ଚକ୍ରଧରଙ୍କୁ ଦଳିଦେଲା ବଣୁଆ ହାତୀ: ଘଉଡାଇବା ହେଲା କାଳ

କେନ୍ଦୁଝର,୨।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ଅଞ୍ଚଳରେ ହାତୀ ଉପଦ୍ରବ ଜାରି ରହିଥିବାବେଳେ ଗତକାଲି ରାତିରେ ଏକ ବଣୁଆ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଅନ୍ୟ ଜଣେ ଗୁରୁତର ଆହତ ହୋଇ ତେଲକୋଇ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସାଧୀନ ଅଛନ୍ତି।
ମୃତକଙ୍କ ନାମ ଚକ୍ରଧର ମହାରଣା(୨୧), ଘର ତେଲକୋଇ ଥାନା ଅନ୍ତର୍ଗତ ସଲେଇକେନା ପଞ୍ଚାୟତ ଅନ୍ତର୍ଗତ ରୁଗୁଡିହି ଗ୍ରାମରେ ବୋଲି ଜଣାପଡ଼ିଛି। ଆହତ ଜଣକ ହେଲେ ଉକ୍ତ ଗ୍ରାମର ବିଜୁ ମୁଣ୍ଡା (୨୧)। ଗତକାଲି ବିଳମ୍ବିତ ରାତିରେ ଚକ୍ରଧର ଅନ୍ୟ ମାନଙ୍କ ସହିତ ହାତୀ ଘଉଡାଉଥିବାବେଳେ ଏକ ଦନ୍ତା ହାତୀ ବୁଲି ପଡି ଆକ୍ରମଣ କରି ଗୋଡରେ ଦଳି ଦେଇଥିଲା। ଫଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଆଜି ସକାଳେ ଉକ୍ତ ହାତୀଟି ଗ୍ରାମରେ ପଶି ନିଜ ଘର ଅଗଣାରେ ଥିବା ବିଜୁଙ୍କୁ ଆକ୍ରମଣ କରିଥିଲା। ସେ ଗୁରୁତର ଆହତ ହେବାରୁ ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଇ ଦିଆଯାଇଛି ବୋଲି ସୂଚନା ମିଳିଛି। ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଁଚି ହାତୀମାନଙ୍କୁ ଘଉଡାଇବାକୁ ସହ ସେମାନଙ୍କ ଗତିବିଧି ଉପରେ ନଜର ରଖିଥିବାବେଳେ ସ୍ଥାନୀୟ ଲୋକଙ୍କୁ ସଚେତନ କରିଛନ୍ତି। ଉକ୍ତ ଅଞ୍ଚଳରେ ୩୯ ଟିକିଆ ହାତୀ ପଲ ଉପଦ୍ରବ ଚଳାଇ ବ୍ୟାପକ ଫସଲହାନୀ ସହ ଘର ଭାଙ୍ଗିଥିବା ଏବଂ ଲୋକଙ୍କୁ ମାରିଥିବାରୁ ଲୋକମାନେ ଭୟ ଓ ଆତଙ୍କିତ ରହିଛନ୍ତି।ତେଲକୋଇ ରେଞ୍ଜ ଅଧିକାରୀ ଅଶୋକ କୁମାର ମାଝୀ କହିଛନ୍ତି, ମୃତକଙ୍କ ପରିବାରକୁ ଦଶ ଲକ୍ଷ ଟଙ୍କା କ୍ଷତିପୂରଣ ମିଳିବ। ଆହତଙ୍କୁ ଚିକିତ୍ସା କରାଯାଉଛି। ୩୯ ହାତୀ ବିଶିଷ୍ଟ ଦଳର ଗତିବିଧି ଉପରେ ନଜର ରଖିବା ସହ ସ୍ଥାନୀୟ ଲୋକଙ୍କୁ ସଚେତନ କରାଯାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ସୂର୍ଯ୍ୟ-ଶୁକ୍ରଙ୍କ ଶୁକ୍ରାଦିତ୍ୟ ରାଜଯୋଗ: ୨୦୨୭ ପୂର୍ବରୁ ମାଲାମାଲ ହେବେ ୪ ରାଶି, ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ଶୁକ୍ରଙ୍କ ଯୁତିରୁ ଶୁକ୍ରାଦିତ୍ୟ ରାଜଯୋଗ ଗଠନ ହେବ। ଏହି ଯୋଗ ୪ଟି ରାଶି ପାଇଁ ଶୁଭ ଫଳ ଆଣିପାରେ। ମେଷ,…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?