେ ଗାଁ ଭିତରେ ପଶି ଫସଲ ଖାଇ ଘର ଭାଙ୍ଗିବାର ଦୃଶ୍ୟ ଦେଖି ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ଗ୍ରାମବାସୀ ଭୟରେ ଗତବର୍ଷ ଘରଦ୍ୱାର ଭିଟାମାଟି ଛାଡ଼ି ଅନ୍ୟତ୍ର ଚାଲି ଯାଇଥିଲେ କିନ୍ତୁ ରହିବା ପାଇଁ କିଛି ସାହାରା ନ ପାଇବାରୁ ପୁଣି ସେହି ଜଙ୍ଗଲ ଭିତରକୁ ଫେରି ଗତବର୍ଷ ହାତୀ ଭାଙ୍ଗିଥିବା ଘର ମରାମତି କରି ରହିଲେ। ଏହି ବର୍ଷ ପୁଣି ଥରେ ହାତୀ ପଲ ଆସି ସେହି ଘରଗୁଡ଼ିକ ଭାଙ୍ଗି ସମ୍ପୂର୍ଣ୍ଣ ନଷ୍ଟ କରିଥିବା ଦେଖିବାକୁ ମିଳିଛି। ଯେହେତୁ ଜଙ୍ଗଲୀ ହାତୀ ବାରମ୍ବାର ଏହିପରି ଘର ଭାଙ୍ଗୁଥିବା ବେଳେ ସରକାର ଏହି ୪ ପରିବାର ପ୍ରତି ଦୃଷ୍ଟି ଦେଉ ନ ଥିବା ଅଭିଯୋଗ ହୋଇଛି। ସେମାନେ ଗତବର୍ଷ କ୍ଷୟକ୍ଷତି ବାବଦକୁ ସରକାରଙ୍କ ଠାରୁ କୌଣସି ସହାୟତା ପାଇ ନ ଥିଲେ କାରଣ ସେମାନଙ୍କର ପଟ୍ଟା ଜମି ନାହିଁ। ସେପଟେ ବେସାହାରା ହୋଇ ଜୀବନ ସହ ସଂଘର୍ଷ କରୁଛନ୍ତି ୪ ପରିବାର। ସରକାର ଯଦି ଏହି ପରିବାରକୁ ସ୍ଥାୟୀ ପଟ୍ଟା ଜାଗା ସହିତ ସହାୟତା ପ୍ରଦାନ କରନ୍ତେ ସେମାନେ ଶାନ୍ତିରେ ଭୟମୁକ୍ତ ଜୀବନଯାପନ କରିପାରନ୍ତେ ବୋଲି ଗ୍ରାମବାସୀଙ୍କ ମଧ୍ୟରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?